ଏଇ ଭାରତରେ

ତାମିଲନାଡୁର କୋଏମ୍ବାଟୁରରେ ଜଳସଙ୍କଟ ଦୂର କରିବାରେ ମଣିକନ୍ଦନ ଆର୍‌ଙ୍କ ପଦକ୍ଷେପ ପ୍ରଶଂସନୀୟ। ସେଠାରେ ଥିବା ହ୍ରଦ ଓ ଅନ୍ୟ ଜଳଉତ୍ସଗୁଡ଼ିକର ଜଳଧାରଣ କ୍ଷମତା ହ୍ରାସ ପାଇବା ସହ ଅତ୍ୟଧିକ ପ୍ରଦୂଷଣ ଯୋଗୁ ଜଳ ବ୍ୟବହାରଯୋଗ୍ୟ ହୋଇପାରୁ ନ ଥିଲା। ଏହାର ସମାଧାନ ପାଇଁ ମଣିକନ୍ଦନ ହ୍ରଦ, ପୋଖରୀ ଓ କେନାଲର ପୁନରୁଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ସେ ସ୍କୁଲ୍‌ରେ ପଢ଼ୁଥିବା ସମୟରେ ଅଧାରୁ ପାଠ ଛାଡ଼ି ଏହି କାର୍ଯ୍ୟରେ ଲାଗିଥିଲେ ଏବଂ ଏବେସୁଦ୍ଧା ସେ କୋଏମ୍ବାଟୁର ସମେତ ସାରା ଭାରତରେ ୧୫ଟି ଜଳାଶୟର ପୁନରୁଦ୍ଧାର କରି ମୋଟ୍‌ରେ ୨୦୦ ଟନ୍‌ ପ୍ଲାଷ୍ଟିକ୍‌ ବର୍ଜ୍ୟ ସଂଗ୍ରହ କରିଛନ୍ତି। ଏଥିପାଇଁ ସେ ଆରମ୍ଭ କରିଛନ୍ତି ‘କୋଭାଇ କୁଲାଙ୍ଗାଲ ଆମାଇପୁ’ ନାମକ ଏକ ନାଗରିକ ଅଭିଯାନ। ଏଥିରେ ସେ ୩୩,୦୦୦ ସ୍ବେଚ୍ଛାସେବୀଙ୍କୁ ଯୋଡ଼ିସାରିଲେଣି। ମଣିକନ୍ଦନ କୋଏମ୍ବାଟୁର୍‌ରେ ୨୦କି.ମି. କେନାଲକୁ ପ୍ରଦୂଷଣମୁକ୍ତ କରିବା ସହ କେନାଲ ଓ ହ୍ରଦ କଡ଼ରେ ସେ ୫୦ହଜାର ଗଛ ଲଗାଇଛନ୍ତି। ହ୍ରଦ, କେନାଲ ଓ ଅନ୍ୟସବୁ ଜଳଉତ୍ସ କିଭଳି ପୁନର୍ବାର ପ୍ରଦୂଷିତ ନ ହେବ ସେଥିପାଇଁ ସମସ୍ତ ସ୍ବେଚ୍ଛାସେବୀ ଧ୍ୟାନ ଦେଉଛନ୍ତି।

 

Dharitri – The Largest & Most Trusted Odia Daily


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ବିଧାୟକଙ୍କୁ ନବୀନଙ୍କ ତାଗିଦ୍‌: ଦେଲେ କଡ଼ା ନିର୍ଦ୍ଦେଶ, ସନ୍ଧ୍ୟା ୫ଟା୩୦ରୁ ୭ଟା୩୦ ପର୍ଯ୍ୟନ୍ତ…

ଭୁବନେଶ୍ୱର,୧୩।୩: ରାଜ୍ୟ ସଭା ନିର୍ବାଚନ ଲାଗି ରାଜ୍ୟ ରାଜନୀତି ଜୋର୍‌ ଧରିବାରେ ଲାଗିଛି। ସାଧାରଣ ଲୋକମାନେ ମଧ୍ୟ ରାଜ୍ୟ ସଭାକୁ ନେଇ ବିଶେଷ ଚର୍ଚ୍ଚା ଚଳାଇଛନ୍ତି। ଏହାରି…

ରୁଷିଆ ତେଲ ଉପରେ ବଡ଼ ୟୁ-ଟର୍ନ ନେଲା ଆମେରିକା: ଭାରତ ପରେ ଏବେ ସମସ୍ତଙ୍କୁ…ବିଶ୍ୱରେ ଚହଳ

ଓ୍ବାଶିଂଟନ,୧୩।୩: ଆମେରିକା ବର୍ତ୍ତମାନ ପର୍ଯ୍ୟନ୍ତ ବଜାରରେ ରୁଷୀୟ ତୈଳ ପ୍ରବେଶକୁ ଅବରୋଧ କରିବାକୁ ପ୍ରତିଶ୍ରୁତି ଦେଇଥିଲା, ଏବେ ଅନ୍ୟ ଦେଶମାନଙ୍କୁ ରୁଷୀୟ ତୈଳ କ୍ରୟ କରିବାକୁ ଅନୁରୋଧ…

ଭାରସାମ୍ୟ ହରାଇ ଓଲଟିଲା ପିଚୁ ବୋଝେଇ ଟ୍ୟାଙ୍କର, ନିଆଁ ଲାଗି ଡ୍ରାଇଭର ଜୀବନ୍ତ ଦଗ୍ଧ

ପାଲଲହଡା,୧୩।୩(ଦିବ୍ୟଜ୍ୟୋତି ଦାଶ): ଗୁରୁବାର ବିଳମ୍ବିତ ରାତିରେ ଭୟଙ୍କର ଦୁର୍ଘଟଣା । ଟ୍ୟାଙ୍କର ସହ ଜୀଅନ୍ତା ଜଳିଗଲେ ଡ୍ରାଇଭର । ବିଳମ୍ବିତ ରାତିରେ ଅନୁଗୁଳ ଜିଲା ଖମାର ଥାନା ଅନ୍ତର୍ଗତ…

ସ୍ବାର୍ଥ ଓ ପରମାର୍ଥ

ଯୁଗେ ଯୁଗେ ଆମ ସମାଜରେ ସ୍ବାର୍ଥ ଓ ପରମାର୍ଥକୁ ନେଇ ଅନେକ ବାଦବିବାଦ ଓ ତର୍କବିତର୍କ ରହି ଆସିଛି। ସାଧାରଣ ଭାବେ ସମସ୍ତେ କୁହନ୍ତି ସାଂସାରିକ ବନ୍ଧୁମାନେ…

ତିରୁପତିରେ ଉତ୍କଳ ପୀଠ

ବିଶ୍ୱରେ ଅନେକ ସ୍ଥାନରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର ମନ୍ଦିର ଅଛି। ତେବେ ମହାପ୍ରଭୁଙ୍କ ସଂସ୍କୃତି ଉପରେ ଗବେଷଣା ପାଇଁ ସୁଦୂର ଆନ୍ଧ୍ରପ୍ରଦେଶର ତିରୁପତି ନଗରରେ ଏକ ଉତ୍କଳ ପୀଠ…

ସମ୍ବଳ ପ୍ରତିଯୋଗିତାର ନୂଆ ଯୁଗ

ବୈଶ୍ୱିକ ବ୍ୟବସ୍ଥା ଏବେ ଚାପରେ। ଖଣିଜ ଓ ଶକ୍ତି ନିୟନ୍ତ୍ରଣ ପାଇଁ ବୃଦ୍ଧି ପାଉଥିବା ତୀବ୍ର ପ୍ରତିଯୋଗିତାକୁ ଜାତୀୟ ସୁରକ୍ଷାର ବିଷୟ ଭାବେ ଦେଖାଯାଉଛି। ଭେନେଜୁଆଲାଠାରୁ ଆରମ୍ଭ…

ବେଧଡକ୍ ଚାଲିଛି ନିଶା କାରବାର: ପୋଲିସ-ଅବକାରୀ ଚୁପ୍, ଅଣ୍ଟା ଭିଡ଼ିଲେ ମହିଳା

ଅତାବିରା,୧୩।୩(ଯୁଧିଷ୍ଠିର ମହାପାତ୍ର ): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ବିଭିନ୍ନ ସ୍ଥାନରେ ବେଧଡକ୍ ଚାଲିଛି ନିଶା କାରବାର । ସବୁ ଜାଣି ଅଜଣା ଭଳି ଚୁପ୍…

ସାବଧାନ! ରାଜଧାନୀରେ ଏହି ସବୁ ସ୍ଥାନରେ ଲାଗିଲା ବୋଲାର୍ଡସ, ନିୟମ ଉଲ୍ଲଂଘନ କଲେ କଟିବ ଚାଲାଣ

ଭୁବନେଶ୍ୱର,୧୩।୩(ତ୍ରିନାଥ ମହାନ୍ତି): ପୂର୍ବରୁ ଅମାନିଆମାନେ ବିଭିନ୍ନ ଛକରେ ରାସ୍ତାର ବାମ ପାର୍ଶ୍ୱରେ ଗାଡ଼ି ରଖୁଥିଲେ। ଫଳରେ ଆମ୍ବୁଲାନ୍ସ ଏବଂ ଅନ୍ୟ ଜରୁରିକାଳୀନ ସେବା ଯୋଗାଉଥିବା ଗାଡ଼ି ସହଜରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri