ଏଇ ଭାରତରେ

ତୃଣମୂଳସ୍ତରରେ ଜଣେ ସରପଞ୍ଚ ଭାବେ ନିରୁ ଯାଦବ ବ୍ୟାପକ ପରିବର୍ତ୍ତନ ଆଣିବାରେ ସକ୍ଷମ ହୋଇଛନ୍ତି। ନିରୁ ରାଜସ୍ଥାନର ଲାମ୍ବି ଅହିର ଗ୍ରାମପଞ୍ଚାୟତର ପ୍ରଥମ ମହିଳା ସରପଞ୍ଚ। ସେ ୨୦୨୦ରେ ପ୍ରଥମେ ସରପଞ୍ଚ ଭାବେ ନିର୍ବାଚିତ ହେବା ପରେ ଅନେକ କିଛି ପରିବର୍ତ୍ତନ ଆଣିବାର ନିଷ୍ପତ୍ତି ନେଇଥିଲେ। ଏହିକ୍ରମରେ ସେ ପ୍ରଥମେ ଗାଁର ଝିଅମାନଙ୍କୁ ହକି ପ୍ରଶିକ୍ଷଣ ଦେବାର ବ୍ୟବସ୍ଥା କରିଥିଲେ। ଝିଅମାନଙ୍କୁ ଖେଳିବା କଟକଣା ଥିଲା, ହେଲେ ନିରୁ ଅଭିଭାବକଙ୍କୁ ବୁଝାଇ ସେମାନଙ୍କୁ ଖେଳ ପଡ଼ିଆକୁ ଆଣିପାରିଥିଲେ। ସେ ତାଙ୍କ ଦରମାରୁ ଖର୍ଚ୍ଚକରି କୋଚ୍‌ ଆଣି ପ୍ରଶିକ୍ଷଣ ଦେବା ବ୍ୟବସ୍ଥା କରିଥିଲେ। ଏବେ ଝିଅଙ୍କ ମଧ୍ୟରୁ ଅନେକ ଜିଲାସ୍ତରରେ ପ୍ରତିନିଧିତ୍ୱ କରିସାରିଲେଣି। ନିରୁ ମଧ୍ୟ ଝିଅମାନଙ୍କୁ ଭୋକେଶନାଲ ଓ କୌଶଳ ଶିକ୍ଷା ଦେବାର ବ୍ୟବସ୍ଥା କରିଛନ୍ତି। ସେ ମଧ୍ୟ ଫାର୍ମର ପ୍ରଡ୍ୟୁସର ଅର୍ଗାନାଇଜେଶନ (ଏଫ୍‌ପିଓ) ଗଠନ କରି କୃଷକମାନଙ୍କ ଆୟ ବୃଦ୍ଧିରେ ସହଯୋଗ କରୁଛନ୍ତି। ଏହା ବ୍ୟତୀତ ସେ ବିବାହରେ ଏକକ ବ୍ୟବହାର ଯୋଗ୍ୟ ପ୍ଲାଷ୍ଟିକ ବ୍ୟବହାର ବନ୍ଦ କରିବା ଲାଗି ୨୦୨୨ରେ ‘ବାସନ ବ୍ୟାଙ୍କ’ ଗଠନ କରିଛନ୍ତି। ଏଥିରେ ଏବେ ୮,୦୦୦ ବାସନ ରହିଛି। ଏହାକୁ ସେ ତାଙ୍କ ଦ୍ୱାରା ପ୍ରତିଷ୍ଠିତ ଅଦିତ୍ରୀ ଫାଉଣ୍ଡେଶନ ଦ୍ୱାରା ପରିଚାଳନା କରୁଛନ୍ତି। ଏବେ ଗ୍ରାମବାସୀ କମ୍‌ ମୂଲ୍ୟରେ ବାସନ ଭଡ଼ାରେ ନେଉଛନ୍ତି ଓ ପ୍ଲାଷ୍ଟିକ ବ୍ୟବହାର ବନ୍ଦ ହୋଇଯାଇଛି। ଏହାକୁ ଲକ୍ଷ୍ୟ କରି ରାଜସ୍ଥାନ ସରକାର ମଧ୍ୟ ସାରା ରାଜ୍ୟରେ ଗାଁଗୁଡ଼ିକରେ ବାସନ ବ୍ୟାଙ୍କ୍‌ ଗଠନ କରିଛନ୍ତି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ନିରବଚ୍ଛିନ୍ନ ପ୍ରୟାସ ଓ ଦୃଢ଼ ଇଚ୍ଛାଶକ୍ତି ଦ୍ୱାରା ସଫଳତା ମିଳେ, ଯାହା ପ୍ରମାଣ କରିଛନ୍ତି ରାଜସ୍ଥାନ ଏକାଲଖୋରି ଗାଁର ରାଣାରାମ ବିଷ୍ଣୋଇ । ଗଛ ପରିବେଶ ଓ…

ଗାନ୍ଧୀ ବିଚାରରେ ପରିବେଶ ସୁରକ୍ଷା

ମହାକାଳର ଅସୀମ ଗର୍ଭରେ ଇତିହାସର ଅନେକ ପୃଷ୍ଠା ରକ୍ତର କାଳିରେ ଲେଖାଯାଇଛି, ଅନେକ ବିପ୍ଳବ କେବଳ କ୍ଷମତା ଆଉ ସାମ୍ରାଜ୍ୟବାଦର ମୋହରେ ଧୂଳିସାତ ହୋଇଯାଇଛି। କିନ୍ତୁ ବିଂଶ…

ନିର୍ମୂଳୀ ଚେର

ଅନେକ ଦଶନ୍ଧି ଧରି ଦେଶରୁ ଗରିବ ହଟାଇବା ଲକ୍ଷ୍ୟରେ ଅନେକ ଦୃଷ୍ଟାନ୍ତମୂଳକ ଯୋଜନା ପ୍ରଣୟନ କରାଯାଇଛି। ଅର୍ଥଶାସ୍ତ୍ରବିତ୍‌ଙ୍କ ସୁକଳ୍ପିତ ପରାମର୍ଶ, ସଂଗଠନ ସଦସ୍ୟଙ୍କ ମତାମତ ଏବଂ ରାଜନୀତିଜ୍ଞଙ୍କ…

ମାନବାଧିକାର ଓ ନେତୃତ୍ୱରେ ତ୍ରୁଟି

ଦ୍ବିତୀୟ ବିଶ୍ୱଯୁଦ୍ଧ ପରବର୍ତ୍ତୀ ସମୟରେ ଗଠିତ ଅନ୍ତର୍ଜାତୀୟ ବ୍ୟବସ୍ଥା ଏବେ ବୈଧତା ସଙ୍କଟର ସମ୍ମୁଖୀନ ହେଉଛି। ମାନବାଧିକାର ରକ୍ଷା କରୁଥିବା ବ୍ୟବସ୍ଥା ମଧ୍ୟ ଏଥିରୁ ବାଦ୍‌ ପଡ଼ୁନାହିଁ।…

ଆସ, ଗଢ଼ିବା ବିଦ୍ୟାଳୟ

କିଛି ଦିନ ତଳେ ଜଣେ ବନ୍ଧୁ କଥା ପ୍ରସଙ୍ଗରେ କହିଲେ, ସନ୍ତାନସନ୍ତତିଙ୍କ ପାଠପଢ଼ାକୁ ନେଇ ପରୀକ୍ଷା ନିରୀକ୍ଷା କରିହେବ ନାହିଁ। ସ୍ବାଧୀନତା ପରେ ପାଖାପାଖି ପଚାଶ ବର୍ଷ…

ଆକାଶର ତାରା

ବାପଛେଉଣ୍ଡ ପିଲାଟି ଯେତେବେଳେ ମା’କୁ ବାପା କାହାନ୍ତି ବୋଲି ପଚାରେ, ମା’ତାକୁ ଅନେକ କଥା କହି ବୁଝାଇଦିଅନ୍ତି। ଆଜି ଆସିବେ, କାଲି ଆସିବେ, ଅମୁକ ଜାଗାକୁ ଯାଇଛନ୍ତି…

ସୁଶ୍ରୁତଙ୍କ ଶଲ୍ୟଚିକିତ୍ସା

ଭାରତର ପ୍ରାୟ ପ୍ରତ୍ୟେକ ପାରିବାରିକ ସମାବେଶରେ କେହି ନା କେହି ଦାବି କରନ୍ତି ଯେ ପ୍ରାଚୀନ ଭାରତୀୟଙ୍କ ପାଖରେ ପ୍ଲାଷ୍ଟିକ୍‌ ସର୍ଜରି, ଟେଷ୍ଟଟ୍ୟୁବ୍‌ ବେବି ଏବଂ ବିମାନ…

ସନ୍ତାନ ବତ୍ସଳତା

ଅମୃତ କାଳରେ ଅସହାୟତାର ଦୌଡ଼ ଜୀବନର ଦୌଡ଼ରେ ସମସ୍ତଙ୍କ ପାଖରେ ସମାନ ସୁଯୋଗ ନ ଥାଏ। କାହା ପାଖରେ ଦାମୀ ଜୋତା ଥାଏ, କାହା ପାଖରେ ଆଧୁନିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?