ଏଇ ଭାରତରେ

ଭାରତରେ ଲୋପ ପାଇଯାଉଥିବା ଦେଶୀ ଗଛର ସୁରକ୍ଷା ଦିଗରେ ମହାରାଷ୍ଟ୍ରର ଅନନ୍ତ ଭିକାଜି ତୟାଡେଙ୍କ ପ୍ରୟାସ ପ୍ରଶଂସନୀୟ। ସେ ୩୫୦ କିସମର ଦେଶୀ ଗଛ ପୁନରୁଦ୍ଧାର କରିପାରିଛନ୍ତି। ଅନନ୍ତ ୧୯୭୭ରେ ବିଦର୍ଭ ଅଞ୍ଚଳର ଫୁଲି ଗାଁରେ ଜନ୍ମଗ୍ରହଣ କରିଥିଲେ। ବଲ୍‌ଧାନା ଜିଲାର ଏହି ଗାଁର ଗ୍ରାମବାସୀ କୃଷି ଉତ୍ପାଦନ ବୃଦ୍ଧି କରିବାକୁ ଅଧିକ ଜମି ପାଇଁ ଦେଶୀ ଗଛ ସବୁ କାଟି ଦେଇଥିଲେ। ଏବେ ସେସବୁ ଗଛର ପୁନରୁଦ୍ଧାର କରିବା ଲାଗି କାର୍ଯ୍ୟ କରୁଛନ୍ତି। ୨୦୧୮ରେ ସେ ‘୮ ନାଚୁରାଲ୍ସ’ ସଂସ୍ଥା ଗଠନ କରି ଦୁଇଜଣ କର୍ମଚାରୀଙ୍କୁ ନେଇ ଏକ ନର୍ସରି କରିଥିଲେ। ପରେ ସେ ଦେଶର ବିଭିନ୍ନ ଭାଗରୁ ଦେଶୀ ଗଛର ମଞ୍ଜି ସଂଗ୍ରହ କରି ଆଉ ଦୁଇଟି ନର୍ସରି କରିଛନ୍ତି। ତିନୋଟି ନର୍ସରିରେ ୬ ଲକ୍ଷରୁ ଊର୍ଦ୍ଧ୍ୱ ଦେଶୀ ଗଛର ଚାରା ରହିଛି। ଏଗୁଡ଼ିକୁ ଲୋକଙ୍କୁ ଶସ୍ତାରେ ଦିଆଯାଉଛି। ଏବେ ଏହି ସଂସ୍ଥା ୩ଟି ନର୍ସରିରେ ୩୫୦ ପ୍ରଜାତିର ଦେଶୀ ଗଛ ସଂରକ୍ଷିତ କରିପାରିଛି। କେବଳ ଏତିକି ନୁହେଁ, ଅନନ୍ତ ଏକ ସିଡ୍‌ ବ୍ୟାଙ୍କ ମଧ୍ୟ କରିଛନ୍ତି, ଯେଉଁଥିରେ ୨୫୦ରୁ ଅଧିକ କିସମର ଦେଶୀ ଗଛ ମଞ୍ଜି ରଖାଯାଇଛି। ସେ ଦେଶୀଗଛ ତାଙ୍କ ଗାଁ ଓ ଆଖପାଖ ଅଞ୍ଚଳରେ ରୋପଣ କରିଛନ୍ତି। ବୃକ୍ଷରୋପଣ ଓ ନର୍ସରି କାର୍ଯ୍ୟ ପାଇଁ ୨୫ ଜଣଙ୍କୁ ନିଯୁକ୍ତ କରିଛନ୍ତି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବରଫ ତଳେ ବ୍ରହ୍ମାଣ୍ଡ ରହସ୍ୟ

ଆମେ ଆକାଶକୁ ଦେଖିଲେ ଗ୍ରହ, ତାରା ଓ ତାରକାପୁଞ୍ଜ ଦେଖୁ। କିନ୍ତୁ ବ୍ରହ୍ମାଣ୍ଡରେ ଏମିତି ଅନେକ ଘଟଣା ଘଟୁଛି, ଯାହାକୁ କେବଳ ଆଖିରେ ଦେଖିବା କିମ୍ବା ସାଧାରଣ…

ଶିକ୍ଷାରେ କୋହଳ ନୀତି

ଶିକ୍ଷା ବ୍ୟବସ୍ଥାର ନୀତି ନିୟମଗୁଡ଼ିକ ଯେତେ କୋହଳ ହେଉଛି ପିଲାମାନେ ସେତିକି ପାଠରେ ଦୁର୍ବଳ ହେବାରେ ଲାଗିଛନ୍ତି। ବର୍ତ୍ତମାନର ପିଲାଟିଏ ନିଜର କୌଣସି କାମ ନିଜେ କରିପାରୁ…

ନାଟୋର ପ୍ରତିରୋଧ କ୍ଷମତା ଅଭାବ

ସେପ୍ଟେମ୍ବର ୨୩ରେ ବେଲାରୁଷରୁ ଲିଥୁଆନିଆ ଆକାଶ ମାର୍ଗରେ ପ୍ରବେଶ କରିଥିବା ଏକ ଡ୍ରୋନ୍‌କୁ ନାଟୋ ବିମାନ ଗୁଳି କରି ଖସାଇ ଦେଇଥିଲା। ଏହାର ଏକ ସପ୍ତାହ ପରେ…

ଏଇ ଭାରତରେ

ରାଜସ୍ଥାନ ଯୋଧପୁର ଜିଲା ବେରୁନ୍ଦ୍‌ର ଗୌତମ ଯାଦବ ଜଣେ ଶ୍ରମିକ ଭାବେ ଦିନରେ କାମ କରି ପ୍ରତିଦିନ ସନ୍ଧ୍ୟାରେ ଠେଲାଗାଡ଼ିରେ ଘରକୁ ଘର ବୁଲି ବଳକା ରୁଟି…

ଅଶୀ ଦଶକର ସ୍ମୃତି

ଆଜିକାଲି ସୋସିଆଲ ମିଡିଆରେ ଅତୀତର ସ୍ମୃତି ବା ‘ନୋଷ୍ଟାଲଜିଆ’ର ଏକ ଲହରି ଖେଳିଯାଇଥିବା ପରି ମନେହୁଏ। ଅଶୀ ଦଶକର ଶୈଳୀରେ କୃତ୍ରିମ ବୁଦ୍ଧିମତ୍ତା ବା ଏଆଇ ଫଟୋ…

ଦୂର ଅତୀତର ଗାଁ ହାଟ

ହାହାଟ ବାରିଦିନ ଗାଁ ଏକ ଛୋଟକାଟର ଦିନିକିଆ ସହର ବା ବଜାରର ଭ୍ରମ ସୃଷ୍ଟି କରେ। ସହରରେ ବି ସାପ୍ତାହିକ ହାଟ ବସି ଗ୍ରାମ୍ୟ ସଂସ୍କୃତିକୁ ଉଜ୍ଜୀବିତ…

ବାଣିଜ୍ୟିକ ବିଶ୍ୱାସରେ ଖାଦ୍ୟାଭ୍ୟାସ

ଆପଣ କେବେ ଏହା ଜାଣିବାକୁ କୌତୂହଳୀ ହୋଇଛନ୍ତି କି, କାହିଁକି ଇହୁଦୀମାନେ କୋଶେର ନିୟମ ପାଳନ୍ତି, ମୁସଲମାନମାନେ ହଲାଲ ଖାଦ୍ୟ ଖାଆନ୍ତି? ଆପଣ କେବେ ଭାବିଛନ୍ତି କି,…

ଚକ୍ଷୁଷ୍ମାନ ଧୃତରାଷ୍ଟ୍ର

ଜଣେ ବକ୍ତା କହୁଥାନ୍ତି,”ଆପଣମାନେ ଧୃତରାଷ୍ଟ୍ରଙ୍କ ଚରିତ୍ରକୁ କେବଳ କ୍ଷମତାଲିପ୍ସା ଦୃଷ୍ଟିକୋଣରୁ ବିଚାର କଲେ ତାହା ହୁଏତ ତାଙ୍କ ଚରିତ୍ରର ଅସମ୍ପୂର୍ଣ୍ଣ ଅଧ୍ୟୟନ ହେବ। କ୍ଷମତାର ଲାଳସା ପଛରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?