ଏଇ ଭାରତରେ

ଟ୍ରେନ୍‌ରେ ଏକ ଭ୍ରାମ୍ୟମାଣ ହସ୍ପିଟାଲ ବିଭିନ୍ନ ଷ୍ଟେଶନକୁ ଯାଇ ରୋଗୀଙ୍କ ଚିକିତ୍ସା କରୁଛି। ଏହା ମହାରାଷ୍ଟ୍ରର ଭୁଶାଓ୍ବାଲ ରେଲଓ୍ବେ ଡିଭିଜନର ଚେଷ୍ଟା ଯୋଗୁ ସମ୍ଭବ ହୋଇଛି। ଜାନୁଆରୀ ୨୦୨୫ରେ ଏହି ହସ୍ପିଟାଲ ଆରମ୍ଭ କରାଯାଇଥିଲା। ଏହା ଏକ ପୁରୁଣା ଡବାରେ ଚାଲିଛି ଓ ଏହାର ନାମ ରଖାଯାଇଛି ରୁଦ୍ର । ଭୁଶାଓ୍ବାଲ ଡିଭିଜନର ସବୁ ଷ୍ଟେଶନକୁ ଯାଇ ସେଠାରେ ଏହି ହସ୍ପିଟାଲ ରହୁଛି। ଫଳରେ ସେଠାକାର ରେଲଓ୍ବେ କର୍ମଚାରୀ ଓ ସେମାନଙ୍କ ପରିବାର ସହଜରେ ଚିକିତ୍ସା ସୁବିଧା ପାଇପାରୁଛନ୍ତି। ଭୁଶାଓ୍ବାଲ ଡିଭିଜନ କ୍ଷେତ୍ର ୧,୨୦୦ କିଲୋମିଟର ଏବଂ ପ୍ରତିଦିନ ଏହି ଡିଭିଜନରେ ୨୨୫ ଯାତ୍ରୀବାହୀ ଟ୍ରେନ୍‌ ଚାଲୁଛି। ରୁଦ୍ର ହସ୍ପିଟାଲ ଏବେ ଏହି ସବୁ ଟ୍ରେନ୍‌ ଦ୍ୱାରା ଡିଭିଜନର ବିଭିନ୍ନ ଷ୍ଟେଶନକୁ ଯାଇପାରୁଛି। ହସ୍ପିଟାଲରେ ସ୍ଥାୟୀ ଡାକ୍ତରମାନେ ରୋଗୀଙ୍କୁ ପରାମର୍ଶ ଦେବା ସହ ବିଭିନ୍ନ ପ୍ରକାର ପରୀକ୍ଷା କରାଯାଉଛି। ଏହାସହ ବହୁ ସମୟରେ ଅସ୍ଥାୟୀ ଭାବେ ଅନେକ ବିଶେଷଜ୍ଞ ହସ୍ପିଟାଲକୁ ଆସି ସେବା ଯୋଗାଇ ଦେଉଛନ୍ତି। ରୋଗୀଙ୍କୁ ଔଷଧ ମଧ୍ୟ ଯୋଗାଇ ଦେବାର ବ୍ୟବସ୍ଥା ରଖାଯାଇଛି ।
ମାର୍ଚ୍ଚ ୨୦୨୬ ସୁଦ୍ଧା ଏହି ହସ୍ପିଟାଲ ଡିଭିଜନରେ ୨୮ଟି ଚିକିତ୍ସା ଶିବିର ଆୟୋଜନ କରି ୪,୩୨୧ ରୋଗୀଙ୍କୁ ଚିକିତ୍ସା ସେବା ଯୋଗାଇ ଦେଇସାରିଛି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆଚରଣ-ଉଚ୍ଚାରଣରେ ପ୍ରଭେଦ

ମାନବ ସଭ୍ୟତା ଓ ସଂସ୍କୃତିର ମୂଳଦୁଆ ହେଉଛି ନୈତିକତା, ସହନଶୀଳତା ଏବଂ ସଦ୍‌ଭାବନା। ଏକ ସୁସ୍ଥ ସମାଜ ଗଠନ ପାଇଁ ମଣିଷର କଥା ଓ କାର୍ଯ୍ୟ ମଧ୍ୟରେ…

ଦୋଷ କୁମ୍ଭାରର ନା ମାଟିର

ହଁ ହଁ ସମୁଦୀ। ଇଏ ମୋ ପୁଅ। ଏକୋଇର ବଳା ବିଶିକେଶନ। ଜନମରୁ ଗେହ୍ଲା। ଅଧିକ ସ୍ନେହ ଦେଇ ବଢ଼େଇଛି। ଦିନେ ବି ମୋ ଗାଉଁଲି ଗାଁକୁ…

ଜନସାଂଖ୍ୟିକ ପରିବର୍ତ୍ତନ ଓ ଅର୍ଥନୀତି

ହ୍ରାସ ପାଉଥିବା ଜନ୍ମହାର ଏବଂ ବୃଦ୍ଧି ପାଉଥିବା ଆୟୁଷ ଜନସାଂଖି୍ୟକ ପରିବର୍ତ୍ତନକୁ ସୂଚିତ କରିଛି। ବିଶ୍ୱସ୍ତରରେ ଗତ ଶତାବ୍ଦୀର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନଗୁଡ଼ିକ ମଧ୍ୟରୁ ଏହା ଅନ୍ୟତମ।…

ଏଇ ଭାରତରେ

ତ୍ରିପୁରାର ଏକ ଛୋଟ ସହର ଖୋଓ୍ବାଇ। ୧୫ ଓ୍ବାର୍ଡବିଶିଷ୍ଟ ଏହି ସହରର ବର୍ଜ୍ୟ ପରିଚାଳନା ସମ୍ପୂର୍ଣ୍ଣ ଭିନ୍ନ। ଏଠାରେ ମ୍ୟୁନିସିପାଲିଟି ନୁହେଁ, ବରଂ ଏକ ସୋସାଇଟିର ପରିମଳ…

ଇଥାନଲ୍‌ ଓ ଇ୨୦ ଇନ୍ଧନ

ଆମ ପୁରାଣରେ ଦେବଲୋକରେ ଆନନ୍ଦ ଅନୁଭବ ପାଇଁ ସୁରା ପାନକରିବା କଥା ଉଲ୍ଲେଖ ଅଛି I ଉକ୍ତ ସୁରା ବା ମଦ୍ୟ ଅନ୍ୟ କିଛି ନୁହେଁ, ବରଂ…

ଜାତୀୟ ସୁରକ୍ଷା

ଭାରତ ବିଶ୍ୱର ସର୍ବାଧିକ ଜନବହୁଳ ଗଣତାନ୍ତ୍ରିକ ଦେଶ। ଏହାର ଭୌଗୋଳିକ ଅବସ୍ଥିତି ଓ ବିସ୍ତୃତି, ବହୁଭାଷିକ ଓ ବହୁଧର୍ମୀୟ ସମାଜ,ପଡ଼ୋଶୀ ଦେଶଗୁଡ଼ିକ ସହ ଲାଗି ରହିଥିବା ସୀମା…

ସମୟଚକ୍ରରେ ସଭ୍ୟତା

ଅନେକ ପିଢ଼ି ଧରି ପାଶ୍ଚାତ୍ୟ ଇତିହାସକୁ ଏକ ପ୍ରଗତିର କାହାଣୀ ବୋଲି କୁହାଯାଉଥିଲା। କ୍ରମଶଃ ମାନବ ଜାତି କୁସଂସ୍କାରରୁ ବିଜ୍ଞାନ ଆଡ଼କୁ, ରାଜତନ୍ତ୍ରରୁ ଗଣତନ୍ତ୍ର ଆଡ଼କୁ ଏବଂ…

ଏଇ ଭାରତରେ

ବେଙ୍ଗାଲୁରୁରେ ବର୍ଷା ହେବା କ୍ଷଣି ବନ୍ୟା ସ୍ଥିତି ସୃଷ୍ଟି ହେଉଛି। ଏହା ଯୋଗୁ ଲୋକେ ଅସୁବିଧାର ସମ୍ମୁଖୀନ ହେବା ସହ ବୁଲାକୁକୁରଙ୍କ ଜୀବନ ପ୍ରତି ବିପଦ ଦେଖାଦେଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri