ଏଇ ଭାରତରେ

ତୃଣମୂଳସ୍ତରରେ ଜଣେ ସରପଞ୍ଚ ଭାବେ ନିରୁ ଯାଦବ ବ୍ୟାପକ ପରିବର୍ତ୍ତନ ଆଣିବାରେ ସକ୍ଷମ ହୋଇଛନ୍ତି। ନିରୁ ରାଜସ୍ଥାନର ଲାମ୍ବି ଅହିର ଗ୍ରାମପଞ୍ଚାୟତର ପ୍ରଥମ ମହିଳା ସରପଞ୍ଚ। ସେ ୨୦୨୦ରେ ପ୍ରଥମେ ସରପଞ୍ଚ ଭାବେ ନିର୍ବାଚିତ ହେବା ପରେ ଅନେକ କିଛି ପରିବର୍ତ୍ତନ ଆଣିବାର ନିଷ୍ପତ୍ତି ନେଇଥିଲେ। ଏହିକ୍ରମରେ ସେ ପ୍ରଥମେ ଗାଁର ଝିଅମାନଙ୍କୁ ହକି ପ୍ରଶିକ୍ଷଣ ଦେବାର ବ୍ୟବସ୍ଥା କରିଥିଲେ। ଝିଅମାନଙ୍କୁ ଖେଳିବା କଟକଣା ଥିଲା, ହେଲେ ନିରୁ ଅଭିଭାବକଙ୍କୁ ବୁଝାଇ ସେମାନଙ୍କୁ ଖେଳ ପଡ଼ିଆକୁ ଆଣିପାରିଥିଲେ। ସେ ତାଙ୍କ ଦରମାରୁ ଖର୍ଚ୍ଚକରି କୋଚ୍‌ ଆଣି ପ୍ରଶିକ୍ଷଣ ଦେବା ବ୍ୟବସ୍ଥା କରିଥିଲେ। ଏବେ ଝିଅଙ୍କ ମଧ୍ୟରୁ ଅନେକ ଜିଲାସ୍ତରରେ ପ୍ରତିନିଧିତ୍ୱ କରିସାରିଲେଣି। ନିରୁ ମଧ୍ୟ ଝିଅମାନଙ୍କୁ ଭୋକେଶନାଲ ଓ କୌଶଳ ଶିକ୍ଷା ଦେବାର ବ୍ୟବସ୍ଥା କରିଛନ୍ତି। ସେ ମଧ୍ୟ ଫାର୍ମର ପ୍ରଡ୍ୟୁସର ଅର୍ଗାନାଇଜେଶନ (ଏଫ୍‌ପିଓ) ଗଠନ କରି କୃଷକମାନଙ୍କ ଆୟ ବୃଦ୍ଧିରେ ସହଯୋଗ କରୁଛନ୍ତି। ଏହା ବ୍ୟତୀତ ସେ ବିବାହରେ ଏକକ ବ୍ୟବହାର ଯୋଗ୍ୟ ପ୍ଲାଷ୍ଟିକ ବ୍ୟବହାର ବନ୍ଦ କରିବା ଲାଗି ୨୦୨୨ରେ ‘ବାସନ ବ୍ୟାଙ୍କ’ ଗଠନ କରିଛନ୍ତି। ଏଥିରେ ଏବେ ୮,୦୦୦ ବାସନ ରହିଛି। ଏହାକୁ ସେ ତାଙ୍କ ଦ୍ୱାରା ପ୍ରତିଷ୍ଠିତ ଅଦିତ୍ରୀ ଫାଉଣ୍ଡେଶନ ଦ୍ୱାରା ପରିଚାଳନା କରୁଛନ୍ତି। ଏବେ ଗ୍ରାମବାସୀ କମ୍‌ ମୂଲ୍ୟରେ ବାସନ ଭଡ଼ାରେ ନେଉଛନ୍ତି ଓ ପ୍ଲାଷ୍ଟିକ ବ୍ୟବହାର ବନ୍ଦ ହୋଇଯାଇଛି। ଏହାକୁ ଲକ୍ଷ୍ୟ କରି ରାଜସ୍ଥାନ ସରକାର ମଧ୍ୟ ସାରା ରାଜ୍ୟରେ ଗାଁଗୁଡ଼ିକରେ ବାସନ ବ୍ୟାଙ୍କ୍‌ ଗଠନ କରିଛନ୍ତି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?