ଏଇ ଭାରତରେ

ସଶସ୍ତ୍ର ସୀମା ବଳ(ଏସ୍‌ଏସ୍‌ବି)ର ଜଣେ ପୂର୍ୱତନ ଅଧିକାରୀ ଉତ୍କୃଷ୍ଟ ପାଣ୍ଡେ। ଜୈବିକ ପଦ୍ଧତିରେ ସେ ହଳଦୀ ଏବଂ ଧାନଚାଷ କରି ବିହନ ସଂରକ୍ଷଣ କରୁଛନ୍ତି। ଉତ୍ତରପ୍ରଦେଶ ପ୍ରତାପଗଡ଼ ଭଦାଉନ୍‌ ଗାଁରେ ଏହି ଚାଷ କରୁଛନ୍ତି। ଜୈବିକ ପଦ୍ଧତିରେ ସ୍ଥାନୀୟ ଅଞ୍ଚଳର ପୁରୁଣା ତଥା କଳାନମକ ବାସ୍ନାଧାନ ଚାଷରେ ସେ ସଫଳତା ପାଇଛନ୍ତି। ପାଣ୍ଡେ ଏବେ ୭ ଏକର ପରିମିତ ଫାର୍ମରେ ଚାଷ କରୁଛନ୍ତି। ଏହି ଫାର୍ମର ନାମ ଦେଇଛନ୍ତି ‘ଋଷିଗ୍ରାମ ଅର୍ଗାନିକ୍ସ’। ତାଙ୍କ ଫାର୍ମରେ ବିଶେଷକରି କଳା ହଳଦୀ ଓ କସ୍ତୁରୀ ହଳଦୀ ଚାଷ ହେଉଛି। ଏହା ବ୍ୟତୀତ ୧୩ଟି ରାଜ୍ୟରେ ୫୦୦ରୁ ଅଧିକ କୃଷକଙ୍କୁ ହଳଦୀ ଚାଷରେ ସହଯୋଗ କରୁଛନ୍ତି। ଫାର୍ମର ସବୁ କାମ ସୌରଶକ୍ତି ଦ୍ୱାରା ପରିଚାଳିତ ହେଉଛି। ଗୋପାଳନ ସହ ଗୋବରରୁ ଜୈବିକ ଖତ ପ୍ରସ୍ତୁତ କରୁଛନ୍ତି। ସେ ମଧ୍ୟ ୩୦୦୦ରୁ ଊର୍ଦ୍ଧ୍ୱ ଚନ୍ଦନ ଗଛ ଲଗାଇଛନ୍ତି। ଚନ୍ଦନ ବୃକ୍ଷ ରୋପଣକୁ ବ୍ୟାପକ କରିବା ସକାଶେ ସେ ‘ହର୍‌ ଘର୍‌ ଚନ୍ଦନ’ ବା ‘ପ୍ରତି ଘରେ ଚନ୍ଦନ’ ଅଭିଯାନ ଆରମ୍ଭ କରିଛନ୍ତି। ଉଲ୍ଲେଖଯୋଗ୍ୟ, ସେ ୫୦,୦୦୦ ଚନ୍ଦନ ଚାରା ଉତ୍ତାରି ଲୋକମାନଙ୍କୁ ଯୋଗାଇ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଜମ୍ମୁକଶ୍ମୀରରେ ଆର୍ଦ୍ରଭୂମି ଓ ବହିରାଗତ ପକ୍ଷୀଙ୍କ ସୁରକ୍ଷାରେ ଲାଗିପଡ଼ିଛନ୍ତି ଏକ ମହିଳା ଟିମ୍‌। ଏହି ଟିମ୍‌ରେ ୧୫ ଜଣ ମହିଳା ଓ ବାଳିକା ରହିଛନ୍ତି। ସେମାନେ ସଲିମ…

ସମାଜର ବିଫଳତା ନା ସମୟର ଆବଶ୍ୟକତା

ଗଛର ମୂଳ ଯେତେ ଦୃଢ଼, ଗଛ ସେତେ ସୁଦୃଢ଼। ସେହିପରି ବୟୋଜ୍ୟେଷ୍ଠମାନେ ହେଉଛନ୍ତି ପରିବାର ଓ ସମାଜର ମୂଳଦୁଆ। ସେମାନଙ୍କ ଅନୁଭବ, ତ୍ୟାଗ ଓ ଜୀବନବୋଧ ସମାଜକୁ…

ଚାଇନା ପାଇଁ ଆହ୍ବାନ

ନିକଟରେ ଚାଇନାର ପୂର୍ବତନ ପ୍ରଧାନମନ୍ତ୍ରୀ ଝୁ ରୋଙ୍ଗ୍‌ଜିଙ୍କର ୯୭ ବର୍ଷ ବୟସରେ ମୃତ୍ୟୁହେବା ପରେ ତାଙ୍କ ପାଇଁ ଚତୁର୍ଦ୍ଦିଗରୁ ଶ୍ରଦ୍ଧାଞ୍ଜଳିର ସୁଅ ଛୁଟିଥିଲା। ସେ ଥିଲେ ଆର୍ଥିକ…

ଡିଜିଟାଲ ସାର୍ବଭୌମତ୍ୱ

ଆଜିକାଲି ଭୌଗୋଳିକ ସୀମା ସରହଦକୁ ଅତିକ୍ରମକରି ମଣିଷ ଆଭାସିକ ଡିଜିଟାଲ ପୃଥିବୀରେ ଦୈନିକ ଜୀବନଯାପନ କଲାଣି। ଇଣ୍ଟରନେଟ୍‌ ଆସିବା ପରେ ଭୌଗୋଳିକ ସୀମା ପ୍ରତିରକ୍ଷା ପାଇଁ ରହିଲା,…

ସୁନାପିଲା

ପିଲାଦିନେ ଭାରି ଭଲ ଲାଗୁଥିଲା ଶୁଣିବାକୁ। ସୁନାପିଲା ବୋଲି ମୋତେ କେହି କହିଦେଲେ ଛାତି ଭିତରଟା କୁରୁଳି ଉଠେ। ମୋତେ ଆଙ୍ଗୁଠି ଦେଖାଇ ଆମ ଘରକୁ ବୁଲି…

ବିଲୁପ୍ତି ପଥେ ପୂର୍ବଜଙ୍କ ସମ୍ପଦ

ପ୍ରାୟ ଆମେ ସମସ୍ତେ ଆମ ପୂର୍ବପୁରୁଷଙ୍କ ସମ୍ପଦକୁ ନେଇ ବର୍ତ୍ତମାନର ଜୀବନ ବଞ୍ଚୁଛେ। ପୂର୍ବପୁରୁଷ ରହୁଥିବା ଘର, ସେମାନଙ୍କ ଦ୍ୱାରା ଅର୍ଜିତ କୃଷିକ୍ଷେତ୍ର, ଜାଗାବାଡ଼ି ଏପରିକି ଅନେକ…

ବାଗ୍‌ଦାଦରେ ମହାକାଳ

ତ୍ରୟୋଦଶ ଶତାବ୍ଦୀର ପ୍ରାରମ୍ଭିକ ମୁସଲିମ ଶାସକମାନେ ନିଜକୁ ସୁଲତାନ ବୋଲି କହୁଥିଲେ। କିନ୍ତୁ ୧୬ଶ ଶତାବ୍ଦୀରେ ମୋଗଲମାନେ ନିଜକୁ ବାଦଶାହ ବୋଲି କହିଲେ। ଏହାର କାରଣ ହେଉଛି…

ଶିକ୍ଷାରେ ବହୁ ଭାଷା

ଭାରତୀୟ ଶିକ୍ଷା, ଗବେଷଣା ଏବଂ ପ୍ରଶିକ୍ଷଣ ପରିଷଦ(ଏନ୍‌ସିଇଆର୍‌ଟି) ମାଧ୍ୟମିକ ସ୍ତରରେ ତିନୋଟି ଭାଷା ଶିକ୍ଷାକରିବା ଲାଗି ନିୟମ କଲାପରେ ଏହାକୁ ନେଇ କେତେକ ରାଜ୍ୟରେ ପ୍ରତିବାଦର ସ୍ବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri