ଏଇ ଭାରତରେ

ଏମ୍‌. ନାଗରାଜୈହ ବେଙ୍ଗାଲୁରୁର ବସ୍ତିରେ ରହୁଥିବା ପିଲାଙ୍କ ଭବିଷ୍ୟତ ଗଢ଼ିବା ଲାଗି ଚେଷ୍ଟା ଜାରି ରଖିଛନ୍ତି। ସେ ଅଧାରୁ ପାଠ ଛାଡ଼ିଦେଇଥିବା ଏବଂ ଶିଶୁ ଶ୍ରମିକ ଭାବରେ ଜୀବନ ବିତାଉଥିବା ପିଲାଙ୍କୁ ଉଦ୍ଧାର କରି ପଢ଼ାଉଛନ୍ତି। ଏହି କାର୍ଯ୍ୟ ପାଇଁ ସେ ପ୍ରଗତି ଚାରିଟେବଲ୍‌ ଟ୍ରଷ୍ଟ ଗଢ଼ିଛନ୍ତି। ଏହି ଟ୍ରଷ୍ଟ ଦ୍ୱାରା ୨୦ ବର୍ଷ ହେଲା ସେ ପିଲାଙ୍କୁ ପାଠ ପଢ଼ାଇ ଆସୁଛନ୍ତି। ବେଙ୍ଗାଲୁରୁର ବସ୍ତିଗୁଡ଼ିକରେ ରହୁଥିବା ଶ୍ରମିକ ପରିବାରର ପିଲାମାନେ ମାତାପିତାଙ୍କ ସାଙ୍ଗରେ କାର୍ଯ୍ୟ କ୍ଷେତ୍ରକୁ ଯାଇଥାନ୍ତି। ଅନେକେ ଅଧାରୁ ପାଠ ଛାଡ଼ି ଶିଶୁ ଶ୍ରମିକ ହୋଇଯାଆନ୍ତି। ଶିଶୁଙ୍କର ଏଭଳି ସମସ୍ୟାକୁ ଲକ୍ଷ୍ୟକରି ନାଗରାଜୈହ ସେମାନଙ୍କୁ ପୁନର୍ବାର ସ୍କୁଲକୁ ଫେରାଇ ଆଣିବା ପାଇଁ ନିଷ୍ପତ୍ତି ନେଇଥିଲେ। ଏହି ପିଲାଙ୍କ ପାଇଁ ସେ କେମ୍ପାପୁରା, ସୁମନହାଲି ଏବଂ ଅମ୍ରୁଥାଲିରେ ତିନୋଟି ଶିକ୍ଷାକେନ୍ଦ୍ର ଖୋଲିଛନ୍ତି। ଏଠାରେ ୯.୩୦ରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ପିଲାଙ୍କୁ ପଢ଼ାଯାଉଛି। ସେମାନଙ୍କୁ ମୁଖ୍ୟତଃ ଇଂଲିଶ, କନ୍ନଡ, ଗଣିତ ଓ ହିନ୍ଦୀ, ଚିତ୍ରାଙ୍କନ, ନୃତ୍ୟ ଓ ପେଣ୍ଟିଂ ଶିକ୍ଷା ଦିଆଯାଉଛି। ଅନେକ ସ୍ବେଚ୍ଛାସେବୀ ବି ପିଲାଙ୍କୁ ପଢ଼ାଉଛନ୍ତି। ନାଗରାଜୈହ ସବୁ ଶିକ୍ଷାକେନ୍ଦ୍ରକୁ ଦାନ ଆକାରରେ ମିଳୁଥିବା ଅର୍ଥରେ ଚଳାଇ ଆସୁଛନ୍ତି। ପିଲାମାନେ ଶିକ୍ଷାକେନ୍ଦ୍ରରେ ପ୍ରାରମ୍ଭିକ ଶିକ୍ଷା ପାଇବା ପରେ ସେମାନଙ୍କ ନାମ ସରକାରୀ ସ୍କୁଲରେ ଲେଖାଯାଉଛି।

Dharitri – Odisha’s No.1, Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜନ୍ମଗତ ନାଗରିକତ୍ୱ: ଟ୍ରମ୍ପ୍‌ଙ୍କ ନୂତନ ନିର୍ଦ୍ଦେଶନାମା ଉପରେ ରୋକ

ଓ୍ବାଶିଂଟନ,୪।୯(ପି.ଟି.): ଆମେରିକାର ସୁପ୍ରିମକୋର୍ଟ ତାଙ୍କର ପୂର୍ବ ପ୍ରୟାସକୁ ପ୍ରତ୍ୟାଖ୍ୟାନ କରିବା ପରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଜାରି କରିଥିବା ଜନ୍ମଗତ ନାଗରିକତା ପାଇବାକୁ ଯୋଗ୍ୟ ବ୍ୟକ୍ତିଙ୍କ ସଂଖ୍ୟାକୁ…

ପମ୍ପ ଅପରେଟର ପାଇନାହାନ୍ତି ୬ ମାସର ପାରିଶ୍ରମିକ: ୭ରୁ କାର୍ଯ୍ୟବନ୍ଦ ଚେତାବନୀ

ଲୋଇସିଂହା, ୩ା୯: ଲୋଇସିଂହା ଏନ୍‌ଏସି ଅଧୀନ ଲୋଇସିଂହା ଓ ବୁର୍ଡା ଅଞ୍ଚଳରେ କାର୍ଯ୍ୟରତ ଏସିଏମ୍‌ ଓ ପାନୀୟଜଳ ପ୍ରକଳ୍ପର ପମ୍ପ ଅପରେଟରମାନେ ଦୀର୍ଘ ୬ ମାସ ଧରି…

ଏଇ ଭାରତରେ

ଘରୁ ବାଇକରେ ବାହାରକୁ ଯାଇଥିବା ଦୁଇ ପୁଅ ରାସ୍ତାରେ ଦୁର୍ଘଟଣାର ସମ୍ମୁଖୀନ ହୋଇ ବଡ଼ପୁଅର ମୃତ୍ୟୁ ହେଲା ଏବଂ ସାନ ବଞ୍ଚିଗଲେ। ଏହା ହେଉଛି ୨୦୧୫ର ଘଟଣା।…

ଟ୍ୟାକ୍ସ ଟାଣୁଛି ଟୋଲପ୍ଲାଜା, ଜୀବନ ନେଉଛି ରାଜପଥ: ନୀରବଦ୍ରଷ୍ଟା ସାଜିଛି ଏନ୍‌ଏଚ୍‌ଏଆଇ

ବରଗଡ଼,୪।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ଉପକଣ୍ଠ ଦେଇ ଯାଇଥିବା ୪ଲେନ୍‌ ବିଶିଷ୍ଟ ୫୩ ନମ୍ବର ଜାତୀୟ ରାଜପଥ ବେହାଲ୍‌ ହୋଇପଡ଼ିଛି। ରାଜପଥର ବିଭିନ୍ନ ସ୍ଥାନରେ ଖାଲଖମା ପୂରି ରହିଛି।…

ଋଣ ଅଧିକାର ନୁହେଁ

ନିକଟରେ ବାଇଶ ହଜାର କୋଟି ଋଣ ପରିଶୋଧ ପାଇଁ ସାଢ଼େ ଛଅ କୋଟି ଅସୁଲି, ତାହା ସାରା ଭାରତରେ ସର୍ବସାଧାରଣରେ ଏକ ଆଲୋଚ୍ୟର ବିଷୟ ହୋଇଛି। ଅନେକେ…

ସମ୍ଭବାମି ଯୁଗେ ଯୁଗେ

ଅବତାର ମନୁଷ୍ୟକୁ ତା’ର ନିଜତ୍ୱ ଦେଖାଇବାକୁ ଓ ତା’ର ଜନ୍ମଗତ ଅଧିକାର ଆତ୍ମାନନ୍ଦକୁ ଫେରାଇ ଆଣିବାକୁ ଧରାପୃଷ୍ଠରେ ବାରମ୍ବାର ଜନ୍ମଗ୍ରହଣ କରନ୍ତି। ତାଙ୍କୁ ବାରମ୍ବାର ଏ ପୃଥିବୀରେ…

୧୮ଦିନ ହେଲା ଘରକୁ ଫେରିନାହାନ୍ତି ଜୟଲାଲ: ଦଲାଲଙ୍କ ମାଧ୍ୟମରେ ଚିକିତ୍ସା ପାଇଁ ଯାଇଥିଲେ ଛତିଶଗଡ଼

ନୂଆପଡ଼ା,୪ା୯ (ମକାରୁ ବେମାଲ):ଜଣେ ଦଲାଲଙ୍କ ମାଧ୍ୟମରେ ଚିକିତ୍ସା ପାଇଁ ଛତିଶଗଡ଼ର ଦୁର୍ଗ ଅଞ୍ଚଳକୁ ଯାଇଥିବା ନୂଆପଡା ଜିଲାର ଜଣେ ଯୁବକ ୧୮ଦିନ ହେଲା ଘରକୁ ଫେରିନାହାନ୍ତି। ଏହାକୁ…

ସହଯୋଗ ଅଭାବ

ବିଶ୍ୱ ବ୍ୟବସ୍ଥାରେ ୧୯୪୫ ପରେ ପରିବର୍ତ୍ତନ ଘଟିଚାଲିଛି । ବ୍ୟବସ୍ଥାର ମୁଖ୍ୟ ସ୍ତମ୍ଭ କୁହାଯାଉଥିବା ମାନବାଧିକାର ପ୍ରତି ସମର୍ଥନ, ଏକାଧିକ ଦେଶର ସହଯୋଗ, ଆଇନର ଶାସନ, ମାନବୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri