ଏଇ ଭାରତରେ

ଚେନ୍ନାଇ ପେରୁଙ୍ଗୁଡ଼ିର ସିରାଜ ଖାନ୍‌ ଜଣେ ଶିକ୍ଷୟିତ୍ରୀ। ସେ ତାଙ୍କ କର୍ମମୟ ଜୀବନରୁ ସମୟ ବଞ୍ଚାଇ ମହିଳାମାନଙ୍କୁ ସ୍ବାବଲମ୍ବୀ କରିବାରେ ଲାଗିଛନ୍ତି। ଏହା କୌଣସି ସରକାରୀ ସହଯୋଗରେ ନୁହେଁ, ବରଂ ସେ ନିଜସ୍ବ ଉଦ୍ୟମରେ ଏହି କାର୍ଯ୍ୟ କରୁଛନ୍ତି। ସିରାଜ ବି.ଏଡ୍‌ ପାସ୍‌ କରିବା ପରେ ଶିକ୍ଷୟିତ୍ରୀ ଭାବେ କାର୍ଯ୍ୟ କରୁଛନ୍ତି। ସେ ମଧ୍ୟ ଜଣେ ସିଙ୍ଗଲ ମଦର। ସିରାଜ ‘ଥାଲିର ଲିଡ୍‌’ ସଂସ୍ଥା ଗଠନ କରି ତା’ ମାଧ୍ୟମରେ ଏହି ସଞ୍ଚାଳନ କରୁଛନ୍ତି। ଏହି ସଙ୍ଗଠନ ସେ ୨୦୨୦ରେ ଆରମ୍ଭ କରିଥିଲେ। ଏବେ ସୁଦ୍ଧା ସେ ୧୦୦ରୁ ଊର୍ଦ୍ଧ୍ୱ ମହିଳାଙ୍କୁ ସ୍ବାବଲମ୍ବୀ କରିସାରିଲେଣି। ସେମାନେ ମାସକୁ ପାଖାପାଖି ୨୦,୦୦୦ ଟଙ୍କା ରୋଜଗାର କରିବାକୁ ସକ୍ଷମ ହୋଇପାରିଛନ୍ତି। ସେ ମହିଳାଙ୍କ ପାଇଁ ଏକ ପ୍ରଶିକ୍ଷଣ କେନ୍ଦ୍ର ଖୋଲିିଛନ୍ତି। ପିଲାଙ୍କୁ ପଢ଼ାଇବା ପରେ ସିରାଜ ସଂନ୍ଧ୍ୟା ସମୟରେ କେନ୍ଦ୍ରକୁ ଆସି ମହିଳାଙ୍କୁ ହାତବୁଣା କୌଶଳ ସମ୍ପର୍କରେ ପ୍ରଶିକ୍ଷଣ ଦେଉଛନ୍ତି। ସେଠାରେ ମହିଳାମାନେ ଆକର୍ଷଣୀୟ ପ୍ଲାଷ୍ଟିକ୍‌ ବ୍ୟାଗ୍‌ ବୁଣୁଛନ୍ତି। ବଡ଼ କଥା ହେଉଛି, ଏହି ମହିଳାଙ୍କ ମଧ୍ୟରୁ ଅନେକେ ଘରକାମ କିମ୍ବା ଅନ୍ୟ କୌଣସି କ୍ଷେତ୍ରରେ କାର୍ଯ୍ୟ କରିସାରିବା ପରେ ଅପରାହ୍ନରେ ଆସି ବ୍ୟାଗ୍‌ ବୁଣୁଛନ୍ତି ଓ ଏଥିରୁ ସେମାନେ ଅଧିକ ରୋଜଗାର କରୁଛନ୍ତି। ସିରାଜ ମହିଳାଙ୍କୁ ରୋଜଗାର ଦେବା ସହ ସାମାଜିକ ସ୍ତରରେ ସମସ୍ତ ପ୍ରକାର ସହଯୋଗ କରିଆସୁଛନ୍ତି। ମହିଳାମାନେ ପ୍ରସ୍ତୁତ କରୁଥିବା ବ୍ୟାଗ୍‌ର ମୂଲ୍ୟ ୫୦୦ରୁ ୩,୦୦୦ ଟଙ୍କା ରଖାଯାଇଛି। ଏହି ବ୍ୟାଗ୍‌ଗୁଡ଼ିକୁ ବିକ୍ରି କରିବା ପାଇଁ ମହିଳାମାନେ ବିଭିନ୍ନ ପ୍ରଦର୍ଶନୀକୁ ନେଉଛନ୍ତି ଏବଂ ସେସବୁ ଲୋକଙ୍କ ଦ୍ୱାରା ଆଦୃତ ହେଉଛି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆଧ୍ୟାତ୍ମିକ ପଥେ

ଏବେ ଚାରିଆଡେ ଆଲୋଚନା ହେଉଛି ଯେ, ଆମ ଯୁବଶକ୍ତି ଭୁଲ ଦିଗର ପଥଯାତ୍ରୀ ହେଉଛନ୍ତି, ସ୍ବାଧୀନତା ନଁାରେ ସ୍ବେଚ୍ଛାଚାରିତା ଏବଂ ଅତ୍ୟାଧୁନିକତାକୁ ଆପଣେଇ ନେଉଛନ୍ତି। ଏହି ପରିପ୍ରେକ୍ଷିରେ…

ବ୍ୟକ୍ତିଗତ ସ୍ବାଧୀନତା ଓ ପୋଲିସ କ୍ଷମତା

ଗୋଟିଏ ଗଣତାନ୍ତ୍ରିକ ଏବଂ ଆଇନ ଅନୁଶାସିତ ରାଷ୍ଟ୍ରରେ ପୋଲିସ ବ୍ୟବସ୍ଥା ହେଉଛି ସମାଜର ସୁରକ୍ଷା ଓ ଶୃଙ୍ଖଳାର ମେରୁଦଣ୍ଡ। ଅପରାଧମୁକ୍ତ ସମାଜ ଗଠନ ଏବଂ ସାଧାରଣ ନାଗରିକଙ୍କ…

ୟୁପିରେ ଅଦଳବଦଳ

ନିକଟରେ ଉତ୍ତର ପ୍ରଦେଶ(ୟୁପି)ରେ ବାବୁ ଅଦଳବଦଳ କରାଯାଇଛି। ଯୋଗୀ ଆଦିତ୍ୟନାଥ ସରକାର ରାଜ୍ୟରେ ୨୦୨୪ ବ୍ୟାଚ୍‌ର ୧୮ ଜଣ ଯୁବ ଆଇଏଏସ୍‌ ଅଧିକାରୀଙ୍କୁ ଆସିଷ୍ଟାଣ୍ଟ ମାଜିଷ୍ଟ୍ରେଟରୁ ଜଏଣ୍ଟ…

ଏଇ ଭାରତରେ

ଟ୍ରେନ୍‌ରେ ଏକ ଭ୍ରାମ୍ୟମାଣ ହସ୍ପିଟାଲ ବିଭିନ୍ନ ଷ୍ଟେଶନକୁ ଯାଇ ରୋଗୀଙ୍କ ଚିକିତ୍ସା କରୁଛି। ଏହା ମହାରାଷ୍ଟ୍ରର ଭୁଶାଓ୍ବାଲ ରେଲଓ୍ବେ ଡିଭିଜନର ଚେଷ୍ଟା ଯୋଗୁ ସମ୍ଭବ ହୋଇଛି। ଜାନୁଆରୀ…

ଆଚରଣ-ଉଚ୍ଚାରଣରେ ପ୍ରଭେଦ

ମାନବ ସଭ୍ୟତା ଓ ସଂସ୍କୃତିର ମୂଳଦୁଆ ହେଉଛି ନୈତିକତା, ସହନଶୀଳତା ଏବଂ ସଦ୍‌ଭାବନା। ଏକ ସୁସ୍ଥ ସମାଜ ଗଠନ ପାଇଁ ମଣିଷର କଥା ଓ କାର୍ଯ୍ୟ ମଧ୍ୟରେ…

ଦୋଷ କୁମ୍ଭାରର ନା ମାଟିର

ହଁ ହଁ ସମୁଦୀ। ଇଏ ମୋ ପୁଅ। ଏକୋଇର ବଳା ବିଶିକେଶନ। ଜନମରୁ ଗେହ୍ଲା। ଅଧିକ ସ୍ନେହ ଦେଇ ବଢ଼େଇଛି। ଦିନେ ବି ମୋ ଗାଉଁଲି ଗାଁକୁ…

ଜନସାଂଖ୍ୟିକ ପରିବର୍ତ୍ତନ ଓ ଅର୍ଥନୀତି

ହ୍ରାସ ପାଉଥିବା ଜନ୍ମହାର ଏବଂ ବୃଦ୍ଧି ପାଉଥିବା ଆୟୁଷ ଜନସାଂଖି୍ୟକ ପରିବର୍ତ୍ତନକୁ ସୂଚିତ କରିଛି। ବିଶ୍ୱସ୍ତରରେ ଗତ ଶତାବ୍ଦୀର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନଗୁଡ଼ିକ ମଧ୍ୟରୁ ଏହା ଅନ୍ୟତମ।…

ଏଇ ଭାରତରେ

ତ୍ରିପୁରାର ଏକ ଛୋଟ ସହର ଖୋଓ୍ବାଇ। ୧୫ ଓ୍ବାର୍ଡବିଶିଷ୍ଟ ଏହି ସହରର ବର୍ଜ୍ୟ ପରିଚାଳନା ସମ୍ପୂର୍ଣ୍ଣ ଭିନ୍ନ। ଏଠାରେ ମ୍ୟୁନିସିପାଲିଟି ନୁହେଁ, ବରଂ ଏକ ସୋସାଇଟିର ପରିମଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri