ଏଇ ଭାରତରେ

ଅବସର ଜୀବନ ଶେଷ ନୁହେଁ। ଏହାପରେ ନିଜେ ଭଲ ପାଉଥିବା ଯେକୌଣସି ବୃତ୍ତିକୁ ଆପଣାଇ ପୁନର୍ବାର ରୋଜଗାର କରିବା ସହ ଏକ ସୁସ୍ଥ ଓ ଚଳଚଞ୍ଚଳ ଜୀବନ ଜିଇବା ସମ୍ଭବ ହେବ। ଏଭଳି ଜୀବନ ଅତିବାହିତ କରୁଛନ୍ତି କେରଳର ଅବସରପ୍ରାପ୍ତ ଖେଳ ଶିକ୍ଷକ କେ.ଟି. ଫ୍ରାନ୍‌ସିସ୍‌। ସେ ଏବେ ଜଣେ ସଫଳ କୃଷକ। ୨୦୧୫ରେ ଫ୍ରାନ୍‌ସିସ୍‌ ଅବସର ନେବା ପରେ ୫ ଏକର ପୈତୃକ ଜମିରେ ଚାଷ ଆରମ୍ଭ କରିଥିଲେ। ସେ ତାଙ୍କ ଫାର୍ମରେ ନଡ଼ିଆ ଓ ଗୁଆ ଚାଷ କରିବା ସହ ହଳଦୀ, ଗୋଲମରିଚ, ଅଦା, କନ୍ଦମୂଳ ଓ ଖମ୍ବଆଳୁ ସହ ବିଭିନ୍ନ ପନିପରିବା ଚାଷ କରୁଛନ୍ତି। ଫ୍ରାନ୍‌ସିସ୍‌ ବର୍ଷକୁ ୫-୮ ଲକ୍ଷ ଟଙ୍କା ନିବେଶ କରି ପନିପରିବା ଚାଷ ଏବଂ ନର୍ସରିରୁ ମୋଟ ୩୫ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ରୋଜଗାର କରୁଛନ୍ତି। ସେ ପ୍ରାରମ୍ଭିକ ପର୍ଯ୍ୟାୟରେ ପାଖାପାଖି ୧୦୦ ବର୍ଷର ପୁରୁଣା କୁଟ୍ଟିଆଡ଼ି କିସମର ନଡ଼ିଆରୁ ଚାରା କରି କୃଷି ବିଭାଗକୁ ବିକ୍ରି କରୁଥିଲେ। ଗୁଆ ଚାରା ମଧ୍ୟ ଯୋଗାଉଥିଲେ। ପରେ ନିଜେ ଏକ ନର୍ସରି କରି ଏହି କିସମର ନଡ଼ିଆ ଚାରା ବିକ୍ରି କରୁଛନ୍ତି, ଯାହାର ନାମ ରଖିଛନ୍ତି କଇଥାକୁଲାଥ କୋକାନଟ ନର୍ସରି। ଏହି ସଫଳତା ପାଇଁ ସେ ରାଜ୍ୟ ଓ ଜିଲା ସ୍ତରରେ ଅନେକ ପୁରସ୍କାର ପାଇଛନ୍ତି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ରାଜସ୍ଥାନର ଜୟପୁର ସହରର ବସ୍ତିଗୁଡ଼ିକରେଅନେକ ପିଲା ଅଧାରୁ ପାଠ ଛାଡ଼ି ଶିଶୁ ଶ୍ରମିକ ଭାବେ କାମ କରୁଛନ୍ତି। ଏହିସବୁ ପିଲାଙ୍କ ପାଇଁ ଶିକ୍ଷାର ଆବଶ୍ୟକତାକୁ ଉପଲବ୍ଧି କରି…

ଅଦୃଶ୍ୟ ପ୍ରାଚୀର

ତଳ ମହଲାରେ ଜଣେ। ଉପର ମହଲାରେ ଆଉ ଜଣେ ଭାଇ। ମାଆ ମରିଯିବା ପରେ ଗୋଟେ ଘର ଦି’ ଭାଗ ହୋଇଗଲା। ସାମାନ୍ୟ ସମ୍ପତ୍ତି ଭାଗବଣ୍ଟା ଲାଗି…

ସେମିକଣ୍ଡକ୍ଟର ପ୍ରକଳ୍ପ ଓ ମରୁଭୂମିର ଚିତ୍ର

ପ୍ରତିବର୍ଷ ଜାତିସଂଘ ତରଫରୁ ଆଦିବାସୀ ଅଧିକାର ଦିବସ ଅଗଷ୍ଟ ୯ରେ ପାଳିତ ହୋଇଥାଏ। ୧୯୪୨ ମସିହାର ଏହି ଦିନରେ ମହାତ୍ମା ଗାନ୍ଧୀ କର ବା ମର ଡାକରା…

ପ୍ରତିଦ୍ୱନ୍ଦ୍ୱିତା ବଢୁ

ଭାରତବର୍ଷରେ ସରକାରୀ ସଂସ୍ଥାଗୁଡ଼ିକର ଲକ୍ଷ୍ୟ ଲୋକକଲ୍ୟାଣ ପାଇଁ ରହିବା କଥା। କିନ୍ତୁ ସରକାରୀ ନୀତି ଉତ୍ତମ ନ ରହିବାରୁ ବହୁ ସଂସ୍ଥା କ୍ଷତିରେ ଚାଲିଥାଏ। ୧୯୯୧ରେ ଉଦାରୀକରଣ,…

ପୁଣି ମୁଣ୍ଡ ନୁଆଁଇବେ

ଗାନ୍ଧୀ ଜୟନ୍ତୀର ସ୍ମୃତି ମନରେ ସତେଜ ଥିବାବେଳେ ଏବଂ ଶାନ୍ତିପୂର୍ଣ୍ଣ ସମାବେଶର ଅଧିକାର ପୁନର୍ୱାର ଚର୍ଚ୍ଚାକୁ ଆସିଛି। ଏହି ସମୟରେ ଆସନ୍ତୁ କିଛି ପ୍ରସଙ୍ଗ ଉପରେ ଦୃଷ୍ଟି…

ରାସ୍ତାକଡ଼ ଖାଦ୍ୟ କେତେ ସୁରକ୍ଷିତ

ଦହିବରା-ଆଳୁଦମ୍‌, ଘୁଗୁନି, ଚାଟ୍‌, ଗୁପ୍‌ଚୁପ୍‌, ମୁଢ଼ିମିକ୍ସ, ବରା-ପକୋଡ଼ିଠାରୁ ଆରମ୍ଭ କରି ବିଭିନ୍ନ ପାରମ୍ପରିକ ଖାଦ୍ୟ ସର୍ବଦା ରାସ୍ତାକଡ଼ରେ ସହଜରେ ମିଳେ। ଏପରି ଖାଦ୍ୟ ବହୁ କ୍ଷେତ୍ରରେ ଅପରିଷ୍କାର…

ବନ୍ୟପ୍ରାଣୀ ଚଲାପଥ ସଂଯୋଗୀକରଣ

ଦୁଇଟି ପ୍ରାକୃତିକ ଜଙ୍ଗଲ ପରିସଂସ୍ଥାକୁ ସଂଯୋଗ କରୁଥିବା ସଂକୀର୍ଣ୍ଣ ଅଣଓସାରିଆ ଜଙ୍ଗଲୀ ରାସ୍ତାକୁ କୁହାଯାଏ କରିଡର; ଚଲାପଥ ବା ବନ୍ୟପ୍ରାଣୀ ସଂଯୋଗୀ ପଥ। ଚଳିତବର୍ଷ ଅକ୍ଟୋବର ୨ରୁ…

ବଦଳିର ବାର୍ତ୍ତା

ଅତିରିକ୍ତ ସଚିବ ସ୍ତରରେ ୧୦ ଜଣ ଅଧିକାରୀଙ୍କ ଅଦଳବଦଳ ଏକ ସାଧାରଣ ପ୍ରଶାସନିକ କାର୍ଯ୍ୟ ହୋଇପାରେ। କିନ୍ତୁ ନିକଟରୁ ଦେଖିଲେ ଏହା କେନ୍ଦ୍ର ସରକାର କେଉଁ କ୍ଷେତ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?