ଏଇ ଭାରତରେ

ଚାକିରିରୁ ଅବସରନେବା ପରେ ବିଶ୍ରାମ ସମୟକୁ ଅନେକେ ସମାଜ ସେବାରେ ଲଗାଇବାର ଉଦାହରଣ ଦେଖିବାକୁ ମିଳେ, ଯାହାଙ୍କ ମଧ୍ୟରୁ ବେଙ୍ଗାଲୁରୁର କ୍ୟାପ୍‌ଟେନ ସନ୍ତୋଷ କୁମାର ଅନ୍ୟତମ। ସେନା ଅଧିକାରୀ ଭାବେ ଦେଶସେବାକରି ୨୦୦୮ରେ ଅବସର ନେଇ ବେଙ୍ଗାଲୁରୁର ମୁଥାନାଲ୍ଲୁରକୁ ଫେରିବା ପରେ ସେ ସହରର ପୁରୁଣା ହ୍ରଦଗୁଡ଼ିକର ପୁନରୁଦ୍ଧାର କରୁଛନ୍ତି। ସନ୍ତୋଷ କୁମାର ବର୍ଷାଦିନେ ରାସ୍ତାଗୁଡ଼ିକରେ ବର୍ଷାଜନିତ ବନ୍ୟା ଦେଖିବା ପରେ ସେ ଜାଣିପାରିଥିଲେ, ସହରର ପୁରୁଣା ଜଳ ନିଷ୍କାସନ ପଥ ପୋତିହୋଇଯିବା ଯୋଗୁ ଏଭଳି ସମସ୍ୟା ଉପୁଜୁଛି। ପରେ ୧୯୨୩ର ବ୍ରିଟିଶ ମ୍ୟାପ୍‌କୁ ମଧ୍ୟ ଅନୁଧ୍ୟାନକରି ସେ ପୋତିହୋଇଯାଇଥିବା କିମ୍ବା ଜବରଦଖଲରେ ଥିବା ଜଳ ନିଷ୍କାସନ ପଥଗୁଡ଼ିକର ପ୍ରମାଣ ଯୋଗାଡ଼ କରିଥିଲେ। ପରେ ମାଇନର ଇରିଗେଶନ ଓ ବେଙ୍ଗାଲୁରୁ ଅର୍ବାନ ଡିଷ୍ଟ୍ରିକ୍ଟର ଡେପୁଟି କମିଶନରଙ୍କ ସ୍ବୀକୃତି ନେଇ ସେଗୁଡ଼ିକର ପୁନରୁଦ୍ଧାର କାର୍ଯ୍ୟ ତ୍ୱରାନ୍ବିତ କରିଥିଲେ। ବ୍ରିଟିଶ ସମୟର ମ୍ୟାପ୍‌କୁ ନେଇ ସେ ବିଭିନ୍ନ ସ୍ଥାନରେ ପ୍ରଶାସନ ସହଯୋଗରେ ପୁରୁଣା ଜଳ ନିଷ୍କାସନ ପଥକୁ ଚିହ୍ନଟ କରିିଥିଲେ। ପ୍ରଥମେ ସେ ସ୍ଥାନୀୟ ଲୋକଙ୍କ ସହାୟତାରେ ବ୍ୟାଟାଲାକେର ହ୍ରଦକୁ ଯୋଡ଼ୁଥିବା ଜଳପ୍ରବାହର ପଥ ସଫାକରିଥିଲେ। ଏଥିରେ ସଫଳତା ପାଇବା ପରେ ସ୍ଥାନୀୟ ପ୍ରଶାସନ ଓ ଲୋକଙ୍କ ସହଯୋଗରେ ଏବେ ସୁଦ୍ଧା ୧୪ଟି ହ୍ରଦର ପୁନରୁଦ୍ଧାର ଶେଷ କରାଯାଇସାରିଲାଣି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୯/୧୧ ପରବର୍ତ୍ତୀ ଯୁଦ୍ଧ

ଆଉ ଦିନ କେଇଟା ପରେ ସେପ୍ଟେମ୍ୱର ୧୧ ଆକ୍ରମଣକୁ ୨୫ ବର୍ଷ ହୋଇଯିବ। ଆମେରିକୀୟମାନେ ଶୋକ ପ୍ରକାଶ କରିବେ ଏବଂ ଅନ୍ୟ ଏକ ଯୁଦ୍ଧ ଯୋଗୁ ସେମାନଙ୍କ…

କୁଆଡ଼େ ଗଲା ପ୍ରତିଯୋଗିତା

ରତ ଏକ ଉଦାରୀକୃତ ଓ ପ୍ରତିଯୋଗିତାମୂଳକ ଅର୍ଥନୀତି ଦିଗରେ ଆଗକୁ ବଢୁଛି ବୋଲି ଦୀର୍ଘଦିନ ଧରି କୁହାଯାଉଛି। କିନ୍ତୁ ସାମ୍ପ୍ରତିକ ତଥ୍ୟ ଓ ଅଧ୍ୟୟନ ଏହି ଧାରଣା…

ବିକାଶୋନ୍ମୁଖୀ ଭାରତର ଦୁଃଖ

ଉତ୍ତର-ପୂର୍ବାଞ୍ଚଳ ରାଜ୍ୟ ଅରୁଣାଚଳ ପ୍ରଦେଶର ପ୍ରାୟ ୫୦ କିଲୋମିଟର ଅଞ୍ଚଳ ମଧ୍ୟକୁ ଚାଇନା ଅନୁପ୍ରବେଶ କରିସାରିଲାଣି। ଏକଥା କହିଛନ୍ତିି ରାଜ୍ୟର ଭାଜପା ସାଂସଦ ତାପିର ଗାଓ ା…

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ଏଇ ଭାରତରେ

ଘରୁ ବାଇକରେ ବାହାରକୁ ଯାଇଥିବା ଦୁଇ ପୁଅ ରାସ୍ତାରେ ଦୁର୍ଘଟଣାର ସମ୍ମୁଖୀନ ହୋଇ ବଡ଼ପୁଅର ମୃତ୍ୟୁ ହେଲା ଏବଂ ସାନ ବଞ୍ଚିଗଲେ। ଏହା ହେଉଛି ୨୦୧୫ର ଘଟଣା।…

ଋଣ ଅଧିକାର ନୁହେଁ

ନିକଟରେ ବାଇଶ ହଜାର କୋଟି ଋଣ ପରିଶୋଧ ପାଇଁ ସାଢ଼େ ଛଅ କୋଟି ଅସୁଲି, ତାହା ସାରା ଭାରତରେ ସର୍ବସାଧାରଣରେ ଏକ ଆଲୋଚ୍ୟର ବିଷୟ ହୋଇଛି। ଅନେକେ…

ସମ୍ଭବାମି ଯୁଗେ ଯୁଗେ

ଅବତାର ମନୁଷ୍ୟକୁ ତା’ର ନିଜତ୍ୱ ଦେଖାଇବାକୁ ଓ ତା’ର ଜନ୍ମଗତ ଅଧିକାର ଆତ୍ମାନନ୍ଦକୁ ଫେରାଇ ଆଣିବାକୁ ଧରାପୃଷ୍ଠରେ ବାରମ୍ବାର ଜନ୍ମଗ୍ରହଣ କରନ୍ତି। ତାଙ୍କୁ ବାରମ୍ବାର ଏ ପୃଥିବୀରେ…

ସହଯୋଗ ଅଭାବ

ବିଶ୍ୱ ବ୍ୟବସ୍ଥାରେ ୧୯୪୫ ପରେ ପରିବର୍ତ୍ତନ ଘଟିଚାଲିଛି । ବ୍ୟବସ୍ଥାର ମୁଖ୍ୟ ସ୍ତମ୍ଭ କୁହାଯାଉଥିବା ମାନବାଧିକାର ପ୍ରତି ସମର୍ଥନ, ଏକାଧିକ ଦେଶର ସହଯୋଗ, ଆଇନର ଶାସନ, ମାନବୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri