ଏଇ ଭାରତରେ

ଅନେକ ସମୟରେ ଜଣେ ମହିଳା ପରିବାର ପ୍ରତିପୋଷଣର ଦାୟିତ୍ୱ ବହନ କରିବା ଲାଗି ଏକ ପୁରୁଷକୈନ୍ଦ୍ରିକ ପେସାକୁ ଆଦରିନେବାକୁ ବାଧ୍ୟ ହୋଇଥାନ୍ତି, ଯାହା ଘଟିଛି ଜାନ୍‌ସୀ ବି.ଭି.ଙ୍କ ଜୀବନରେ। ସେ ଅଟୋ ଚଳାଉଛନ୍ତି। ଉଲ୍ଲେଖନୀୟ ବିଷୟ ହେଉଛି, ସେ ଅଟୋ ଚଳାଇବା ସହ ଅନ୍ୟ ମହିଳାଙ୍କୁ ମାଗଣାରେ ଡ୍ରାଇଭିଂ ଟ୍ରେନିଂ ଦେଉଛନ୍ତି। ସ୍ବାବଲମ୍ବୀ ହେବା ଲାଗି ଜାନ୍‌ସୀଙ୍କୁ ବହୁ କଷ୍ଟ ସ୍ବୀକାର କରିବାକୁ ପଡ଼ିଛି। ତାଙ୍କୁ ବୟସ ୧୨ ବର୍ଷ ହୋଇଥିବାବେଳେ ତାଙ୍କ ପିତାଙ୍କ ମୃତ୍ୟୁ ହୋଇଥିଲା। ତାଙ୍କ ମା’ ଅନ୍ୟମାନଙ୍କ ଘରେ କାମ କରି ପରିବାର ଚଳାଇଥିଲେ। ଅଭାବରୁ ଜାନ୍‌ସୀ ଦଶମ ପରେ ଆଉ ପଢ଼ିପାରି ନ ଥିଲେ। ମା’ଙ୍କୁ ସାହାଯ୍ୟ କରିବା ସକାଶେ ସେ ଏକ କାରଖାନାରେ କାମ କରିଥିତ୍ଲେ। ବିବାହ ପରେ ତାଙ୍କ ସ୍ବାମୀଙ୍କ ପ୍ରେରଣାକ୍ରମେ ପ୍ରଶିକ୍ଷଣ ନେଇ ଅଟୋ ଚଳାଇବା ଲାଗି ବାହାରି ଆସିଥିଲେ। ପ୍ରଥମ ଦିନ ୭୦୦ ଟଙ୍କା ରୋଜଗାର କରିଥିଲେ। ସମୟକ୍ରମେ ତାଙ୍କ ରୋଜଗାର ବଢ଼ିଲା ଓ ସେ ଅନ୍ୟ ମହିଳାଙ୍କୁ ଏହି ପେସାକୁ ଆଣିବା ଲାଗି ୨୦୨୧ରେ ମାଗଣାରେ ପ୍ରଶିକ୍ଷଣ ଦେବା ଆରମ୍ଭ କରିଥିଲେ। ଏବେ ସୁଦ୍ଧା ସେ ୫୦ରୁ ଊର୍ଦ୍ଧ୍ୱ ମହିଳାଙ୍କୁ ପ୍ରଶିକ୍ଷଣ ଦେଇସାରିଲେଣି। ଏହି ମହିଳାମାନେ ଏବେ ସ୍ବାବଲମ୍ବୀ ହୋଇପାରିଛନ୍ତି। ଜାନ୍‌ସୀ କହନ୍ତି, ତାଙ୍କ ଛାତ୍ରୀଙ୍କ ସଫଳତା ହିଁ ତାଙ୍କୁ ଅଧିକ ଆନନ୍ଦ ଦେଇପାରିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭଜନ କ୍ଲବିଂରେ ସାମିଲ ପ୍ରଧାନମନ୍ତ୍ରୀ ମୋଦି: ରାମ ଭଜନରେ ବଜାଇଲେ ଡଫଲି

ନୂଆଦିଲ୍ଲୀ,୨୬।୯: ଦିଲ୍ଲୀର ଦୀନ ଦୟାଲ ଉପାଧ୍ୟାୟ ପାର୍କରେ ଆୟୋଜିତ ‘ଭଜନ କ୍ଲବିଂ’ କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ୧୧୦ତମ ଜୟନ୍ତୀ…

ମହଙ୍ଗା ମାଡ଼

ମହଙ୍ଗା ଭାର ନିମ୍ନ ଆୟକାରୀ ଓ ଗରିବ ପରିବାର ଅଧିକ ଅନୁଭବ କରନ୍ତି। ଦରଦାମର ସାମାନ୍ୟ ବୃଦ୍ଧି ସେମାନଙ୍କ ପାଇଁ ବଡ଼ ଆଘାତ ହୋଇଥାଏ। ଦିନ ମଜୁରିଆ…

କୁକି-ମେଇତି ହିଂସାର ଦିଗ

ଇମ୍ଫାଲ ଉପତ୍ୟକାରେ ଶାନ୍ତି ପାଇଁ ଉଦ୍ୟମ ସତ୍ତ୍ୱେ ଅଶାନ୍ତିର ନିଆଁ ଜଳିଉଠୁଛି ସମୟାନ୍ତରରେ। ବର୍ତ୍ତମାନର ଏନ୍‌ଡିଏ ସମର୍ଥିତ ଭାଜପା ସରକାର ପୂର୍ବ କଂଗ୍ରେସ ସରକାରଙ୍କ ସମୟର ନିଶା…

ରାହୁଙ୍କ ଘରେ ଶୁକ୍ରଙ୍କ ପ୍ରବେଶ: ଆଜିଠୁ ଆରମ୍ଭ ହେଲା ୩ ରାଶିଙ୍କ ଗୋଲଡେନ୍‌ ଟାଇମ୍‌, ଜାଣନ୍ତୁ ସେହି ଭାଗ୍ୟଶାଳୀ ରାଶି କିଏ…

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ରଙ୍କୁ ପ୍ରେମ, ସୌନ୍ଦର୍ଯ୍ୟ, ଧନ, ଐଶ୍ୱର୍ଯ୍ୟ ଏବଂ ଭୌତିକ ସୁଖ-ସୁବିଧାର କାରକ ଗ୍ରହ ଭାବେ ମନେ କରାଯାଏ। ଜ୍ୟୋତିଷୀୟ ମାନ୍ୟତା ଅନୁସାରେ ଶୁକ୍ରଙ୍କ ଶୁଭ…

ଦୁର୍ଗାପୂଜା ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ବଡ଼ ଖୁସି! ଜାଣନ୍ତୁ କେତେ ପ୍ରତିଶତ ବଢ଼ିବ DA

ନୂଆଦିଲ୍ଲୀ,୨୬।୯: ଯଦି ଆପଣ କିମ୍ବା ଆପଣଙ୍କ ପରିବାରର କେହି କେନ୍ଦ୍ର ସରକାରୀ କର୍ମଚାରୀ (Central Government Employee) କିମ୍ବା ପେନସନଭୋଗୀ ଅଛନ୍ତି, ତେବେ ପାର୍ବଣ ଋତୁରେ ଆପଣଙ୍କ…

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଢିଲା ଟେନ୍‌ସନ୍‌: ଲାଗିଲା ପୁଣି ଝଟକା

ନୂଆଦିଲ୍ଲୀ,୨୬।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ମଇଦାନକୁ ଫେରିବା ଅପେକ୍ଷା ଆହୁରି ଲମ୍ବା ହୋଇଛି। ୱେଷ୍ଟଇଣ୍ଡିଜ ବିପକ୍ଷ ଘରୋଇ ଦିନିକିଆ ସିରିଜ୍‌ରୁ ବାଦ…

ଅଧିକାରୀଙ୍କ ପାଇଁ ଏଆଇ

ଭାରତର ପ୍ରଶାସନିକ ବ୍ୟବସ୍ଥାରେ ପରବର୍ତ୍ତୀ ବଡ଼ ପରିବର୍ତ୍ତନ ହୁଏତ ଅନ୍ୟ କୌଣସି କ୍ୟାଡର୍‌ ସଂସ୍କାର କିମ୍ବା ନୂଆ ନିୟମାବଳୀ ମାଧ୍ୟମରେ ଆସି ନ ପାରେ। ବରଂ ଏହା…

ବିଧାନସଭାରେ ଛତାମଖନା ଆଇଏସ୍‌ଏସ୍‌ ପ୍ରସଙ୍ଗ ଉଠାଇଲେ ବିଧାୟକ କଳିକେଶ

ବଲାଙ୍ଗୀର,୨୫ା୯(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ବିଧାୟକ କଳିକେଶ ନାରାୟଣ ସିଂଦେଓ ବିଧାନସଭାରେ ବଲାଙ୍ଗୀରର ଛତାମଖନା ଇନ୍‌-ଷ୍ଟ୍ରିମ୍‌ ଷ୍ଟୋରେଜ୍‌ ଷ୍ଟ୍ରକଚର (ଆଇଏସ୍‌ଏସ୍‌)ର କ୍ଷତି, ଜଙ୍ଗଲ ନିଆଁ, କାମ୍ପା ପାଣ୍ଠି, ଜଙ୍ଗଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?