ଏଇ ଭାରତରେ

ସଶସ୍ତ୍ର ସୀମା ବଳ(ଏସ୍‌ଏସ୍‌ବି)ର ଜଣେ ପୂର୍ୱତନ ଅଧିକାରୀ ଉତ୍କୃଷ୍ଟ ପାଣ୍ଡେ। ଜୈବିକ ପଦ୍ଧତିରେ ସେ ହଳଦୀ ଏବଂ ଧାନଚାଷ କରି ବିହନ ସଂରକ୍ଷଣ କରୁଛନ୍ତି। ଉତ୍ତରପ୍ରଦେଶ ପ୍ରତାପଗଡ଼ ଭଦାଉନ୍‌ ଗାଁରେ ଏହି ଚାଷ କରୁଛନ୍ତି। ଜୈବିକ ପଦ୍ଧତିରେ ସ୍ଥାନୀୟ ଅଞ୍ଚଳର ପୁରୁଣା ତଥା କଳାନମକ ବାସ୍ନାଧାନ ଚାଷରେ ସେ ସଫଳତା ପାଇଛନ୍ତି। ପାଣ୍ଡେ ଏବେ ୭ ଏକର ପରିମିତ ଫାର୍ମରେ ଚାଷ କରୁଛନ୍ତି। ଏହି ଫାର୍ମର ନାମ ଦେଇଛନ୍ତି ‘ଋଷିଗ୍ରାମ ଅର୍ଗାନିକ୍ସ’। ତାଙ୍କ ଫାର୍ମରେ ବିଶେଷକରି କଳା ହଳଦୀ ଓ କସ୍ତୁରୀ ହଳଦୀ ଚାଷ ହେଉଛି। ଏହା ବ୍ୟତୀତ ୧୩ଟି ରାଜ୍ୟରେ ୫୦୦ରୁ ଅଧିକ କୃଷକଙ୍କୁ ହଳଦୀ ଚାଷରେ ସହଯୋଗ କରୁଛନ୍ତି। ଫାର୍ମର ସବୁ କାମ ସୌରଶକ୍ତି ଦ୍ୱାରା ପରିଚାଳିତ ହେଉଛି। ଗୋପାଳନ ସହ ଗୋବରରୁ ଜୈବିକ ଖତ ପ୍ରସ୍ତୁତ କରୁଛନ୍ତି। ସେ ମଧ୍ୟ ୩୦୦୦ରୁ ଊର୍ଦ୍ଧ୍ୱ ଚନ୍ଦନ ଗଛ ଲଗାଇଛନ୍ତି। ଚନ୍ଦନ ବୃକ୍ଷ ରୋପଣକୁ ବ୍ୟାପକ କରିବା ସକାଶେ ସେ ‘ହର୍‌ ଘର୍‌ ଚନ୍ଦନ’ ବା ‘ପ୍ରତି ଘରେ ଚନ୍ଦନ’ ଅଭିଯାନ ଆରମ୍ଭ କରିଛନ୍ତି। ଉଲ୍ଲେଖଯୋଗ୍ୟ, ସେ ୫୦,୦୦୦ ଚନ୍ଦନ ଚାରା ଉତ୍ତାରି ଲୋକମାନଙ୍କୁ ଯୋଗାଇ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

ସ୍ବାସ୍ଥ୍ୟ ଓ ଜୀବନଶୈଳୀ

ପିଲାବେଳର ପାଠ କିଛି ମନେ ଥାଉ କି ନ ଥାଉ, ଏଇ ପଦଟି ସମସ୍ତଙ୍କର ମନେଥିବ – ‘ବିଦ୍ୟା ଅଟଇ ମହାଧନ, ବାଳକେ କର ଉପାର୍ଜନ’।...

୨୦୨୬ର ଚିନ୍ତା

୨୦୨୬ ଦେଶର ରାଜନୈତିକ ଦଳ ଓ ସରକାର ପାଇଁ ବ୍ୟସ୍ତବହୁଳ ହେବା ଅବଶ୍ୟମ୍ଭାବୀ। ଆସାମ, କେରଳ, ତାମିଲନାଡ଼ୁ, ପଶ୍ଚିମବଙ୍ଗ ଓ କେନ୍ଦ୍ରଶାସିତ ଅଞ୍ଚଳ ପୁଡ଼ୁଚେରୀରେ ଆଲୋଚ୍ୟ...

କାର୍ଯ୍ୟରେ ବିଳମ୍ବ

ଜମି ବିବାଦ ଦେଖାଦେଲେ ସରକାରୀ କାମଗୁଡ଼ିକର ସମୟସୀମା ଗଡ଼ିଚାଲେ। ଠିକାଦାର ବିଳମ୍ବ କରନ୍ତି କିମ୍ବା ଏଥିରେ ଜଡ଼ିତ ବିଭାଗଗୁଡ଼ିକ ନିଜ ମୁଣ୍ଡରୁ ଦୋଷ ଖସାଇବାକୁ ଚେଷ୍ଟା...

ଏଇ ଭାରତରେ

ଚାକିରି ଛାଡ଼ି ଛତିଶଗଡ଼ର ଚାଷୀ ସମୀକ୍ଷା ଚନ୍ଦ୍ରକର ଟମାଟୋ ଓ ଅନ୍ୟାନ୍ୟ ପରିବା ଚାଷକରି ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଛନ୍ତି। ସମୀକ୍ଷା ଏମ୍‌ବିଏ ପାସ୍‌ କରିବା...

ଜୀବନର ଧାଁ ଦଉଡ଼

ବହୁତ ତରତର ବା ବ୍ୟସ୍ତ ଥିବା ମଣିଷକୁ ଦେଖି ମନରେ ଉଙ୍କିମାରେ ପ୍ରଶ୍ନଟିଏ, ଇଏ ଏତେ ବ୍ୟସ୍ତ କାହିଁକି? କାମଟି ଧୀରେ ଧୀରେ କଲେ କ’ଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri