ଏଇ ଭାରତରେ

ମହାରାଷ୍ଟ୍ରର ୨୦୪ଟି ମରୁଡ଼ିପ୍ରବଣ ଗାଁରେ ଜଳ ସଙ୍କଟ ଦୂର କରିବାକୁ ପ୍ରୟାସ ଜାରି ରଖିଛନ୍ତି ପୂର୍ବତନ ଭାରତୀୟ ରାଜସ୍ବ ଅଧିକାରୀ (ଆଇଆର୍‌ଏସ୍‌) ଉଜ୍ଜ୍ୱଳ କୁମାର ଚଭନ। ବିଶେଷକରି ମରାଠାଓ୍ବାଡା ଓ ଖଣ୍ଡେଶ ଅଞ୍ଚଳରେ ସେ ଜଳାଶୟ ଏବଂ ଚେକ୍‌ ଡ୍ୟାମ୍‌ ନିର୍ମାଣ କରି ଜଳ ସଂରକ୍ଷଣ କରୁଛନ୍ତି। ଲୋକମାନଙ୍କ ସମ୍ମିଳିତ ପ୍ରୟାସରେ ଏହା କରାଯାଉଛି। ୨୦୧୬ରେ ଉଜ୍ଜ୍ୱଳ ତାଙ୍କ ଗାଁକୁ ଆସିଥିବା ସମୟରେ ଉତ୍କଟ ଜଳାଭାବ ସ୍ଥିତିକୁ ଲକ୍ଷ୍ୟକରି ଜଳ ସଂରକ୍ଷଣ ମାଧ୍ୟମରେ ଏହାର ସମାଧାନ କରିବାକୁ ଯୋଜନା କରିଥିଲେ। ସେ ପ୍ରଥମେ ତାଙ୍କ ଗାଁରେ ପୋଖରୀ ଖୋଳି ବର୍ଷାଜଳ ସଂରକ୍ଷଣରେ ସଫଳ ହୋଇଥିଲେ। ପରେ ଅନ୍ୟ ୬ଟି ଗାଁରେ ଏହି କାର୍ଯ୍ୟକ୍ରମ ଆରମ୍ଭ କରିଥିଲେ। କୃଷକଙ୍କ ସହ ଯୋଗାଯୋଗ କରି ଏହି କାର୍ଯ୍ୟ ଆଗକୁ ନେବା ଲାଗି ସେ ‘ପଞ୍ଚ ପାଟିଲ’ ସ୍ବେଚ୍ଛାସେବୀ ଗୋଷ୍ଠୀ ଗଠନ କରିଛନ୍ତି। ଏହି ଟିମ୍‌ ୫ଟି ଲେଖା ଗାଁର ଦାୟିତ୍ୱ ନେଉଛନ୍ତି। ଏହାବ୍ୟତୀତ ପ୍ରବାହିତ ଜଳଧାରରେ ଚେକ୍‌ ଡ୍ୟାମ୍‌ ନିର୍ମାଣ କରାଯାଉଛି। ଏହି କାର୍ଯ୍ୟକ୍ରମ ଆରମ୍ଭ ହେବା ପୂର୍ବରୁ ଗଚ୍ଛିତ ରହୁଥିବା ବର୍ଷାଜଳ ଅକ୍ଟୋବର କିମ୍ବା ନଭେମ୍ବରରେ ଶେଷ ହୋଇଯାଉଥିଲା, କିନ୍ତୁ ଏବେ ତାହା ମାର୍ଚ୍ଚ-ଏପ୍ରିଲ ଯାଏ ବ୍ୟବହାର ହେଉଛି। ୨୦୪ଟି ଗାଁରେ ୫୦୦ କୋଟି ଲିଟର ଜଳ ସଂରକ୍ଷିତ ହୋଇ ରହୁଛି। ଫଳରେ କପା, ମକା, ଯଅ ଇତ୍ୟାଦି ଉତ୍ପାଦନ ହେବା ଯୋଗୁ କୃଷକମାନେ ଲାଭ ପାଉଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri