ଏଇ ଭାରତରେ

ପ୍ୟାରିସ ଜଳବାୟୁ ସମ୍ମିଳନୀରେ ବିଶ୍ୱତାପନକୁ ୧.୫ ଡିଗ୍ରୀ ସେଲସିୟସରେ ସୀମିତ ରଖିବା ପାଇଁ ସଙ୍କଳ୍ପ ନିଆଯାଇଥିଲା। ଏହାକୁ ଦୃଷ୍ଟିରେ ରଖି ବିଶ୍ୱ ତାପନ ବୃଦ୍ଧିକୁ ରୋକିବା ପାଇଁ କାର୍ବନ ନିର୍ଗମନ ହ୍ରାସ ସକାଶେ ବିଭିନ୍ନ ପଦକ୍ଷେପ ନିଆଯାଉଛି। ବିଶେଷକରି ସବୁଜ ପଦକ୍ଷେପ ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି। ଏହି କ୍ରମରେ ମହାରାଷ୍ଟ୍ର ବେଲା ଗ୍ରାମର ସରପଞ୍ଚ ସାରଦା ଗେଧାନେଙ୍କ ପ୍ରୟାସ ପ୍ରଶଂସନୀୟ। ଏହି ଗାଁ ବି ଏକ ପଞ୍ଚାୟତ। ସେ ଏଠାରେ ୯୦,୦୦୦ ଗଛ ଲଗାଇ ବାୟୁରେ କାର୍ବନ ନିର୍ଗମନ ସ୍ତର କମାଇ ପାରିଛନ୍ତି। ଏହି ଗାଁ ମଧ୍ୟ ଏକ ସୌରଶକ୍ତିର ଗାଁ ପାଲଟିଛି। ପ୍ରାୟ ସବୁ ଘରେ ସୌରଶକ୍ତି ଉତ୍ପାଦନ ପାଇଁ ସୋଲାରପ୍ୟାନେଲ ଲଗାଇଛନ୍ତି। ଭନ୍ଦରା ଜିଲା ବେଲା ଗ୍ରାମପଞ୍ଚାୟତରେ ସାରଦା ଦୁଇଥର ସରପଞ୍ଚ ଭାବେ ନିର୍ବାଚିତ ହୋଇସାରିଲେଣିି। ସରପଞ୍ଚ ହେବା ପରେ ସେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଆରମ୍ଭ କରିଥିଲେ। ଉଲ୍ଲେଖନୀୟ, ବିବାହ କିମ୍ବା ଅନ୍ୟ ଉତ୍ସବରେ ବୃକ୍ଷରୋପଣ କାର୍ଯ୍ୟକ୍ରମକୁ ସାମିଲ କରିପାରିଛନ୍ତି।ଏହି ଗାଁକୁ ବର୍ଜ୍ୟମୁକ୍ତ କରିବା ପାଇଁ ସାରଦା ପ୍ରତି ଘରୁ ବର୍ଜ୍ୟ ସଂଗ୍ରହ କରି ରିସାଇକ୍ଲିିଂ ପାଇଁ ପଠାଉଛନ୍ତି। ଗାଁରେ ଏକକ ବ୍ୟବହାରଯୋଗ୍ୟ ପ୍ଲାଷ୍ଟିକ ସମ୍ପୂର୍ଣ୍ଣ ବନ୍ଦ କରାଯାଇଛି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଆଇଏଏସ୍‌ ଅଧିକାରୀ ଆର୍ମଷ୍ଟ୍ରଙ୍ଗ ପାମେ ମଣିପୁର ତାମେଙ୍ଗଲଙ୍ଗ ଜିଲାର ତୌସେମ୍‌ରେ ସବ୍‌ଡିଭିଜନାଲ ମାଜିଷ୍ଟ୍ରେଟ୍‌ ଭାବେ ୨୦୧୨ରେ ଯୋଗଦେବା ପରେ ନିଜେ ପାଣ୍ଠି ଯୋଗାଡ଼ କରି ଏକ ରାସ୍ତା…

ସିଭିଲ୍‌ ସର୍ଭିସ୍‌ କା ବିନାଶ

ସରକାର ଚଳାଉଥିବା ଭାଜପାର ନାରା ହେଉଛି – ସବ୍‌କା ସାଥ୍‌ ସବ୍‌କା ବିକାଶ୍‌, ସବ୍‌କା ବିଶ୍ୱାସ୍‌ ଔର ସବ୍‌କା ପ୍ରୟାସ୍‌। ଏବେକାର ପ୍ରମୁଖ ବିରୋଧୀ ଦଳ କଂଗ୍ରେସ…

ଓଡ଼ିଶାରେ ଆଳୁ ପିଆଜ

ପିଲାଦିନରୁ ଯେବେଠାରୁ ମୋର ହେତୁ ପାଇଲା ସେବେଠାରୁ ମୁଁ ଗୋଟିଏ କଥା ଶୁଣି ଆସୁଛି ଯେ ଓଡ଼ିଶା ସର୍ବଦା ଆଳୁ ପିଆଜ ପାଇଁ ବାହାର ରାଜ୍ୟ ଉପରେ…

ଘରେ ଷଣ୍ଢ, ପଦାରେ ଛେଳି

ବିଶ୍ୱ ମାନଚିତ୍ରରେ ମହାଦେଶଗୁଡ଼ିକର ଆପେକ୍ଷିକ ଆକାରରେ ଥିବା ବିଭିନ୍ନ ତ୍ରୁଟିକୁ ସୁଧାରିବା ଉଦ୍ଦେଶ୍ୟରେ ମିଳିତ ଜାତିସଂଘ ସାଧାରଣ ସଭା(ୟୁଏନ୍‌ଜିଏ) ପକ୍ଷରୁ ୪ ସେପ୍ଟେମ୍ବରରେ ଏକ ସଂକଳ୍ପ ଅଣାଯାଇଥିଲା।…

ଏଇ ଭାରତରେ

ରବିବାର ଭୋର ୪ଟା ହୋଇଗଲେ ମୁମ୍ବାଇର ପୂଜା ଓ ଦୀପେଶ ଡେଢ଼ିହାଙ୍କ ଘରେ ରୋଷେଇ ଆରମ୍ଭ ହୋଇଯାଏ । ଯେ କେହି ଭାବିବେ, ଏହି ଦମ୍ପତି ଏତେ…

ବୁଢ଼ା ଡଙ୍ଗରର ଆତ୍ମକାହାଣୀ

ମୁଁ ବୁଢ଼ା ଡଙ୍ଗର। ମୋର ଜନ୍ମ ଇତିହାସ କେତେ ନିୟୁତ ବର୍ଷର ପୁରୁଣା। ମୋର ପରିଚୟ କାହାରିକୁ ଜଣାନାହିଁ। ତଥାପି ମୁଁ ଗୋଟିଏ ଭୂଖଣ୍ଡର ପରିଚୟ ହୋଇ…

ସବୁଠୁ ନିଜର

ଏକ ସମୟ ଥିଲା, ଯେତେବେଳେ ମଣିଷ ନିଜର ସୁଖ-ଦୁଃଖ ବାଣ୍ଟିବା ପାଇଁ ପରିବାର, ସାଙ୍ଗସାଥୀ ଓ ପଡ଼ୋଶୀଙ୍କୁ ଖୋଜୁଥିଲା। କିନ୍ତୁ ଆଜି ସକାଳୁ ଆଖି ଖୋଲିବାଠାରୁ ରାତିରେ…

ଅନୁଦାନ ଅନୁକମ୍ପା ନୁହେଁ, ଅଧିକାର

ଶିକ୍ଷାର ବିକାଶ ନିମନ୍ତେ ଶିକ୍ଷାନୁଷ୍ଠାନ ଖୋଲିବା ସରକାରଙ୍କ ଦାୟିତ୍ୱ। ମାତ୍ର ଛାତ୍ରୀଛାତ୍ରଙ୍କ ଆବଶ୍ୟକତା ଦୃଷ୍ଟିରୁ ସ୍ବାଧୀନତାର କେଇ ଦଶନ୍ଧି ପର୍ଯ୍ୟନ୍ତ ପର୍ଯ୍ୟାପ୍ତ ନ ଥିଲା ଓଡ଼ିଶାର ଶିକ୍ଷାନୁଷ୍ଠାନ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri