ଏଇ ଭାରତରେ

କେହି ଯଦି ଆପଣଙ୍କୁ ପଚାରେ କି ଆପଣ ୨୬ ଜାନୁୟାରୀକୁ ଦେଖିଛନ୍ତି! ତା’ହେଲେ ଆପଣଙ୍କୁ ପ୍ରଶ୍ନଟା ହୁଏତ ଅଜବ ମନେ ହୋଇପାରେ। କିନ୍ତୁ ପ୍ରକୃତରେ ଏଇ ଭାରତରେ ଏମିତି ଜଣେ ବ୍ୟକ୍ତି ଅଛନ୍ତି, ଯାହାଙ୍କର ନାଁ ହେଉଛି ୨୬ ଜାନୁୟାରୀ। ମଧ୍ୟପ୍ରଦେଶର ମନ୍ଦସୋର ଜିଲାରେ ଥିବା ଶିକ୍ଷା ଏବଂ ପ୍ରଶିକ୍ଷଣ ସଂସ୍ଥାରେ କାମ କରୁଥିବା ଜଣେ ବ୍ୟକ୍ତିଙ୍କର ନାଁ ହେଉଛି ୨୬ ଜାନୁୟାରୀ। ଏଭଳି ଅଜବ ନାଁ ଥିବା ବ୍ୟକ୍ତିଙ୍କର ଜନ୍ମ ହୋଇଥିଲା ୧୯୬୬ ମସିହା ଜାନୁୟାରୀ ୨୬ ତାରିଖରେ। ତାଙ୍କ ବାପା ଜଣେ ଆଦର୍ଶ ଶିକ୍ଷକ ଥିଲେ। ତେଣୁ ଦେଶପ୍ରେମରେ ଉଦ୍‌ବୁଦ୍ଧ ହୋଇ ଶିକ୍ଷକ ବାପା ପୁଅର ଏଭଳି ନାଁ ରଖିଥିଲେ। ତେବେ ଉକ୍ତ ନାଁ ପାଇଁ ୨୬ ଜାନୁୟାରୀଙ୍କୁ ବହୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିଛି। ଛୋଟବେଳେ ସାଙ୍ଗମାନେ ତାଙ୍କ ନାଁକୁ ନେଇ ବହୁ ମଜା କରିଛନ୍ତି। ଏହା ସହିତ ବ୍ୟାଙ୍କରେ ଆକାଉଣ୍ଟ ଖୋଲିବା ସମୟରେ କିମ୍ବା ଅନ୍ୟ କେତେକ ସ୍ଥାନରେ ବି ତାଙ୍କୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିଥିଲା। କିନ୍ତୁ ବାପାଙ୍କୁ ସମ୍ମାନ ଜଣାଇ ସେ ତାଙ୍କ ନାଁ ପରିବର୍ତ୍ତନ କରି ନ ଥିଲେ। ପରେ ୨୬ ଜାନୁୟାରୀଙ୍କ ଭଦ୍ର ବ୍ୟବହାରରେ ତାଙ୍କର ଆଦର ବଢିଥିଲା। ଭଲ ବ୍ୟବହାର ପାଇଁ ତାଙ୍କୁ ସ୍ଥାନୀୟ କଲେକ୍ଟର ମଧ୍ୟ ପ୍ରଶଂସା କରିଛନ୍ତି। ଗଣତନ୍ତ୍ର ଦିବସରେ ପତାକା ଉତ୍ତୋଳନ ପରେ ୨୬ ଜାନୁୟାରୀଙ୍କ ଜନ୍ମଦିନକୁ ତାଙ୍କ ଅଫିସରେ ଧୁମଧାମର ସହ ପାଳନ କରାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଘର ନାହିଁ, ସ୍କୁଲ ଚାଲିଛି ଖୋଲା ଆକାଶ ତଳେ। ଏଠି ଦେୟ ଦେବାକୁ ପଡ଼ୁନାହିଁ କି ସିଲାବସ୍‌ ମଧ୍ୟ ନାହିଁ। ଯଦି ଏପରି କୌଣସି ସ୍କୁଲ୍‌ ସରକାରୀସ୍ତରରେ…

ଚାଲ ଭୋଟର ତିଆରି କରିବା

ଯଦିଓ ଭାରତରେ ପ୍ରତ୍ୟେକ ନାଗରିକ ୧୮ ବର୍ଷ ପରେ ଭୋଟ ଦେବା ପାଇଁ ଯୋଗ୍ୟ ବିବେଚିତ ହେଉଛନ୍ତି, ସେମାନେ ଭୋଟ ଦେବା ପାଇଁ କେତେଦୂର ସକ୍ଷମ ଏହା…

କଳାଧନ ଓ କାଳମନ

କଳାଧନ ବିଷୟରେ କେତେ ପ୍ରକାର କଥା କୁହାଯାଇଛି, କୁହାଯାଉଛି ଓ କାମ କରାଯାଉଛି। ଭାରତ ପରିପ୍ରେକ୍ଷୀରେ ଏହାର ନକାରାମତ୍କ ଗୁରୁତ୍ୱ ଏତେ ବଢ଼ିଯାଇଛି ଯେ ଢିଙ୍କିଶାଳରୁ ଢେଙ୍କାନାଳ…

ଇଏ କି ଭକ୍ତ-୨

ଗଣେଶ ପୂଜାରୁ ପାର୍ବଣ ଋତୁ ଆରମ୍ଭ ହୋଇଯାଇଛି। ଓଡ଼ିଶାର ଖୋର୍ଦ୍ଧା ଜିଲାର ଜଟଣୀରେ ୨୬ ସେପ୍ଟେମ୍ବରରେ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା ଚାଲୁଥିବା ବେଳେ ଏକ ବ୍ୟାଙ୍କ୍‌ର ତାଜା…

ଏଇ ଭାରତରେ

ଝାଡ଼ଖଣ୍ଡର ଚିତ୍ରଶିଳ୍ପୀ ପ୍ରକାଶ ଶାହ ମେଟାଲ, ପ୍ଲାଷ୍ଟିକ ଏବଂ ଶିଳ୍ପଜାତ ବର୍ଜ୍ୟକୁ ଆକର୍ଷଣୀୟ ପବ୍ଲିକ ଆର୍ଟରେ ପରିଣତ କରୁଛନ୍ତି। ସେ ସାହିବଗଞ୍ଜରେ ଓ୍ବେଷ୍ଟ ଟୁ ଓ୍ବଣ୍ଡର ପାର୍କ…

ରକ୍ତତୀର୍ଥ ଇରମ

ସାରା ଦେଶରେ ସ୍ବାଧୀନତା ପାଇଁ ଯେଉଁ ଆନ୍ଦୋଳନ ଆରମ୍ଭ ହେଲା ସେଥିରେ ଅନେକ ହଜାର କ୍ରାନ୍ତିକାରୀ ଯୋଗଦେଇ କାରାବରଣ କରିଥିଲେ। ଓଡ଼ିଶାରେ ଏହି ଆନ୍ଦୋଳନର ନେତୃତ୍ୱ ନେଇଥିଲେ…

ରାଷ୍ଟ୍ର ନିର୍ମାଣ ପ୍ରତି ସମର୍ପିତ ଜଣେ ମହାପୁରୁଷ

ଖୁବ୍‌ ସୁନ୍ଦର ଉକ୍ତିଟିଏ ଅଛି, ”ବୃକ୍ଷ କବହୁଁ ନହିଁ ଫଲ ଭଖୈ, ନଦୀ ନ ସଂଚୈ ନୀର୍‌। ପରମାରଥ କେ କାରନେ, ସାଧୁନ ଧରା ଶରୀର।“ ଏହାର…

ଘୃଣିତ ଜ୍ଞାନେଶ

ଦୁର୍ନୀତି କଥା ଉଠିଲେ ସାଧାରଣରେ ଆର୍ଥିକ ଦିଗକୁ ବୁଝାଯାଏ। କିନ୍ତୁ ତାହାର ପରିଭାଷା ଅତ୍ୟନ୍ତ ବ୍ୟାପକ। କ୍ଷମତା ବିସ୍ତାର ଲାଗି କିଛି ଲୋକଙ୍କୁ ଦବାଇ ଦେଇ ପ୍ରଭୁତ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?