ଏଇ ଭାରତରେ

ଗଙ୍ଗାନଦୀକୁ ସଫା କରିବା ପାଇଁ ୨୦୧୪ରେ କେନ୍ଦ୍ର ସରକାର ନମାମୀ ଗଙ୍ଗେ ଯୋଜନା ଆରମ୍ଭ କରିଥିଲେ ମଧ୍ୟ ବ୍ୟକ୍ତିଗତ ସ୍ତରରେ ଉତ୍ତରପ୍ରଦେଶ ରାମପୁରର ପଟଓ୍ବାଇ ଗାଁର ୨୩ ବର୍ଷୀୟ ଆକାଶ ଯାଦବ ଓ ତାଙ୍କ ସାଙ୍ଗମାନେ ଗଙ୍ଗାନଦୀର ଘାଟଗୁଡ଼ିକୁ ସଫା କରିବାରେ ଲାଗିଛନ୍ତି। ସେମାନେ ‘କ୍ଲିନଅପ୍‌ ପଟଓ୍ବାଇ’ ଅଭିଯାନ ଆରମ୍ଭ କରିଛନ୍ତି। ଆକାଶଙ୍କ ଟିମ୍‌ରେ ଏବେ ୧୫ ଜଣ ଅଛନ୍ତି। ସେମାନେ ଗଙ୍ଗାର ୪ଟି ଘାଟକୁ ସମ୍ପୂର୍ଣ୍ଣ ବର୍ଜ୍ୟମୁକ୍ତ କରିପାରିଛନ୍ତି। ସେମାନେ ଘାଟରୁ ୧ ଟନ୍‌ ପ୍ଲାଷ୍ଟିକ ଓ ଅନ୍ୟାନ୍ୟ ବର୍ଜ୍ୟ ସଫା କରିଛନ୍ତି। କେବଳ ଏତିକି ନୁହେଁ, ଏହି ଟିମ୍‌ ଅନେକ ପୁଷ୍କରିଣୀର ପୁନରୁଦ୍ଧାର କରିବା ସହ ୧,୦୦୦ ଗଛ ମଧ୍ୟ ଲଗାଇସାରିଲେଣି। ଅଶୋକ ଓ ତାଙ୍କ ସାଙ୍ଗ ରୋହନ ଯାଦବ ପ୍ରଥମେ ଗଙ୍ଗାଘାଟର ପ୍ରଦୂଷଣକୁ ଦେଖି ସୋସିଆଲ ମିଡିଆରେ କର୍ତ୍ତୃପକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିବାକୁ ଚେଷ୍ଟା କରିଥିଲେ। ହେଲେ ଏଥିରେ ବିଫଳ ହେବା ପରେ ସପ୍ତାହନ୍ତରେ ଦୁଇ ସାଙ୍ଗ ଗାର୍ବେଜ ବ୍ୟାଗ ଧରି ଘାଟ ଓ ଆଖପାଖ ରାସ୍ତାରୁ ବର୍ଜ୍ୟ ଗୋଟାଇବା ଆରମ୍ଭ କରିଦେଲେ। ପରେ ତାଙ୍କର ଏଭଳି କାର୍ଯ୍ୟକୁ ଦେଖି ସ୍ଥାନୀୟ ଯୁବକମାନେ ସାମିଲ ହୋଇଥିଲେ। ଏବେ ଆକାଶଙ୍କ ୧୫ ଜଣିଆ ଟିମ୍‌ କେବଳ ଘାଟ ନୁହେଁ, ପାର୍କିଂ ସ୍ଥାନ,ମାକେର୍ର୍ଟ ଓ ସର୍ବସାଧାରଣ ସ୍ଥାନଗୁଡ଼ିକୁ ସଫା କରୁଛନ୍ତି । ଏହି କାର୍ଯ୍ୟରେ ସ୍ଥାନୀୟ ଲୋକେ ମଧ୍ୟ ସାମିଲ ହୋଇଯାଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଝରରେ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟ

କେନ୍ଦୁଝର,୬।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ପ୍ରଶାସନର ଅଧିକାରୀ ଓ କର୍ମଚାରୀମାନଙ୍କ ମଧ୍ୟରେ କ୍ରୀଡ଼ା ମନୋଭାବ, ସହଯୋଗିତା ଏବଂ ସୁସ୍ଥ କାର୍ଯ୍ୟ ପରିବେଶ ସୃଷ୍ଟି କରିବା ଉଦ୍ଦେଶ୍ୟରେ କେନ୍ଦୁଝର…

ଅଧିକ ମାର୍କ ଚାହୁଁଥିଲେ…JNU ପ୍ରଫେସରଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

ନୂଆଦିଲ୍ଲୀ,୬ା୯: ଦିଲ୍ଲୀର ଜବାହରଲାଲ ନେହେରୁ ୟୁନିଭର୍ସିଟି (JNU)ର ଜଣେ ପ୍ରଫେସରଙ୍କ ବିରୋଧରେ ୧୧ ଜଣ ଛାତ୍ରୀ ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ଏହି ଅଭିଯୋଗ ମେ’ ମାସରେ…

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ସ୍ବାଗତ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…

ଭାଇରାଲ୍ ହେଉଛି ଟ୍ରମ୍ପଙ୍କ ହାତର ଫଟୋ; ଗଭୀର ଚିହ୍ନଙ୍କୁ ନେଇ ବଢ଼ିଲା ଚର୍ଚ୍ଚା

ଓ୍ବାଶିଂଟନ,୬।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଡାହାଣ ହାତରେ ଦେଖାଯାଉଥିବା ଚିହ୍ନର ନୂଆ ଫଟୋ ସାମ୍ନାକୁ ଆସିଛି । ଏହାପରେ ତାଙ୍କ ସ୍ୱାସ୍ଥ୍ୟକୁ ନେଇ ପୁଣିଥରେ ଚର୍ଚ୍ଚା…

ଚଳନ୍ତା କାର୍‌ରେ ନିଆଁ

ଝାରସୁଗୁଡ଼ା,୬।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରର ମୁଖ୍ୟ ରାସ୍ତା ମନମୋହନ ସ୍କୁଲ ନିକଟରେ ରବିବାର ସନ୍ଧ୍ୟାରେ ଏକ ଚଳନ୍ତା କାରରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri