ଏଇ ଭାରତରେ

ଯୋଜନା ସଫଳ ହେବା ପାଇଁ ସାମଗ୍ରିକ ଉଦ୍ୟମ ଲୋଡ଼ା, ଯାହା ପ୍ରମାଣ କରିଛନ୍ତି ତ୍ରିପୁରାର ଦାସପରା ଗାଁ। ତ୍ରିପୁରାର ବାୟୋ ଭିଲେଜ ୨.୦ ଯୋଜନାକୁ ଆଧାର କରି ଏହି ଗାଁ ଭାରତର ପ୍ରଥମ ବାୟୋ ଭିଲେଜ ବା ଜୈବ ଗଁାର ପରିଚୟ ହାସଲ କରିପାରିଛି। ଏହି ଗଁାରେ ରହୁଛନ୍ତି ୬୪ ପରିବାର। ଗାଁରେ ସବୁ ପରିବାର ସୌରଶକ୍ତି ବ୍ୟବହାର କରୁଛନ୍ତି। ଗ୍ରାମବାସୀ ମୁଖ୍ୟତଃ କୃଷି ଓ ମାଛଚାଷ ଉପରେ ନିର୍ଭର କରନ୍ତି। ସେମାନେ ପରିବେଶ ଉପଯୋଗୀ ଟେକ୍‌ନୋଲୋଜି ବ୍ୟବହାର କରି ଜୈବ ପଦ୍ଧତିରେ ଚାଷ କରୁଛନ୍ତି। ଚାଷରେ ଏବେ ସୌରଚାଳିତ ଯନ୍ତ୍ରପାତି, ପାଣିପମ୍ପ, ଜୈବିକ ଖତ ଓ କୀଟନାଶକ ବ୍ୟବହାର କରାଯାଉଛି। ଏହାସହ ଗୋଷ୍ଠୀ ପ୍ରେରିତ ବିକାଶ ଉପରେ ଗୁରୁତ୍ୱ ଦିଆଯାଉଛି। ୨୦୧୮ରେ ଏହି ଗାଁରେ ପ୍ରଥମେ ଜୈବିକ କୃଷି ଆରମ୍ଭ କରାଯାଇଥିଲା। ସେମାନେ ବର୍ତ୍ତମାନ ଚାଷରୁ ଅଧିକ ୫୦୦୦ରୁ ୧୫୦୦୦ ଆୟ କରିପାରୁଛନ୍ତି। ଦାସପୁରା ଭଳି ଆଉ ୧୦୦ଟି ଜୈବ ଗାଁ ସୃଷ୍ଟି ପାଇଁ ତ୍ରିପୁରା ସରକାର ଯୋଜନା ଆରମ୍ଭ କରିଦେଇଛନ୍ତି।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

ଜାନୁୟାରୀ ୮ରୁ ଶ୍ରୀରାମଚରିତ ମାନସ ପାରାୟଣ: ଯୋଗଦେବେ ସୁନାମଧନ୍ୟ ପ୍ରବକ୍ତା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଡ଼ ବ୍ରାହ୍ମଣସାହି ସ୍ଥିତ ଶ୍ରୀ ଗୋପାଳଜୀ ମଠ ପରିସରରେ ରବିବାର ଶ୍ରୀ ରାମଦୟା ପରିଷଦ ଦିଗପହଣ୍ଡି ଶାଖା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri