ଏଇ ଭାରତରେ

ଜମ୍ମୁକଶ୍ମୀରରେ ଆର୍ଦ୍ରଭୂମି ଓ ବହିରାଗତ ପକ୍ଷୀଙ୍କ ସୁରକ୍ଷାରେ ଲାଗିପଡ଼ିଛନ୍ତି ଏକ ମହିଳା ଟିମ୍‌। ଏହି ଟିମ୍‌ରେ ୧୫ ଜଣ ମହିଳା ଓ ବାଳିକା ରହିଛନ୍ତି। ସେମାନେ ସଲିମ ଅଲି ବାର୍ଡଓ୍ବାଚର୍ସ ନେଟଓ୍ବର୍କ( ଏସ୍‌ଏବିଏନ୍‌) ମାଧ୍ୟମରେ ଏହି କାର୍ଯ୍ୟ କରୁଛନ୍ତି। ପରିବେଶ ଓ ପକ୍ଷୀ ସୁରକ୍ଷା କାର୍ଯ୍ୟ କରିବାରେ ଏହା ହେଉଛି ଜମ୍ମୁକଶ୍ମୀରରେ ପ୍ରଥମ ମହିଳା ନେଟଓ୍ବର୍କ। ଏହି ନେଟଓ୍ବର୍କକୁ ୨୦୨୫ରେ ଆରମ୍ଭ କରାଯାଇଥିଲା। ସେମାନେ ଶ୍ରୀନଗର ନିକଟରେ ଥିବା ଆର୍ଦ୍ରଭୂମିଗୁଡ଼ିକୁ ସଫା କରୁଛନ୍ତି ଏବଂ ସଚେତନ କରିବା ଲାଗି ପ୍ରାଚୀରପତ୍ର ବାଣ୍ଟୁଛନ୍ତି। ଏହା ବ୍ୟତୀତ ଆର୍ଦ୍ରଭୂମି ଚାରିପାଖରେ ଥିବା ବିଭିନ୍ନ ଗାଁ ଓ ସ୍କୁଲକୁ ଯାଇ ପରିବେଶ ସୁରକ୍ଷା ସମ୍ପର୍କରେ ସଚେତନ କରୁଛନ୍ତି। ଏହିସବୁ କାର୍ଯ୍ୟ ମୂଳରେ ରହିଛନ୍ତି ପ୍ରତିଷ୍ଠାତା ସଦସ୍ୟ ସରିତ ଉଲ୍‌ ନିସାର। ସପ୍ତାହାନ୍ତରେ ସଦସ୍ୟମାନେ ବାଇନାକୁଲାର ଧରି ବାହାରିଯାଇ ପକ୍ଷୀମାନଙ୍କ ଗତିବିଧି ଉପରେ ନଜର ରଖୁଛନ୍ତି ଏବଂ ନୂଆ ପକ୍ଷୀଙ୍କ ଆଗମନକୁ ଠାବ କରୁଛନ୍ତି। ଏହାସହ ଆର୍ଦ୍ରଭୂମିରୁ ପ୍ଲାଷ୍ଟିକ ବର୍ଜ୍ୟ ସଫା କରୁଛନ୍ତି। ଏହି ମହିଳା ଟିମ୍‌ ଉଦ୍ୟମରେ ଏବେସୁଦ୍ଧା ୧ ଲକ୍ଷ ବହିରାଗତ ପକ୍ଷୀ ଶ୍ରୀନଗର ଆଖପାଖ ଆର୍ଦ୍ରଭୂମିକୁ ଆସିପାରିଛନ୍ତି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସମାଜର ବିଫଳତା ନା ସମୟର ଆବଶ୍ୟକତା

ଗଛର ମୂଳ ଯେତେ ଦୃଢ଼, ଗଛ ସେତେ ସୁଦୃଢ଼। ସେହିପରି ବୟୋଜ୍ୟେଷ୍ଠମାନେ ହେଉଛନ୍ତି ପରିବାର ଓ ସମାଜର ମୂଳଦୁଆ। ସେମାନଙ୍କ ଅନୁଭବ, ତ୍ୟାଗ ଓ ଜୀବନବୋଧ ସମାଜକୁ…

ଚାଇନା ପାଇଁ ଆହ୍ବାନ

ନିକଟରେ ଚାଇନାର ପୂର୍ବତନ ପ୍ରଧାନମନ୍ତ୍ରୀ ଝୁ ରୋଙ୍ଗ୍‌ଜିଙ୍କର ୯୭ ବର୍ଷ ବୟସରେ ମୃତ୍ୟୁହେବା ପରେ ତାଙ୍କ ପାଇଁ ଚତୁର୍ଦ୍ଦିଗରୁ ଶ୍ରଦ୍ଧାଞ୍ଜଳିର ସୁଅ ଛୁଟିଥିଲା। ସେ ଥିଲେ ଆର୍ଥିକ…

ଡିଜିଟାଲ ସାର୍ବଭୌମତ୍ୱ

ଆଜିକାଲି ଭୌଗୋଳିକ ସୀମା ସରହଦକୁ ଅତିକ୍ରମକରି ମଣିଷ ଆଭାସିକ ଡିଜିଟାଲ ପୃଥିବୀରେ ଦୈନିକ ଜୀବନଯାପନ କଲାଣି। ଇଣ୍ଟରନେଟ୍‌ ଆସିବା ପରେ ଭୌଗୋଳିକ ସୀମା ପ୍ରତିରକ୍ଷା ପାଇଁ ରହିଲା,…

ସୁନାପିଲା

ପିଲାଦିନେ ଭାରି ଭଲ ଲାଗୁଥିଲା ଶୁଣିବାକୁ। ସୁନାପିଲା ବୋଲି ମୋତେ କେହି କହିଦେଲେ ଛାତି ଭିତରଟା କୁରୁଳି ଉଠେ। ମୋତେ ଆଙ୍ଗୁଠି ଦେଖାଇ ଆମ ଘରକୁ ବୁଲି…

ବିଲୁପ୍ତି ପଥେ ପୂର୍ବଜଙ୍କ ସମ୍ପଦ

ପ୍ରାୟ ଆମେ ସମସ୍ତେ ଆମ ପୂର୍ବପୁରୁଷଙ୍କ ସମ୍ପଦକୁ ନେଇ ବର୍ତ୍ତମାନର ଜୀବନ ବଞ୍ଚୁଛେ। ପୂର୍ବପୁରୁଷ ରହୁଥିବା ଘର, ସେମାନଙ୍କ ଦ୍ୱାରା ଅର୍ଜିତ କୃଷିକ୍ଷେତ୍ର, ଜାଗାବାଡ଼ି ଏପରିକି ଅନେକ…

ବାଗ୍‌ଦାଦରେ ମହାକାଳ

ତ୍ରୟୋଦଶ ଶତାବ୍ଦୀର ପ୍ରାରମ୍ଭିକ ମୁସଲିମ ଶାସକମାନେ ନିଜକୁ ସୁଲତାନ ବୋଲି କହୁଥିଲେ। କିନ୍ତୁ ୧୬ଶ ଶତାବ୍ଦୀରେ ମୋଗଲମାନେ ନିଜକୁ ବାଦଶାହ ବୋଲି କହିଲେ। ଏହାର କାରଣ ହେଉଛି…

ଶିକ୍ଷାରେ ବହୁ ଭାଷା

ଭାରତୀୟ ଶିକ୍ଷା, ଗବେଷଣା ଏବଂ ପ୍ରଶିକ୍ଷଣ ପରିଷଦ(ଏନ୍‌ସିଇଆର୍‌ଟି) ମାଧ୍ୟମିକ ସ୍ତରରେ ତିନୋଟି ଭାଷା ଶିକ୍ଷାକରିବା ଲାଗି ନିୟମ କଲାପରେ ଏହାକୁ ନେଇ କେତେକ ରାଜ୍ୟରେ ପ୍ରତିବାଦର ସ୍ବର…

ମୋ ଭାରତ ବଦଳୁଛି

ସମୟ ବଦଳିବା ସହିତ ଦେଶର ଚିତ୍ର ଓ ଚରିତ୍ର ବଦଳିବା ଏକ ସ୍ବାଭାବିକ ପ୍ରକ୍ରିୟା। ବଦଳୁଛି ସମୟ, ବଦଳୁଛି ସ୍ଥିତି, ବଦଳୁଛି ମୋ ଦେଶର ଭାଗ୍ୟ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri