ଏଇ ଭାରତରେ

ଘରୁ ବାଇକରେ ବାହାରକୁ ଯାଇଥିବା ଦୁଇ ପୁଅ ରାସ୍ତାରେ ଦୁର୍ଘଟଣାର ସମ୍ମୁଖୀନ ହୋଇ ବଡ଼ପୁଅର ମୃତ୍ୟୁ ହେଲା ଏବଂ ସାନ ବଞ୍ଚିଗଲେ। ଏହା ହେଉଛି ୨୦୧୫ର ଘଟଣା। ସେମାନଙ୍କ ପିତା ଦାଦାରାଓ ବିଲ୍‌ହୋରେ ଜାଣିବାକୁ ପାଇଲେ ଯେ, ବର୍ଷାବେଳେ ରାସ୍ତାରେ ହୋଇଥିବା ଖାଲକୁ ଜାଣି ନ ପାରି ସେଥିରେ ପଡ଼ିଯିବାକୁ ତାଙ୍କ ପୁଅର ମୃତ୍ୟୁ ହୋଇଛି। ଏଭଳି ମୃତ୍ୟୁ ଆଉ କାହା ଜୀବନରେ ନ ଆସୁ ଏବଂ ତାହାର ପ୍ରତିକାର ସ୍ବରୂପ ସେ ତାଙ୍କ ବଡ଼ ପୁଅର ମୃତ୍ୟୁପରେ ପ୍ରଥମେ ୨୦୧୫ରେ ମୁମ୍ବାଇର ଯୋଗେଶ୍ୱରୀ-ବିର୍ଖୋଲି ଲିଙ୍କ ରୋଡରେ ହେଉଥିବା ଖାଲଖମା ନିଜସ୍ବ ଉଦ୍ୟମ ଓ ଖର୍ଚ୍ଚରେ ପୂରଣ କରିବାରେ ଲାଗିଛନ୍ତି। ପ୍ରତିଦିନ ହାତରେ କୋଦାଳ, ଶାବଳ ଓ ଅଖାରେ ମେଟାଲ ଧରି ବାହାରି ଯାଉଛନ୍ତି ରାସ୍ତା ମରାମତି କରିବା ପାଇଁ। ଏବେ ସୁଦ୍ଧା ସେ ପାଖାପାଖି ୧୫୦୦ ଖାଲ ପୂରଣ କରିସାରିଲେଣି। ଏଥିପାଇଁ ତାଙ୍କୁ ପାଥହୋଲ ଦାଦା ବୋଲି ଲୋକେ ସମ୍ବୋଧନ କରୁଛନ୍ତି। ବହୁ ସମୟରେ ଅବହେଳା ପାଇଁ ସେ ପୌର ଅଧିକାରୀ କିମ୍ବା ଠିକାଦାରଙ୍କ ବିରୋଧରେ ଏଫ୍‌ଆଇଆର୍‌ ଦାଏର କରୁଛନ୍ତି। ଏବେ ଏହି କାର୍ଯ୍ୟରେ ବିଲହୋରେଙ୍କ ସହ କେତେଜଣ ସ୍ବେଚ୍ଛାସେବୀ ସାମିଲ ହୋଇ ଖାଲଖମା ପୂରଣ କରୁଛନ୍ତି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଋଣ ଅଧିକାର ନୁହେଁ

ନିକଟରେ ବାଇଶ ହଜାର କୋଟି ଋଣ ପରିଶୋଧ ପାଇଁ ସାଢ଼େ ଛଅ କୋଟି ଅସୁଲି, ତାହା ସାରା ଭାରତରେ ସର୍ବସାଧାରଣରେ ଏକ ଆଲୋଚ୍ୟର ବିଷୟ ହୋଇଛି। ଅନେକେ…

ସମ୍ଭବାମି ଯୁଗେ ଯୁଗେ

ଅବତାର ମନୁଷ୍ୟକୁ ତା’ର ନିଜତ୍ୱ ଦେଖାଇବାକୁ ଓ ତା’ର ଜନ୍ମଗତ ଅଧିକାର ଆତ୍ମାନନ୍ଦକୁ ଫେରାଇ ଆଣିବାକୁ ଧରାପୃଷ୍ଠରେ ବାରମ୍ବାର ଜନ୍ମଗ୍ରହଣ କରନ୍ତି। ତାଙ୍କୁ ବାରମ୍ବାର ଏ ପୃଥିବୀରେ…

ସହଯୋଗ ଅଭାବ

ବିଶ୍ୱ ବ୍ୟବସ୍ଥାରେ ୧୯୪୫ ପରେ ପରିବର୍ତ୍ତନ ଘଟିଚାଲିଛି । ବ୍ୟବସ୍ଥାର ମୁଖ୍ୟ ସ୍ତମ୍ଭ କୁହାଯାଉଥିବା ମାନବାଧିକାର ପ୍ରତି ସମର୍ଥନ, ଏକାଧିକ ଦେଶର ସହଯୋଗ, ଆଇନର ଶାସନ, ମାନବୀୟ…

ଏକଲବ୍ୟ ଓ ଅଙ୍ଗୁଳିମାଳ

କଲବ୍ୟଙ୍କ କାହାଣୀ ହେଉଛି ଜଣେ ନିମ୍ନଜାତିର ବନବାସୀ ବାଳକଙ୍କ କଥା। ବ୍ରାହ୍ମଣ ଗୁରୁ ଦ୍ରୋଣ ତାଙ୍କୁ ଶିଷ୍ୟ ଭାବେ ଗ୍ରହଣ କରିବାକୁ ମନା କରିଥିଲେ। ଏହା ପରେ…

ଏଇ ଭାରତରେ

ଗଙ୍ଗାନଦୀରେ ଡଲ୍‌ଫିନ ପର୍ଯ୍ୟଟକଙ୍କ ଆକର୍ଷଣର କେନ୍ଦ୍ର ପାଲଟିଥାଏ। ହେଲେ ଏମାନଙ୍କ ଜୀବନ ପ୍ରତି ବିପଦ ଏବେ ସୃଷ୍ଟି ହୋଇଛି। ଗଙ୍ଗା ଓ ଏହାର ଉପନଦୀଗୁଡ଼ିକରେ ପାଖାପାଖି ୬,୩୨୪…

ଭୁଲ୍‌ ପ୍ରସଙ୍ଗ

ନିଜର ଭୁଲ୍‌ ପ୍ରାୟ ସବୁବେଳେ ମଲ୍ଲୀ, ହେନା, କିଆ, କେତକୀ, ଶେଫାଳୀ, ରଜନୀଗନ୍ଧା ଫୁଲର ବାସ ପରି ମହମହ ବାସେ ! ସାଧାରଣତଃ ଆମେ ନିଜ ଭୁଲ୍‌କୁ…

ଭିଡ଼ହିଂସା କାରଣ ଓ ନିରାକରଣ

ଭିଡ଼ହିଂସା ଏଇ କିଛିମାସ ହେଲା ଓଡ଼ିଶାର ବିଭିନ୍ନ ଜାଗାରେ ଯେପରି କ୍ରମାଗତ ଭାବରେ ସୃଷ୍ଟିହୋଇଛି, ହୁଏତ ତାହାର ଉଦାହରଣ ଆଗରୁ ଏତେ ନ ଥିଲା। ଏକ ଅନିୟନ୍ତ୍ରିତ…

ଲୁଟିବା ଥୟ

ଖଣି ଓ ଖଣିଜ (ବିକାଶ ଓ ନିୟନ୍ତ୍ରଣ) ବା ଏମ୍‌ଏମ୍‌ଡିଆର୍‌ ଆଇନ-୧୯୫୭କୁ ୨୦୨୬ ଅଗଷ୍ଟରେ କେନ୍ଦ୍ର ସରକାର ସଂଶୋଧନ କରିଛନ୍ତି। ସଂସଦରେ ଗୃହୀତ ଏହି ଆଇନ ଦେଶର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri