ଏଇ ଭାରତରେ

ଶକ୍ତିର ଅଭାବକୁ ଦେଖି ଦେଶରେ ସବୁଜ ଶକ୍ତି ଉତ୍ପାଦନ ଉପରେ ଗୁରୁତ୍ୱ ଦିଆଯାଉଛି। ଏହି କ୍ରମରେ ଏବେ ସୌର ଗାଁ ସୃଷ୍ଟି କରାଯାଉଛି। ଏମିତି ଏହି ଗାଁ ହେଉଛି ମହାରାଷ୍ଟ୍ରର ଶେଲାକ୍ୱଓ୍ବୋଡ଼ି। ମହାରାଷ୍ଟ୍ରର କୋହ୍ଲାପୁରଠାରୁ ୧୪ କି.ମି. ଦୂରରେ ଅବସ୍ଥିତ ଏହି ଗାଁ ତାହାର ଆବଶ୍ୟକ ବିଦ୍ୟୁତ୍‌ ସୌରଶକ୍ତିରୁ ପାଉଛି। ସରକାରୀ ଯୋଜନା ଅନୁଯାୟୀ ସବୁ ଘର ଛାତ ଉପରେ ସୋଲାର ପ୍ୟାନେଲ ରହିଛି ଓ ସବୁ ପରିବାର ସୌରଶକ୍ତି ଉତ୍ପାଦନ କରୁଛନ୍ତି। ପ୍ରତ୍ୟେକ ସୋଲାର ସିଷ୍ଟମ ପାଇଁ ୫୦,୦୦୦ରୁ ୧.୫ ଲକ୍ଷ ଟଙ୍କା ଖର୍ଚ୍ଚ ହୋଇଛି। ଏବେ ପ୍ରତି ପରିବାରର ଇଲେକ୍ଟ୍ରି ବିଲ୍‌ ବାବଦ ଖର୍ଚ୍ଚ ହ୍ରାସ ହୋଇଛି। ସୋଲାର ବିଦ୍ୟୁତ୍‌ ବ୍ୟବହାର କରିବା ପୂର୍ବରୁ କେତେକ ପରିବାର ମାସକୁ ପାଖାପାଖି ୨୦୦୦ ଟଙ୍କା ଇଲେକ୍ଟ୍ରି ବିଲ୍‌ ବାବଦକୁ ଦେଉଥିଲେ। ଏବେ ତାହା ୧୩୦ ଟଙ୍କାକୁ ଖସିଆସିଛି। ବଡ଼ କଥା ହେଉଛି ପରିବାରଗୁଡ଼ିକର ସୋଲାର ସିଷ୍ଟମ ଗ୍ରୀଡ୍‌ ସହ ସଂଯୋଗ ହୋଇଛି, ଫଳରେ ସେମାନେ ବଳକା ବିଦ୍ୟୁତ୍‌ ଯୋଗାଇ ଦେଇ ଆର୍ଥିକ ଲାଭ ପାଇପାରୁଛନ୍ତି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ପଞ୍ଜାବର ଗୁରୁବିନ୍ଦର ସିଂ ସୋହି ଗହମ ବଦଳରେ ଫୁଲ ଚାଷ କରି ବର୍ଷକୁ ୨୨ ଲକ୍ଷ ଟଙ୍କା ରୋଜଗାର କରୁଛନ୍ତି। ଗୁରୁବିନ୍ଦର ରହୁଛନ୍ତି ନାନୋଓ୍ବାଲରେ। ଏହି ଗାଁରେ…

‘ଏକ୍‌ଲା ଚଲୋରେ’ର ବିକୃତ ପ୍ରକଟନ

“ତୋର୍‌ ଡାକ୍‌ ଶୁନେ ଯଦି କେଉ ନା ଆସେ, ତବେ ଏକ୍‌ଲା ଚଲୋରେ“- ନୋବେଲ ପୁରସ୍କାରପ୍ରାପ୍ତ ବିଶ୍ୱକବି ରବୀନ୍ଦ୍ରନାଥ ଟାଗୋରଙ୍କର ଦେଶାମତ୍ବୋଧକ ସଙ୍ଗୀତର ଏହି ପଂକ୍ତି ଆଜି…

କୃଷି କୃଷକର କଥା ଓ ବ୍ୟଥା

ଓଡ଼ିଶା ଏକ କୃଷି ପ୍ରଧାନ ରାଜ୍ୟ। ରାଜ୍ୟର ପ୍ରାୟ ଶତକଡ଼ା ସତୁରି ଭାଗ ଲୋକ ଜୀବନ ଜୀବିକା ପାଇଁ କୃଷି ଉପରେ ନିର୍ଭର କରିଥାନ୍ତି। ତେଣୁ ଓଡ଼ିଶାର…

ଫାଳିକିଆ ଆଇନ

ସଶସ୍ତ୍ର ଦୁର୍ବୃତ୍ତମାନେ ସେପ୍ଟେମ୍ବର ୧୩ରେ ମଣିପୁରର ତାମେଙ୍ଗଲଙ୍ଗ ଜିଲାରେ ଦୁଇଟି ପୃଥକ୍‌ ସ୍ଥାନରେ ଆକ୍ରମଣ କରିବାରୁ ଜଣେ ୬ ବର୍ଷର ଶିଶୁ ଆହତ ହେବା ସହ ୪…

ଏଇ ଭାରତରେ

ମଧ୍ୟପ୍ରଦେଶ ଷ୍ଟେଟ ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସର ଆଇପିଏସ୍‌ ଅଧିକାରୀ ବୀରେନ୍ଦ୍ର ମିଶ୍ରା ବେଡ଼ିଆ ସମ୍ପ୍ରଦାୟର ପିଲାଙ୍କୁ କୁତ୍ସିତ ପ୍ରଥାରୁ ମୁକୁଳାଇ ସମାଜର ମୁଖ୍ୟ ଧାରାରେ ସାମିଲ କରୁଛନ୍ତି।…

କାହାନ୍ତି ସେ ସାଆନ୍ତାଣୀ

‘ସାଆନ୍ତାଣୀ’ ଏପରି ଏକ ଶବ୍ଦ ଯାହାର ଉଚ୍ଚାରଣରେ କର୍ତ୍ତା ଓ ଗ୍ରହୀତା ଉଭୟେ ଆପ୍ୟାୟିତ ହୁଅନ୍ତି। ଏହି ଶବ୍ଦଟିର ପୂର୍ବରୁ ‘ମାଆ’ ଯୋଡା ହୋଇଗଲେ ତାହା ଅଧିକ…

ବିକାଶ ଦୌଡ଼ରେ ଭାରତ ଓ ଚାଇନା

ବେଳେ ବେଳେ ମନରେ ପ୍ରଶ୍ନ ଆସେ, ବିଜ୍ଞାନ ଓ କାରିଗରି କ୍ଷେତ୍ରରେ ଚାଇନା କିପରି ଏତେ ତୀବ୍ର ବିକାଶ କରିପାରୁଛି। ନିକଟରେ ସମ୍ପନ୍ନ ହୋଇଥିବା ବିଶ୍ୱ ହ୍ୟୁମାନଏଡ୍‌…

ଏଆଇ ପ୍ରତି ସତର୍କତା

ଇରାନ ଓ ଆମେରିକା ମଧ୍ୟରେ ଯୁଦ୍ଧ ଲାଗି ରହିଛି। ଇତିମଧ୍ୟରେ ୟେମେନ୍‌ର ଇରାନ ସମର୍ଥିତ ହାଉତି ବିଦ୍ରୋହୀମାନେ ଲୋହିତ ସାଗରର ଦକ୍ଷିଣ ପ୍ରବେଶ ପଥରେ ଥିବା ‘ମାୟୁନ୍‌’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?