ଏଇ ଭାରତରେ

ସୀମା ସଶସ୍ତ୍ର ବଳ(ଏସ୍‌ଏସ୍‌ବି)ରେ ଦେଶକୁ ସୁରକ୍ଷା ଦେବା ଲାଗି ଅଧିକାରୀ ଭାବେ ଦାୟିତ୍ୱ ତୁଲାଇବା ସହ ଚାଷକରି ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଛନ୍ତି ଉତ୍କୃଷ ପାଣ୍ଡେ। ସେ ଉତ୍ତରପ୍ରଦେଶ ପ୍ରତାପଗଡ଼ ଭଦାଉନ୍‌ ଗାଁରେ ୭ ଏକର ଫାର୍ମରେ ଜୈବିକ ଚାଷ କରୁଛନ୍ତି। ଏହି ଫାର୍ମର ନାମ ରଖିଛନ୍ତି ‘ଋଷିଗ୍ରାମ ଅର୍ଗାନିକ୍ସ’। ଜୈବିକ ପଦ୍ଧତିରେ ହଳଦୀ ଏବଂ ଧାନ ଚାଷ କରାଯାଉଛି। ବିଶେଷକରି ସ୍ଥାନୀୟ ଅଞ୍ଚଳର ପୁରୁଣା ତଥା କଳାନମେକ ବାସ୍ନାଧାନ ଚାଷ କରୁଛନ୍ତି। ଫାର୍ମରେ ବିଶେଷକରି କଳା ଓ କସ୍ତୁରୀ ହଳଦୀ ଚାଷ ହେଉଛି। ଏପରିକି ହଳଦୀ ଚାଷ ପାଇଁ ୧୩ଟି ରାଜ୍ୟରେ ୫୦୦ରୁ ଅଧିକ କୃଷକଙ୍କୁ ସହଯୋଗ କରୁଛନ୍ତି। ପାଣ୍ଡେ ଏସ୍‌ଏସ୍‌ବିରୁ ଅବସର ନେବାପରେ ଗାଁକୁ ଫେରି ଜୈବିକ ଚାଷକୁ ପସନ୍ଦ କରିଥିଲେ। ସେ ମଧ୍ୟ ଗୋପାଳନ କରିବା ସହ ସହ ଗୋବରରୁ ଜୈବିକ ଖତ ପ୍ରସ୍ତୁତକରି କ୍ଷେତରେ ବ୍ୟବହାର କରୁଛନ୍ତି। ପାଣ୍ଡେ ଚାଷରେ କେବଳ ଅଟକି ନ ଯାଇ ‘ହର୍‌ ଘର୍‌ ଚନ୍ଦନ’ ଅଭିଯାନ ଚଳାଇଛନ୍ତି। ଏହି ଅଭିଯାନରେ ସେ ୩୦୦୦ରୁ ଊର୍ଦ୍ଧ୍ୱ ଚନ୍ଦନଗଛ ରୋପଣ କରିଛନ୍ତି । ଚନ୍ଦନ ବନ ସୃଷ୍ଟି କରିବା ପାଇଁ ସେ ଏକ ଚନ୍ଦନ ନର୍ସରି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ ଅଜଣା ବ୍ୟକ୍ତିଙ୍କୁ ନେଇ ସିମନବାଡିରେ ଆତଙ୍କ, ଧରା ପକାଇଲା ସିସି କ୍ୟାମେରା

ଦାରିଙ୍ଗବାଡି,୨୨।୧ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ଏବେ ଆସାମଜିକଙ୍କ ଆଡ୍ଡା ସ୍ଥଳୀ ପାଲଟିଛି। ଅସୁରକ୍ଷିତ ମଣୁଛନ୍ତି ଗ୍ରାମବାସୀ। ଅଞ୍ଚଳରେ ଚୋରା...

ଦେଖା ହୋଇପାରିଲାନି, ଯୁବତୀଙ୍କ ଘର ଆଗରେ ଦେହକୁ କାଟି ପକାଇଲେ

ଢେଙ୍କିକୋଟ,୨୧ା୧(ନୀଳମଣି ମଣ୍ଡଳ):  କେନ୍ଦୁଝର ଜିଲା ଢେଙ୍କିକୋଟ ପୋଲିସ ବିଟ୍‌ ହାଉସ ଅନ୍ତର୍ଗତ ବଡ଼ମସିଣାବିଲା ପଞ୍ଚାୟତ ସାନମସିଣାବିଲା ଗ୍ରାମରେ ବୁଧବାର ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଯୁବତୀଙ୍କୁ...

କ୍ରିକେଟ ମ୍ୟାଚ ଦେଖିବାକୁ ଯାଇ ନିଖୋଜ ଥିବା ୪ ନାବାଳକ ସୁରକ୍ଷିତ ଉଦ୍ଧାର

ଦେବଗଡ଼,୨୨।୧(ଶଶାଙ୍କ ଶେଖର ଝାଙ୍କର):ଦେବଗଡ ଜିଲାର ନିଖୋଜ ୪ ନାବାଳକ ସୁରକ୍ଷିତ ଭାବେ ଉଦ୍ଧାର ହୋଇଛନ୍ତି। ରିଆମାଳ ଥାନା ଟିଙ୍କବୀର ଗ୍ରାମର ୪ ଜଣ ପଞ୍ଚମ ଶ୍ରେଣୀ...

ହାତୀ ମୃତଦେହ ଠାବ, ୭ଫୁଟ ତଳୁ ଉଦ୍ଧାର କଲା ବନ ବିଭାଗ 

କେସିଙ୍ଗା ,୨୨।୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନ ଖଣ୍ଡ ଅଧିନସ୍ଥ ତହସିର ଗ୍ରାମ ସ୍ଥିତ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ଅଞ୍ଚଳରେରେ ମୃତ ହାତୀର ଖଣ୍ଡ...

ମୁଜାଗଡ ପୋଷ୍ଟମାଷ୍ଟରଙ୍କ ଦୁର୍ଘଟଣାରେ ମୃତ୍ୟୁ, ସନ୍ଦେହରେ ପରିବାର ଲୋକେ

ଭଞ୍ଜନଗର,୨୨।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ ପୋଷ୍ଟମାଷ୍ଟର ନାରାୟଣ ପାତ୍ର (୫୫)ଙ୍କର ବୁଧବାର ରାତିରେ ଏକ ଦୁର୍ଘଟଣାରେ ମୃତ୍ୟୁ ହୋଇଛି। ଦୁର୍ଘଟଣା କେଉଁଭଳି...

ଆରାବଳୀର ଅପୂରଣୀୟ କ୍ଷତି କରିପାରେ ବେଆଇନ ଖନନ

ନୂଆଦିଲ୍ଲୀ,୨୨ା୧: ଆରାବଳୀ ପର୍ବତମାଳାରେ ବେଆଇନ ଖନନ ଯୋଗୁ ଏହାର ପରିବେଶ ପାଇଁ ଅପୂରଣୀୟ କ୍ଷତି ହୋଇପାରେ ବୋଲି ବୁଧବାର ସୁପ୍ରିମକୋର୍ଟ କହିଛନ୍ତି। ବିଭିନ୍ନ କ୍ଷେତ୍ରରେ ଅଭିଜ୍ଞତାସମ୍ପନ୍ନ...

ଦିଲ୍ଲୀ ପ୍ରଦୂଷଣ: କେନ୍ଦ୍ରକୁ କାର୍ଯ୍ୟ ଯୋଜନା ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୨ା୧: ଦିଲ୍ଲୀ-ଜାତୀୟ ରାଜଧାନୀ ଅଞ୍ଚଳ (ଏନ୍‌ସିଆର୍‌)ରେ ବାୟୁ ପ୍ରଦୂଷଣ ବଢ଼ିବାରେ ଲାଗିଛି। ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ଖରାପ ହେବାରେ ଲାଗିଥିବାବେଳେ ଏଥିରେ ସୁଧାର ଆଣିବା...

ବାଙ୍କୀରେ ଧାନମଣ୍ଡି ଅବ୍ୟବସ୍ଥା, ତେଜୁଛି ଚାଷୀ ଅସନ୍ତୋଷ

ବାଙ୍କୀ,୨୨ା୧(ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ବାଙ୍କୀ କେନ୍ଦ୍ର ସମବାୟ ବ୍ୟାଙ୍କ ଉପଖଣ୍ଡରେ ଚଳିତବର୍ଷ ୪୯ ପ୍ରାଥମିକ କୃଷି ସେବା ସମବାୟ ସମିତି (ପାକ୍ସ)ରେ ମଣ୍ଡି ଖୋଲିବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri