ଏଇ ଭାରତରେ

ପଞ୍ଜାବର ଗୁରୁବିନ୍ଦର ସିଂ ସୋହି ଗହମ ବଦଳରେ ଫୁଲ ଚାଷ କରି ବର୍ଷକୁ ୨୨ ଲକ୍ଷ ଟଙ୍କା ରୋଜଗାର କରୁଛନ୍ତି। ଗୁରୁବିନ୍ଦର ରହୁଛନ୍ତି ନାନୋଓ୍ବାଲରେ। ଏହି ଗାଁରେ ସେ ୨୨ ଏକରରେ ୪୦ ପ୍ରକାର ବିଦେଶୀ ଫୁଲ ଚାଷ କରୁଛନ୍ତି। ପ୍ରତି ବର୍ଷ ୧ ଏକରରୁ ୧ ଲକ୍ଷ ଟଙ୍କା ପାଉଛନ୍ତି। ସେ ଦ୍ୱାଦଶ ପାସ୍‌ କରିବା ପରେ ଆଉ ପଢ଼ି ନ ଥିଲେ। ତାଙ୍କ ସମ୍ପର୍କୀୟ ଭାଇ ଓ ଭଉଣୀ କାନାଡା ଚାଲିଯାଇଥିଲେ ମଧ୍ୟ ସେ ଗାଁରେ ରହି ବିଭିନ୍ନ ସଂସ୍ଥାରେ କାମ କରିଥିଲେ। ପରେ ତାହାକୁ ଛାଡ଼ି ସେ ଫୁଲଚାଷ କରିବା ନିଷ୍ପତ୍ତି ନେଇଥିଲେ। ୨୦୦୮ରେ ପ୍ରଥମେ ଏହି ଚାଷ ୦.୫ ଏକରରୁ କମ୍‌ ଜମିରେ ଆରମ୍ଭ କରିଥିଲେ। ଏବେ ସେ ୟୁରୋପ ଓ ଇସ୍ରାଏଲରୁ ଏହିସବୁ କିସମର ଫୁଲ ଆଣି ଚାଷ କରୁଛନ୍ତି । କେବଳ ଏତିକି ନୁହେଁ, ଗୁରୁବିନ୍ଦର ଫୁଲ ଗଛ ଲଗାଇବା ଓ ଘାସ ସଫା କରିବା ଲାଗି ଏକ ନୂଆ ମେଶିନ ତିଆରି କରିଛନ୍ତି ଏବଂ ୮ଟି ମେଶିନ ତିଆରି କରି ବିକ୍ରି କରିସାରିଛନ୍ତି। ତାହାକୁ ପଞ୍ଜାବ, ହରିୟାଣା, ଉତ୍ତରାଖଣ୍ଡ ଏବଂ ହିମାଚଳ ପ୍ରଦେଶର କୃଷକଙ୍କୁ ବିକ୍ରି କରିଛନ୍ତି। ପ୍ରତ୍ୟେକ ମେଶିନର ଦାମ ୬୦,୦୦୦ରୁ ୧.୫ ଲକ୍ଷ ଟଙ୍କା ମଧ୍ୟରେ ରହୁଛି। ଗୁରୁବିନ୍ଦର ମଧ୍ୟ ଫୁଲଚାଷ ସମ୍ପର୍କରେ ଲେହ, ହିମାଚଳ ପ୍ରଦେଶ, ରାଜସ୍ଥାନ ଓ ଉତ୍ତରପ୍ରଦେଶର ୨,୦୦୦ରୁ ଊର୍ଦ୍ଧ୍ୱ କୃଷକଙ୍କୁ ଫୁଲଚାଷ ସମ୍ପର୍କରେ ପ୍ରଶିକ୍ଷଣ ଦେଇସାରିଲେଣି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

‘ଏକ୍‌ଲା ଚଲୋରେ’ର ବିକୃତ ପ୍ରକଟନ

“ତୋର୍‌ ଡାକ୍‌ ଶୁନେ ଯଦି କେଉ ନା ଆସେ, ତବେ ଏକ୍‌ଲା ଚଲୋରେ“- ନୋବେଲ ପୁରସ୍କାରପ୍ରାପ୍ତ ବିଶ୍ୱକବି ରବୀନ୍ଦ୍ରନାଥ ଟାଗୋରଙ୍କର ଦେଶାମତ୍ବୋଧକ ସଙ୍ଗୀତର ଏହି ପଂକ୍ତି ଆଜି…

କୃଷି କୃଷକର କଥା ଓ ବ୍ୟଥା

ଓଡ଼ିଶା ଏକ କୃଷି ପ୍ରଧାନ ରାଜ୍ୟ। ରାଜ୍ୟର ପ୍ରାୟ ଶତକଡ଼ା ସତୁରି ଭାଗ ଲୋକ ଜୀବନ ଜୀବିକା ପାଇଁ କୃଷି ଉପରେ ନିର୍ଭର କରିଥାନ୍ତି। ତେଣୁ ଓଡ଼ିଶାର…

ଫାଳିକିଆ ଆଇନ

ସଶସ୍ତ୍ର ଦୁର୍ବୃତ୍ତମାନେ ସେପ୍ଟେମ୍ବର ୧୩ରେ ମଣିପୁରର ତାମେଙ୍ଗଲଙ୍ଗ ଜିଲାରେ ଦୁଇଟି ପୃଥକ୍‌ ସ୍ଥାନରେ ଆକ୍ରମଣ କରିବାରୁ ଜଣେ ୬ ବର୍ଷର ଶିଶୁ ଆହତ ହେବା ସହ ୪…

ଏଇ ଭାରତରେ

ମଧ୍ୟପ୍ରଦେଶ ଷ୍ଟେଟ ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସର ଆଇପିଏସ୍‌ ଅଧିକାରୀ ବୀରେନ୍ଦ୍ର ମିଶ୍ରା ବେଡ଼ିଆ ସମ୍ପ୍ରଦାୟର ପିଲାଙ୍କୁ କୁତ୍ସିତ ପ୍ରଥାରୁ ମୁକୁଳାଇ ସମାଜର ମୁଖ୍ୟ ଧାରାରେ ସାମିଲ କରୁଛନ୍ତି।…

କାହାନ୍ତି ସେ ସାଆନ୍ତାଣୀ

‘ସାଆନ୍ତାଣୀ’ ଏପରି ଏକ ଶବ୍ଦ ଯାହାର ଉଚ୍ଚାରଣରେ କର୍ତ୍ତା ଓ ଗ୍ରହୀତା ଉଭୟେ ଆପ୍ୟାୟିତ ହୁଅନ୍ତି। ଏହି ଶବ୍ଦଟିର ପୂର୍ବରୁ ‘ମାଆ’ ଯୋଡା ହୋଇଗଲେ ତାହା ଅଧିକ…

ବିକାଶ ଦୌଡ଼ରେ ଭାରତ ଓ ଚାଇନା

ବେଳେ ବେଳେ ମନରେ ପ୍ରଶ୍ନ ଆସେ, ବିଜ୍ଞାନ ଓ କାରିଗରି କ୍ଷେତ୍ରରେ ଚାଇନା କିପରି ଏତେ ତୀବ୍ର ବିକାଶ କରିପାରୁଛି। ନିକଟରେ ସମ୍ପନ୍ନ ହୋଇଥିବା ବିଶ୍ୱ ହ୍ୟୁମାନଏଡ୍‌…

ଏଆଇ ପ୍ରତି ସତର୍କତା

ଇରାନ ଓ ଆମେରିକା ମଧ୍ୟରେ ଯୁଦ୍ଧ ଲାଗି ରହିଛି। ଇତିମଧ୍ୟରେ ୟେମେନ୍‌ର ଇରାନ ସମର୍ଥିତ ହାଉତି ବିଦ୍ରୋହୀମାନେ ଲୋହିତ ସାଗରର ଦକ୍ଷିଣ ପ୍ରବେଶ ପଥରେ ଥିବା ‘ମାୟୁନ୍‌’…

ଅଦ୍ଭୁତ ସ୍ଥିତି

ହ୍ୱାଟ୍ସଆପ୍‌ରେ ଏସ୍‌ଆଇଆର୍‌ ନୋଟିସ ଆସିଥିଲା, ‘ଶୁଣାଣିରେ ଉପସ୍ଥିତ ରହିବା ବାଧ୍ୟତାମୂଳକ। ଦୟାକରି ଏହାକୁ ଜରୁରୀ ମନେକରନ୍ତୁ ଏବଂ କୌଣସି ପରିସ୍ଥିତିରେ ଅନୁପସ୍ଥିତ ନ ରହିବା ପାଇଁ ବ୍ୟବସ୍ଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?