ଏଇ ଭାରତରେ

ଏବେ ବିବାହ ଉତ୍ସବରେ ପରିବେଶ ପ୍ରଦୂଷଣକାରୀ କାର୍ଯ୍ୟ ଦେଖିବାକୁ ମିଳୁଛି। ଖାଦ୍ୟ ନଷ୍ଟ ସହ ଏକକ ବ୍ୟବହାରଯୋଗ୍ୟ ପ୍ଲାଷ୍ଟିକ୍‌ର ବ୍ୟାପକ ବ୍ୟବହାର କରାଯାଉଛି। ହେଲେ ମଧ୍ୟପ୍ରଦେଶରେ ଦେଖିବାକୁ ମିଳିଛି ମୟଙ୍କ ଓ ରାଶିଙ୍କ ମଧ୍ୟରେ ହୋଇଥିବା ଏକ ନିଆରା ବାହାଘର, ଯାହା ବିନା ବର୍ଜ୍ୟରେ ବାହାଘର ଉତ୍ସବକୁ ଉପଭୋଗ କରାଯାଇପାରେ ବୋଲି ବାର୍ତ୍ତା ଦେଇଛି। ଏହି ଉତ୍ସବରେ ୨୫୦୦ ଅତିଥି ଯୋଗଦେଇଥିଲେ। ସାଜସଜ୍ଜାରେ ଜଳ ସଂରକ୍ଷଣ, ରକ୍ତଦାନ ଏବଂ ହେଲ୍‌ମେଟ୍‌ ସୁରକ୍ଷା ସମ୍ପର୍କିତ ସଚେତନାତ୍ମକ ବାର୍ତ୍ତା ଭରି ରହିଥିଲା। ଏହି ବାହାଘର ଭୋଜିରେ ଏକକ ବ୍ୟବହାରଯୋଗ୍ୟ ପ୍ଲାଷ୍ଟିକ୍‌ ବ୍ୟବହାର ବନ୍ଦ କରାଯିବା ସହ ବାଣ ଫୁଟାଯାଇ ନ ଥିଲା। ପତ୍ରଥାଳିରେ ଖାଦ୍ୟ ପରଷାଯାଇଥିଲା। ବାହାଘରରେ କୌଣସି ଅର୍ଥ କିମ୍ବା ଜିନିଷ ଉପହାର ଆକାରରେ ଦିଆଯାଇନାହିଁ, ବରଂ ୨୧ଟି ଚାରା ଗଛ ଉପହାର ଆକାରରେ ଗ୍ରହଣ କରାଯାଇଥିଲା।

 

Dharitri – The Largest & Most Trusted Odia Daily


Enter your email to get our daily news in your inbox.

All Right Reserved By Dharitri.Com

ଏକାଥରକେ ପଡିବ ଶନି, ରାହୁ, କେତୁଙ୍କ ଶୁଭ ଦୃଷ୍ଟି: ମୀନ ସମେତ ଏହି ସବୁ ରାଶିଙ୍କ ପୂରଣ ହେବ ଦୀର୍ଘଦିନର ଇଚ୍ଛା

ଆସନ୍ତା ୫ ସେପ୍ଟେମ୍ବର ୨୦୨୬, ଭାଦ୍ରବ ମାସ କୃଷ୍ଣପକ୍ଷ ନବମୀ ତିଥି ଏବଂ ଶନିବାର। ଏହି ଦିନ କର୍ମ ଓ ନ୍ୟାୟର ଦେବତା ଶନିଙ୍କୁ ସମର୍ପିତ। ଏହାସହ…

DAରେ ୧୮% ବୃଦ୍ଧି! ସରକାରୀ କର୍ମଚାରୀଙ୍କୁ ସରକାରଙ୍କ ‘ଜନ୍ମାଷ୍ଟମୀ ଉପହାର’

ନୂଆଦିଲ୍ଲୀ,୫।୯: ପଞ୍ଜାବର ପ୍ରାୟ ୮୫ ହଜାର ସରକାରୀ କର୍ମଚାରୀଙ୍କୁ ଜନ୍ମାଷ୍ଟମୀ ଅବସରରେ ବଡ଼ ଉପହାର ଦେବାକୁ ଯାଉଛନ୍ତି ରାଜ୍ୟ ସରକାର। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA)କୁ…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

କୁଆଡ଼େ ଗଲା ପ୍ରତିଯୋଗିତା

ରତ ଏକ ଉଦାରୀକୃତ ଓ ପ୍ରତିଯୋଗିତାମୂଳକ ଅର୍ଥନୀତି ଦିଗରେ ଆଗକୁ ବଢୁଛି ବୋଲି ଦୀର୍ଘଦିନ ଧରି କୁହାଯାଉଛି। କିନ୍ତୁ ସାମ୍ପ୍ରତିକ ତଥ୍ୟ ଓ ଅଧ୍ୟୟନ ଏହି ଧାରଣା…

ବିକାଶୋନ୍ମୁଖୀ ଭାରତର ଦୁଃଖ

ଉତ୍ତର-ପୂର୍ବାଞ୍ଚଳ ରାଜ୍ୟ ଅରୁଣାଚଳ ପ୍ରଦେଶର ପ୍ରାୟ ୫୦ କିଲୋମିଟର ଅଞ୍ଚଳ ମଧ୍ୟକୁ ଚାଇନା ଅନୁପ୍ରବେଶ କରିସାରିଲାଣି। ଏକଥା କହିଛନ୍ତିି ରାଜ୍ୟର ଭାଜପା ସାଂସଦ ତାପିର ଗାଓ ା…

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri