ଏଇ ଭାରତରେ

ନର୍ସ ଭାବେ ଦୀର୍ଘ ୪୦ବର୍ଷ ଧରି ସାଇକେଲରେ ଉତ୍ତର ପଶ୍ଚିମବଙ୍ଗର ଚା’ବଗିଚା ଅଞ୍ଚଳକୁ ଯାଇ ଆଦିବାସୀଙ୍କୁ ସ୍ବାସ୍ଥ୍ୟସେବା ଯୋଗାଇବା ସହ ସେଠାରେ ଅନେକ କିଛି ପରିବର୍ତ୍ତନ ଆଣିବାରେ ସକ୍ଷମ ହୋଇପାରିଛନ୍ତି ଗୀତା କର୍ମାକାର । ବିଶେଷକରି ମାତୃ ଓ ଶିଶୁ ମୃତ୍ୟୁହାର ହ୍ରାସ କରିବାରେ ତାଙ୍କ ଭୂମିକା ପ୍ରଶଂସନୀୟ। ଆଦିବାସୀ ଗର୍ଭବତୀ ମହିଳାମାନେ ମେଡିକାଲ ଯାଉ ନ ଥିଲେ, ହେଲେ ଗୀତାଙ୍କ ପ୍ରଚେଷ୍ଟା ଯୋଗୁ ସେମାନେ ମେଡିକାଲ ଆସି ଚିକିତ୍ସା କରାଇ ସେମାନଙ୍କ ଜୀବନ ବଞ୍ଚାଇବାରେ ସକ୍ଷମ ହୋଇପାରିଛନ୍ତି। ଗୀତା ପ୍ରଥମେ ବେଲାକୋବା ରୁରାଲ ହସ୍ପିଟାଲରେ ନିଯୁକ୍ତି ପାଇବା ପରେ କିଛିଦିନ ପରେ ୨୩,୦୦୦ ଏକର ବିଶିଷ୍ଟ ଡାଙ୍ଗୁଆଝର ଚା’ବଗିଚା ଅଞ୍ଚଳକୁ ବଦଳି ହୋଇଥିଲେ। ଏହି ଅଞ୍ଚଳରେ ପାଖାପାଖି ୫ ହଜାର ଆଦିବସୀ ରହନ୍ତି। ସେଠାରେ ବି କୌଣସି ସ୍ବାସ୍ଥ୍ୟକେନ୍ଦ୍ର ନ ଥିବାରୁ ସେବା ବ୍ୟବସ୍ଥା ପୂରା ଦୁର୍ବଳ ଥିଲା। ଫଳରେ ସେ ପ୍ରତିଦିନ ୧୨ରୁ ୧୪ କିଲୋମିଟର ସାଇକେଲରେ ଯାଇ ପରିବାରଗୁଡ଼ିକୁ ସ୍ବାସ୍ଥ୍ୟ ସମସ୍ୟା ସମ୍ପର୍କରେ ଅବଗତ କରାଇବା ସହ ସେମାନଙ୍କୁ ପରାମର୍ଶ ଦେଉଥିଲେ। ଠିକ୍‌ ସମୟରେ ଟିକାକରଣ କରାଇବା ଓ ଉପଯୁକ୍ତ ସେବା ଯୋଗାଇ ଦେଇଛନ୍ତି। ସେଠାକାର ଆଶାକର୍ମୀ ମଧ୍ୟ ତାଙ୍କୁ ସହଯୋଗ କରିଛନ୍ତି। ଗୀତା ଜାନୁଆରୀ ୨୦୨୬ରେ ଚାକିରିରୁ ଅବସର ନେବା ପରେ ମଧ୍ୟ ଚିକିତ୍ସାରେ ସହଯୋଗ କରିଆସୁଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଉତ୍ତମ ଟେରୋନ ଜଣେ ଶିକ୍ଷକ। ରହନ୍ତି ଆସାମର ଏକ ଛୋଟ ଗାଁରେ। ତାଙ୍କୁ ବୟସ ଏବେ ୪୭ ବର୍ଷ। ସେ ବିଜ୍ଞାନରେ ଡିଗ୍ରୀ ହାସଲ କରିଛନ୍ତି। ଗଁାରେ…

ବସାଘର

ମଣିଷ, ଜୀବଜଗତ ଖାଦ୍ୟ ଓ ବାସସ୍ଥାନ ଆବଶ୍ୟକ କରିଥାନ୍ତି। ଆଦିମ ସଭ୍ୟତାରେ ମଣିଷ ଯାହା ପାଇଲା ତାହା ଖାଉଥିଲା ଓ ଯେଉଁଠି ପାରୁଥିଲା ସେଇଠି ବିଶ୍ରାମ ନେଉଥିଲା।…

ଖଣି ଆଇନ ସଂଶୋଧନର ପ୍ରଭାବ

ଯନ୍ତରମନ୍ତରରେ ଛାତ୍ରୀଛାତ୍ରଙ୍କ ଉପରେ ପୋଲିସର ଅତ୍ୟାଚାରକୁ ନେଇ ସଂସଦର ଗତ ମୌସୁମୀ ଅଧିବେଶନରେ ଅଚଳାବସ୍ଥା ଚାଲିଥିବା ବେଳେ କେନ୍ଦ୍ର ସରକାର ‘ଖଣି ଓ ଖଣିଜ (ବିକାଶ ଏବଂ…

ଭେନେଜୁଏଲା ତୈଳ

ଭନେଜୁଏଲାର ତତ୍କାଳୀନ ରାଷ୍ଟ୍ରପତି ନିକୋଲାସ ମାଦୁରୋ ଏବଂ ତାଙ୍କ ସ୍ତ୍ରୀଙ୍କୁ ୮ ମାସ ତଳେ ଆମେରିକା ସେନା ଉଠାଇ ନେଇଥିଲା। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ନିର୍ଦ୍ଦେଶ…

ଏଇ ଭାରତରେ

ଅଭାବୀ ପରିବାରର ପିଲାମାନେ ଶିକ୍ଷାରୁ ବଞ୍ଚିତ ନ ହେବା ଲାଗି ସୁଯୋଗ ସୃଷ୍ଟି କରିଛନ୍ତି ବେଙ୍ଗାଲୁରୁର ହରେକାଲା ହଜାବ୍ବା। ଏଥିପାଇଁ ତାଙ୍କୁ ଜୀବନରେ ଅନେକ କଷ୍ଟ ସ୍ବୀକାର…

ସବୁକିଛି ବଦଳାଇବା ଠିକ୍‌ କି

ବିକାଶ ଏକ ନିରନ୍ତର ପ୍ରକ୍ରିୟା। ଏହା ସବୁବେଳେ ପୂର୍ବଜଙ୍କ କାନ୍ଧରେ ପାଦ ରଖିଥାଏ। ମୂଳଦୁଆ ଦୁର୍ବଳ ହେଲେ ଆମର ଅସ୍ତିତ୍ୱ ଦୁର୍ବଳ ହୁଏ। ସେହିପରି ପରିବର୍ତ୍ତନ ମଧ୍ୟ…

ଶିକ୍ଷାରେ ନେତୃତ୍ୱ, ନେତୃତ୍ୱରେ ଶିକ୍ଷକ

କୁରୁକ୍ଷେତ୍ର ରଣଭୂମିରେ ଅର୍ଜୁନ ଯେତେବେଳେ ନିଜ କର୍ତ୍ତବ୍ୟ, ସମ୍ପର୍କ ଓ ଭବିଷ୍ୟତକୁ ନେଇ ଗଭୀର ଦ୍ୱନ୍ଦ୍ୱରେ ପଡ଼ିଥିଲେ, ସେତେବେଳେ ଭଗବାନ୍‌ କୃଷ୍ଣ ତାଙ୍କ ହାତରୁ ଗାଣ୍ଡୀବ ନେଇ…

ହିମାଳୟକୁ ଜଗ

ଗୋଟେ ଧାରଣା ଥିଲା ଯେ, ପାହାଡ଼ କିମ୍ବା ପର୍ବତ ଅତ୍ୟନ୍ତ ମଜଭୁତ ଓ ଝୁଙ୍କିବା ଲାଗି ଅନେକ ଶହ ବର୍ଷ ଲାଗେ। ତିବ୍ବତ ସୀମାନ୍ତ କେନ୍ଦ୍ରୀୟ ନେପାଳର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri