ଏଇ ଭାରତରେ

ସୁନ୍ଦରବନର ହେନ୍ତାଳବନରେ ମହୁ ସଂଗ୍ରହ କରିବାକୁ ଯାଇ ଅନେକ ପୁରୁଷ ବାଘ ଆକ୍ରମଣ ଯୋଗୁ ମୃତ୍ୟୁମୁଖରେ ପଡ଼ନ୍ତି। ଏହିସବୁ ମୃତ ପୁରୁଷଙ୍କ ବିଧବା ସ୍ତ୍ରୀଙ୍କୁ କୁହାଯାଉଛି ଟାଇଗର ଓ୍ୱିଡୋଜ। ପରିବାରରେ ରୋଜଗାରିଆ ସ୍ୱାମୀଙ୍କୁ ହରାଇବା ପରେ ଟାଇଗର ଓ୍ୱିଡୋଜଙ୍କୁ ସରକାର କିଛି ଟଙ୍କା ଓ ଖାଦ୍ୟସାମଗ୍ରୀ ଯୋଗାଉଛନ୍ତି। ହେଲେ ଏହା ସେମାନଙ୍କ ପାଇଁ ଯଥେଷ୍ଟ ହେଉ ନ ଥିବାବେଳେ ସେମାନେ ଏବେ ମହୁଚାଷ କରି ସ୍ୱାବଲମ୍ୱୀ ହୋଇପାରିଛନ୍ତି। ଏବେ ସୁଦ୍ଧା ସୁନ୍ଦରବନ ଅଞ୍ଚଳରେ ଥିବା ମୋଟ ୩୦୦୦ ଟାଇଗର ଓ୍ୱିଡୋଜଙ୍କ ମଧ୍ୟରୁ ୫୦୦ ମହିଳା ମହୁଚାଷ କରି ପରିବାର ଚଳାଉଛନ୍ତି। ମହିଳାଙ୍କୁ ମହୁଚାଷରେ ସହଯୋଗ କରୁଛନ୍ତି ନୀତି ଗୋୟଲ। କେବଳ ଏତିକି ନୁହେଁ, ସେମାନେ ମଧ୍ୟ ମାଛଚାଷ କରୁଛନ୍ତି । ସୁନ୍ଦରବନ ନିକଟରେ ଥିବା ହୋଟେଲଗୁଡ଼ିକୁ ସେମାନେ ମାଛ ଯୋଗାଇ ଲାଭ କରୁଛନ୍ତି। ତେବେ ସମସ୍ତ ୩୦୦୦ ଟାଇଗର ଓ୍ୱିଡୋଜଙ୍କୁ ପର୍ଯ୍ୟାୟକ୍ରମେ ସଶକ୍ତ କରିବା ଲକ୍ଷ୍ୟରେ ନୀତି ଯୋଜନା ପ୍ରସ୍ତୁତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁନା, କଳି ଓ ଅର୍ଥନୀତି

ଏକଦା ରାଜା ପରିକ୍ଷିତ ନିଜ ରାଜ୍ୟ ତଥା ରାଜ୍ୟବାସୀଙ୍କ ଭଲମନ୍ଦ ଜାଣିବା ପାଇଁ ଭ୍ରମଣାର୍ଥେ ବାହାରିଥିଲେ। ଠିକ୍‌ ସେହି ସମୟରେ ଏକ ବିଶାଳ ବପୁଧାରୀ ବ୍ୟକ୍ତି (ଯେକି…

ସମୁଦ୍ରର ନୂଆ ଭୂଗୋଳ

ସମଗ୍ର ପୃଥିବୀରେ ଯେତେ ସମୁଦ୍ର ଅଛି ସେମାନଙ୍କର ଜଳରାଶି ପ୍ରତିବର୍ଷ ୩.୦୬ ମିଲିମିଟର ହାରରେ ବଢିବାରେ ଲାଗିଛି। ସେ ଭିତରୁ ବଙ୍ଗୋପସାଗରରେ ଜଳରାଶି ଅଧିକ ହାରରେ ବୃଦ୍ଧି…

ନିର୍ବାଚନ ପରେ

ଭାରତୀୟ ଅର୍ଥନୀତି ଏକ ଖରାପ ସମୟ ଦେଇ ଗତି କରୁଛି। ୩୦ ମାର୍ଚ୍ଚରେ ଭାରତୀୟ ମୁଦ୍ରା ଖୁବ୍‌ ତଳକୁ ଯାଇ ଏକ ଆମେରିକୀୟ ଡଲାର ତୁଳନାରେ ବିନିମୟ…

ଏଇ ଭାରତରେ

ଦିଲ୍ଲୀ-ଏନ୍‌ସିଆର, ଉତ୍ତରପ୍ରଦେଶ, ହରିୟାଣା ଏବଂ ଗୁଜରାଟର ୨୦ଟି ସରକାରୀ ଓ ୮ଟି ଘରୋଇ ସ୍କୁଲରେ ପିଲାମାନେ ଚାଷକରି ପରିବା ଉତ୍ପାଦନ କରିବାକୁ ସକ୍ଷମ ହୋଇପାରିଛନ୍ତି। ଏହା ସମ୍ଭବ…

ସନ୍ଧିକ୍ଷଣରେ ସବୁଜିମା ସ୍ବାସ୍ଥ୍ୟ

ର୍ତ୍ତମାନ ସମୟର ସବୁଠାରୁ ଉଦ୍‌ବେଗଜନକ ଚିତ୍ରଟି ଜାତିସଂଘର ଜିଏଫ୍‌ଆର୍‌ଏ ରିପୋର୍ଟରୁ ଜଣାପଡ଼ିଛି, ତାହା ହେଉଛି ଆମ ପୃଥିବୀର ବିଶେଷକରି ଜଙ୍ଗଲର ସ୍ବାସ୍ଥ୍ୟ ଓ ସ୍ଥିତି ଭଲ ନାହିଁ।…

ଆମେରିକାର ବିଶ୍ୱ ଅଭିଯାନ

ଚଳିତ ବର୍ଷ ଫେବୃଆରୀ ୨୮ରେ ଆମେରିକା ଓ ଇସ୍ରାଏଲ ଯୋଡ଼ି ଅଚାନକ ଇରାନ୍‌ ଉପରେ ବୋମାବର୍ଷଣ କରି ଇରାନର ଶୀର୍ଷନେତା ଆୟାତୋଲ୍ଲା ଖାମନେଇ ଓ ତାଙ୍କ ପରିବାର…

ମଞ୍ଚରେ ପାକିସ୍ତାନ

ଭାରତ ସମେତ ବିଶ୍ୱର ଅଳ୍ପ କେତେକ ଦେଶ ପାକିସ୍ତାନକୁ ଏକ ଦୁର୍ଜନ ରାଷ୍ଟ୍ର ଭାବେ ଦେଖିଥାଆନ୍ତି। ଆତଙ୍କବାଦୀଙ୍କ ପାଇଁ ଏହି ଦେଶ ପରିଚିତ ଓ ତା’ର ରାଜନୈତିକ…

ପକ୍ଷପାତିତା ଭାର

ଏକ ପରିକଳ୍ପିତ ସ୍ଥିତିର ପରିଣାମ ସମ୍ପର୍କରେ ବିଚାର କରାଯାଉ। କଳ୍ପନା କରନ୍ତୁ ଯେ ଦୁଇଟି ବଡ଼ କ୍ଷେପଣାସ୍ତ୍ର ହ୍ୱାଇଟ୍‌ ହାଉସ ଉପରେ ମାଡ଼ କଲା। ପ୍ରଥମଟି ଏପରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri