ଏଇ ଭାରତରେ

ଉଚ୍ଚ ଶିକ୍ଷାପ୍ରାପ୍ତ ଯୁବତୀଯୁବକ ଚାକିରି ପଛରେ ଦୌଡ଼ୁଥିବାବେଳେ ଉତ୍ତର ପ୍ରଦେଶର ଅନଶୁଲ ମିଶ୍ରା କମ୍ପ୍ୟୁଟର ସାଇନ୍ସରେ ଡିଗ୍ରୀ କରିବା ପରେ ଚାଷକୁ ବୃତ୍ତି ଭାବେ ଗ୍ରହଣ କରିଛନ୍ତି। ଶାହାଜାହାନପୁରର ୨୮ ବର୍ଷୀୟ ଅନଶୁଲ ଚେନ୍ନାଇରେ କମ୍ପ୍ୟୁଟର ସାଇନ୍ସରେ ଡିଗ୍ରୀ କରିବା ପରେ ବୈଷୟିକ ବୃତ୍ତିରେ ରହିବା ଲାଗି ପସନ୍ଦ କରି ନଥିଲେ। ସେ ୨୦୧୮ରେ ଚାଷ କରିବାକୁ ନିଜ ଗଁାକୁ ଫେରିଥିଲେ। ପ୍ରଥମେ ସେ ବିଭିନ୍ନ ଫସଲ କରିଥିଲେ। ସେଥିରୁ ଭଲ ଲାଭ ନ ପାଇବାରୁ ଶେଷକୁ ଡ୍ରାଗନଫ୍ରୁଟ୍ସ ଚାଷ କରିବାକୁ ନିଷ୍ପତ୍ତି ନେଇଥିଲେ। ୨୦୨୦ରେ ସେ ମହାରାଷ୍ଟ୍ର ସୋଲାପୁରରୁ ୧୬୦୦ ଡ୍ରାଗନଫ୍ରୁଟ୍ସ ଚାରା ଆଣି ୧ ଏକରରେ ଲଗାଇଥିଲେ। ୧୮ ମାସ ପରେ ଏଥିରେ ପ୍ରଥମ ଫଳ ଆସିଥିଲା। ୬ ବର୍ଷ ମଧ୍ୟରେ ଚାଷକୁ ୫ ଏକରକୁ ସମ୍ପ୍ରସାରଣ କରିପାରିଛନ୍ତି। ଏବେ ସେ ସେଥିରୁ ୨୫ରୁ ୩୦ କୁଇଣ୍ଟାଲ ଡ୍ରାଗନଫ୍ରୁଟ୍ସ ଉତ୍ପାଦନ କରୁଛନ୍ତି। ଏଥିରୁ ଅନଶୁଲ ବର୍ଷକୁ ୨୦ ଲକ୍ଷ ଟଙ୍କା ରୋଜଗାର କରୁଛନ୍ତି। ସେ ଅଧିକରୁ ଅଧିକ ଲାଭ ପାଇଁ ଚେଷ୍ଟା କରୁଥିବାେବେଳ ଅନ୍ୟ ଭାଇମାନେ କିଭଳି ଡ୍ରାଗନଫ୍ରୁଟ୍ସ ଚାଷ କରିବେ, ସେଥିପାଇଁ ଚେଷ୍ଟା କରୁଛନ୍ତି। ସେ ଡ୍ରାଗନଫ୍ରୁଟ୍ସ ନର୍ସରି କରି ଚାରା ଉତ୍ତାରୁଛନ୍ତି ଏବଂ ତାହାକୁ କମ୍‌ ମୂଲ୍ୟରେ ଚାଷୀଙ୍କୁ ଯୋଗାଉଛନ୍ତି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ରାସ୍ତାରେ ଭିକ୍ଷାବୃତ୍ତି କରୁଥିବା ପିଲାଙ୍କ ପାଇଁ ଆଶାର ଆଲୋକ ପାଲଟିଛନ୍ତି ଦିଲ୍ଲୀର କୃଷ୍ଣ କୁମାର। ଏଭଳି ପିଲାଙ୍କୁ ସେ ରାସ୍ତାକଡ଼ରେ ପଢ଼ାଉଛନ୍ତି। ସ୍କୁଲ କହିଲେ ଭଲ ଘର…

ମଣିଷ ଦେଖିଲେ ଡର ଲାଗୁଛି

ସାମ୍ପ୍ରତିକ ପରିସ୍ଥିତିକୁ ନେଇ ଏ ନିବନ୍ଧଟି ପ୍ରସ୍ତୁତ କରିବାକୁ ଗଲାବେଳେ ପ୍ରଖ୍ୟାତ ସାହିତି୍ୟକ ମନୋଜ ଦାସଙ୍କ ‘କେତେ ଦିଗନ୍ତ’ ପୁସ୍ତକରୁ ରୋଚକ ପ୍ରସଙ୍ଗଟିଏ ସ୍ମରଣକୁ ଆସୁଛି। କିଛି…

ପୁଅ କୋଉ ବିଜ୍ଞାନ ପଢ଼ିବ

ସୁମୀ ଅତି ସ୍ନେହରେ ପୁଅର ନାଆଁ ରଖିଥିଲା ‘ଶ୍ରୀମୟ’। କିନ୍ତୁ ପୁଅ ବଡ଼ ହେଲା ପରେ ତା’ ସାଙ୍ଗମାନଙ୍କୁ ‘ଶ୍ରୀମୟ’ ନାଆଁଟା ପସନ୍ଦ ହେଲାନି। ସେମାନେ ତାକୁ…

ଦୂରେଇଯାଇଛି ବାଂଲାଦେଶ

ବହିର୍ବ୍ୟାପାର ନୀତି କେବଳ ଜଣେ ବ୍ୟକ୍ତିଙ୍କ ଉପରେ ଆଧାରିତ ହୋଇଗଲେ ତାହା ଦୁର୍ବଳ ଓ ଦୂରଦୃଷ୍ଟିବିହୀନ ହୋଇଥାଏ। କ୍ଷମତାରୁ ବିତାଡ଼ିତ ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନାଙ୍କୁ…

ଏଇ ଭାରତରେ

ଜଳବାୟୁ ପରିବର୍ତ୍ତନ ପ୍ରଭାବ ସମୁଦ୍ରରେ ପରିଲକ୍ଷିତ ହେଲାଣି। ବିଶେଷକରି ସମୁଦ୍ର ଜଳ ପତନ ବୃଦ୍ଧି ହେବା ସହ ଜଳଚର ଜୀବ ପ୍ରଭାବିତ ହେଉଛନ୍ତି। ଏହି କ୍ରମରେ ବହୁ…

ଅମୃତର ସନ୍ତାନ

ବହୁ ଅନୁସନ୍ଧାନରୁ ବର୍ତ୍ତମାନ ପ୍ରାୟ ସମସ୍ତ ବିଜ୍ଞାନୀ ଏକମତ ଯେ ପୃଥିବୀରେ ମାନବ ସଭ୍ୟତା ଥରଥର କରି ଛଅ ଥର ଆରମ୍ଭ ହୋଇ ପୁଣି ନଷ୍ଟ ହୋଇଯାଇଛି।…

ଗଙ୍ଗାଜଳ ବଣ୍ଟନ ଚୁକ୍ତି

ଗଙ୍ଗାଜଳ ବଣ୍ଟନ ଚୁକ୍ତି ନବୀକରଣ ଏବେ ଜାତୀୟ ସ୍ତରରେ ଆଲୋଚ୍ୟ ବିଷୟ। ବାଂଲାଦେଶ ପୂର୍ବ ଅପେକ୍ଷା ଅଧିକ ଜଳ ଦାବି କରି ବିବୃତି ଦେଉଛି। ଭାରତ ମଧ୍ୟ…

ଭାରତ ଏକ ଗୋତ୍ର

ଭାରତରେ ନାମ ପରିବର୍ତ୍ତନ କିଛି ଦଶନ୍ଧି ପୂର୍ବେ ଆରମ୍ଭ ହୋଇଥିଲା। ମୁମ୍ବାଇ, ଚେନ୍ନାଇ ଓ କୋଲକାତା ଆଦି ନାମ ଚଳିତ ଶତାବ୍ଦୀର ଟିକେ ପୂର୍ବରୁ ବା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri