ଏଇ ଭାରତରେ

ଭାରତର ବିଭିନ୍ନ ଅଞ୍ଚଳର ବସ୍‌ଷ୍ଟାଣ୍ଡ, ରେଳ ଲାଇନ, ମନ୍ଦିର ପାଖ ଏବଂ ହସ୍ପିଟାଲରେ ଅନେକ ଲୋକଙ୍କର ମୃତ୍ୟୁ ଘଟୁଛି, ଯାହାଙ୍କର କେହି ଦାବିଦାର ନ ଥାନ୍ତି। ତେବେ ତାମିଲନାଡୁର ଛେଙ୍ଗଲାପେଟ ଟାଉନ ଥାନାର କନ୍‌ଷ୍ଟେବଲ ପି କାର୍ତ୍ତିକ ସେହି ଅଜଣା ମୃତଦେହସବୁ ଦାହ ସଂସ୍କାର କରୁଛନ୍ତି। କାର୍ତ୍ତିକ ଯେଉଁ କାର୍ଯ୍ୟ କରୁଛନ୍ତି ତାହା ଅତ୍ୟନ୍ତ ପ୍ରେରଣାଦାୟକ। ସେ ଏବେ ସୁଦ୍ଧା ୭୦ରୁ ଅଧିକ ଅଜଣା ମୃତଦେହ ଦାହ କରିସାରିଲେଣି। କାର୍ତ୍ତିକ ୩ ବର୍ଷ ହେଲା ଏଭଳି ଦାହକାର୍ଯ୍ୟ କରୁଛନ୍ତି। କାର୍ତ୍ତିକ ଜଣେ ମହିଳାଙ୍କ ମୃତଦେହ ଦାହ କରିବାରୁ ଏହି କାର୍ଯ୍ୟ ଆରମ୍ଭ କରିଥିଲେ। ସେହି ମହିଳାଜଣକ ଛେଙ୍ଗଲପେଟର ଚର୍ଚ୍ଚ ବାହାରେ ଭିକ୍ଷାବୃତ୍ତି କରି ରହୁଥିଲେ। ତାଙ୍କର ମୃତ୍ୟୁ ହେବା ପରେ ମୃତଦେହକୁ ନେବା ଲାଗି କେହି ଆସି ନ ଥିଲେ। ଫଳରେ ସେ ତାହାକୁ ହସ୍ପିଟାଲର ଶବଗୃହରେ ୩ ମାସ ରଖିଥିଲେ ଏବଂ ପରେ ଦାହ କରିଥିଲେ ।
ସେହି ଘଟଣା ପରଠାରୁ କାର୍ତ୍ତିକ ଏହି କାର୍ଯ୍ୟ ପାଇଁ ତାଙ୍କ ଦାୟିତ୍ୱ ମଧ୍ୟରୁ ସମୟ ବାହାର କରୁଛନ୍ତି ଏବଂ ରୀତିନୀତି ଅନୁଯାୟୀ ସଂସ୍କାର ଶେଷ କରୁଛନ୍ତି। କରୁଛନ୍ତି ଏବଂ ରୀତିନୀତି ଅନୁଯାୟୀ ସଂସ୍କାର ଶେଷ କରୁଛନ୍ତି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମହାକାଶ ସାମରିକୀକରଣ

ମହାକାଶ ଯୁଗର ଆରମ୍ଭ ଅକ୍ଟୋବର ୪, ୧୯୫୭ରେ ହେଲା ବୋଲି କୁହାଯାଏ। କାରଣ ସେ ଦିନ ତଦାନିଂତନ ସୋଭିଏଟ୍‌ ୟୁନିୟନ ପ୍ରଥମ କୃତ୍ରିମ ଉପଗ୍ରହ ‘ସ୍ପୁଟନିକ୍‌-୧’କୁ ପୃଥିବୀ…

ଦକ୍ଷତା

ଥରେ ନୌକାରେ ବସି ଜଣେ ପଣ୍ଡିତ ନଦୀ ପାର ହେଉଥାନ୍ତି। ତାଙ୍କ ମୁହଁରେ ବେଦ ଶାସ୍ତ୍ର ପୁରାଣ ଆଦି ସବୁ ମୁଖସ୍ଥ ହୋଇ ରହିଥାଏ। ନଦୀ ପାରହେବା…

ମୃତ୍ୟୁଶଯ୍ୟାରେ ମୁକ୍ତ ବିଶ୍ୱ

ଶୀତଳଯୁଦ୍ଧକୁ ଯେଉଁମାନେ ମନେରଖିଛନ୍ତି, ସେମାନେ ମୁକ୍ତ ବିଶ୍ୱ (ଶୀତଳ ଯୁଦ୍ଧ ପରିପ୍ରେକ୍ଷୀରେ ମିତ୍ର ଦେଶ, ପାଶ୍ଚାତ୍ୟ ଗୋଷ୍ଠୀ ଓ ମେଣ୍ଟ ସହ ସମ୍ବନ୍ଧିତ ଦେଶସମୂହ) ନାମକ ଏକ…

ରୋପଣ ଓ ରକ୍ଷଣ ଗୁରୁତ୍ୱପୂର୍ଣ୍ଣ

ଏକ ବାସ୍ତବ କାହାଣୀ ଅବତାରଣା କରୁଛି। ଗୋଟିଏ ଅନୁଷ୍ଠାନରେ ଧରିତ୍ରୀ ଦିବସରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ହେଉଥାଏ। କାର୍ଯ୍ୟାଳୟର ଅଧିକାରୀମାନେ ଉପସ୍ଥିତ ଥାଆନ୍ତି। ସେମାନଙ୍କୁ ସହଯୋଗ କରିବା…

ଅଦେଖା ଆଖି

ଆଜିକାଲି ସୁବିସ୍ତୃତ ଭୂମି ଉପରେ କିଛି ଅଧିକୃତ ସ୍ଥାନରେ କାହିଁ କେତେ ବାସଗୃହ ନିର୍ମିତ ହୋଇଛି ଏବଂ ହେଉଛି ମଧ୍ୟ। କେଉଁଠି ବାସଗୃହ ବା ଘରଟି ଏକ…

ପୃଥୁଙ୍କ ଗାଈ, ଅଶୋକଙ୍କ ସିଂହ

ପ୍ରାୟ ଏକ ହଜାର ବର୍ଷ ପୂର୍ବେ ରାଜଶେଖର ‘କାବ୍ୟମୀମାଂସା’ ରଚନା କରିଥିଲେ। ସେତେବେଳେ ଆର୍ଯ୍ୟାବର୍ତ୍ତ ହିମାଳୟଠାରୁ ବିନ୍ଧ୍ୟ ପର୍ବତମାଳା ପର୍ଯ୍ୟନ୍ତ ବିସ୍ତୃତ ଥିଲା। ପୂର୍ବ ଓ ପଶ୍ଚିମ…

ଦୟନୀୟ ଶିକ୍ଷା ଅବସ୍ଥା

ବିଦ୍ୟାଳୟରେ ଅଧ୍ୟୟନରତ ଅଧିକାଂଶ ଛାତ୍ରୀଛାତ୍ର ନିଜ ନାମ ଠିକ୍‌ ରୂପେ ଲେଖିପାରନ୍ତି ନାହିଁ’- ଏହି ତଥ୍ୟ ପ୍ରକାଶ କରିଛନ୍ତି ମହାଲେଖା ନିୟନ୍ତ୍ରକ ବା ସିଏଜି। କାହାକୁ ଦୋଷ…

ଜିଡିପି ବୃଦ୍ଧିର ରହସ୍ୟ

ଭାରତରେ ୨୦୨୬ ଏପ୍ରିଲ-ଜୁନ ତ୍ରୈମାସିକରେ ପ୍ରକାଶିତ ୭.୮% ବାସ୍ତବ ଜିଡିପି ବୃଦ୍ଧି କେବଳ ଅର୍ଥନୀତି କେତେ ଦ୍ରୁତ ବଢ଼ୁଛି ତାହା ନୁହେଁ, ବରଂ ସେହି ବୃଦ୍ଧିକୁ କିପରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?