ଏଇ ଭାରତରେ

ପେସାରେ ସାମ୍ବାଦିକ ହେଲେ ମଧ୍ୟ ଚାଷରେ ଏକ ନମ୍ବର। ଏମିତି ଜଣେ ସାମ୍ବାଦିକ ହେଉଛନ୍ତି କେରଳର ୫୦ ବର୍ଷୀୟ ନାରାୟଣନ୍‌ କନାଲୟାମ। ତାଙ୍କ ଫାର୍ମରେ ୮୭ ପ୍ରକାରର ବିନ୍ସ ଉପତ୍ାଦନ କରୁଛନ୍ତି। ପୁରୁଣା ପ୍ରଜାତିର ଶସ୍ୟ ସଂରକ୍ଷଣ କରିବା ଲକ୍ଷ୍ୟରେ ସେ ଏହି ଚାଷ ଜାରି ରଖିଛନ୍ତି। ୨୦୧୬ରୁ ନାରାୟଣନ୍‌ ଚାଷ ଆରମ୍ଭ କରିଥିଲେ। ଓ୍ବାୟନାଡାସ୍ଥିତ ଏମ୍‌. ଏସ୍‌. ସ୍ବାମୀନାଥନ୍‌ ରିସର୍ଚ୍ଚ ଫାଉଣ୍ଡେଶନସ୍‌ କମ୍ୟୁନିଟି ଆଗ୍ରୋବାୟୋଡାଇଭର୍ସିଟି ସେଣ୍ଟରରୁ ୨୭ ପ୍ରକାର ବିନ୍ସ ବିହନ ଆଣି ପ୍ରଥମେ ୭ ଏକର ଜମିରେ ଚାଷ କରିଥିଲେ। ଏହାପରେ ସେ ରାଜସ୍ଥାନ ଏବଂ ଆସାମର ଚାଷୀମାନଙ୍କଠାରୁ ଅବଶିଷ୍ଟ ବିନ୍ସର ବିହନ ସଂଗ୍ରହ କରିଛନ୍ତି। ନାରାୟଣନ୍‌ଙ୍କ ମା’ ଓ ତାଙ୍କ ସ୍ତ୍ରୀ ତାଙ୍କୁ କୃଷିରେ ସହଯୋଗ କରୁଛନ୍ତି। ସେ ସକାଳ ୫ଟାରୁ ୭ଟା ଯାଏ କ୍ଷେତରେ କାମ କରି ତା’ପରେ ଅଫିସ ବାହାରିଯାଆନ୍ତି। ପୁଣି ଅପରାହ୍ନ ୪ଟାରେ ଫେରି ତାଙ୍କ ମା’ଙ୍କ ସହ କାର୍ଯ୍ୟରେ ଯୋଗଦିଅନ୍ତି। ବିନ୍ସରୁ ସେ ମାସକୁ ୨୫,୦୦୦ ରୁ ଊର୍ଦ୍ଧ୍ୱ ଟଙ୍କା ରୋଜଗାର କରୁଛନ୍ତି। ସ୍ଥାନୀୟ ଚାଷୀମାନଙ୍କୁ ସେ ବିନ୍ସ ବିହନ ବି ଯୋଗାଇ ଦେଉଛନ୍ତି। କେବଳ ଏତିକି ନୁହେଁ, ତାଙ୍କ ଅଞ୍ଚଳରେ ପ୍ରାୟ ୮୦ ଜଣ ମହିଳାଙ୍କୁ କିଚେନ ଗାର୍ଡେନରେ ପରିବା ଉପତ୍ାଦନ କରିବା ଲାଗି ଉତ୍ସାହିତ କରିପାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆହ୍ବାନକାରୀ ଜେନ୍‌ ଜି ପ୍ରାର୍ଥୀ

ଚଳିତ ମାସ ୯ ତାରିଖରେ ଆସାମ ବିଧାନସଭାର ୧୨୬ ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ସେଠାକାର ଯେଉଁ କେତୋଟି ହାଇପ୍ରୋଫାଇଲ ଆସନ ରହିଛି ତନ୍ମଧ୍ୟରୁ ଚର୍ଚ୍ଚିତ…

ସଭ୍ୟତାର ସୁରକ୍ଷା, ଜଳର ଗୁଣବତ୍ତା

କୌଣସି ସଭ୍ୟତାର ଅଭ୍ୟୁଦୟ ଓ ବିନାଶର କାହାଣୀ ସେହି ସମୟର ଜଳସମ୍ପଦ ସହିତ ଜଡ଼ିତ। ମାନବ ଜାତିର ଅସ୍ତିତ୍ୱ ତଥା ସରଂକ୍ଷଣ ପାଇଁ ଜଳର ଗୁଣବତ୍ତା (ଶୁଦ୍ଧ…

ମଣିପୁର ପାଇଁ ସମୟ ନାହିଁ

କିଛି ଦିନର ବ୍ୟବଧାନ ପରେ ଭାରତର ଉତ୍ତର-ପୂର୍ବାଞ୍ଚଳ ରାଜ୍ୟ ମଣିପୁରରେ ସଦ୍ୟ ହିଂସା ଦେଖାଦେଇଛି। ବିଷ୍ଣୁପୁର ଜିଲାର ମୋଇରାଙ୍ଗ ତ୍ରୋଙ୍ଗଲାଓବି ଅଞ୍ଚଳରେ ୬ ଏପ୍ରିଲରେ ଉଗ୍ରବାଦୀଙ୍କ ବୋମା…

ଏଇ ଭାରତରେ

ଗାର୍ବେଜ କ୍ଲିନିକ୍‌ ବା ବର୍ଜ୍ୟ କ୍ଲିନିକ୍‌ କଥା ଶୁଣିଛନ୍ତି କି। ହଁ, ଏମିତିକା କ୍ଲିନିକ୍‌ ଚାଲିଛି ଦିଲ୍ଲୀରେ। ପ୍ରବୀଣ ନାୟକ ଇଞ୍ଜିନିୟରିଂ କ୍ୟାରିୟର ଛାଡ଼ି ଦିଲ୍ଲୀକୁ ସବୁଜ…

ଶିକ୍ଷକଙ୍କ ରୂପାନ୍ତରଣକାରୀ ଭୂମିକା

‘ଶିକ୍ଷା’ କେବଳ ଜ୍ଞାନର ହସ୍ତାନ୍ତରଣ ନୁହେଁ। ଏହା ମନ, ମସ୍ତିଷ୍କକୁ ଗଢ଼ି ତୋଳେ। କୌଶଳ ଉଦ୍ଭାବନ କରେ। ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ସମ୍ଭାବନା ଓ କ୍ଷମତାର ବିକାଶ…

ପରମାଣୁ ଶକ୍ତିର ମୋହ

ପ୍ରାୟତଃ ଦୀର୍ଘ ଦିନ ଧରି ମଧ୍ୟ ପ୍ରାଚ୍ୟରେ ଯେଉଁ ସମସ୍ୟା ସୃଷ୍ଟି ହୋଇଛି ତାହାର ପ୍ରମୁଖ କାରଣ ତୈଳ, ଉଗ୍ରବାଦ, ଧର୍ମ କିମ୍ବା ରାଜନୈତିକ ଆଭିମୁଖ୍ୟ ନୁହେଁ…

ମାଷ୍ଟର ନାହାନ୍ତି

କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସ୍‌ଇ) ପକ୍ଷରୁ ୨୦୨୬-୨୭ ଶିକ୍ଷାବର୍ଷ ପାଇଁ ନୂଆ ପାଠ୍ୟକ୍ରମ ଅଣାଯାଇଛି। ଛାତ୍ରୀଛାତ୍ରମାନେ ୩ଟି ଭାଷା ପଢ଼ିବାର ବ୍ୟବସ୍ଥା ହୋଇଥିବା ବେଳେ ସେଥିମଧ୍ୟରୁ…

ଏଇ ଭାରତରେ

ଜଳ ସଙ୍କଟ ଦୂର କରିବା ପାଇଁ ମଧ୍ୟପ୍ରଦେଶ ଉଜ୍ଜୟିନୀ ମ୍ୟୁନିସିପାଲ କର୍ପୋରେଶନ କମିଶନର ଅନଶୁଲ ଗୁପ୍ତାଙ୍କ ପ୍ରୟାସ ପ୍ରଶଂସନୀୟ। ସେ ୧୨୫ ସ୍ବେଚ୍ଛାସେବୀଙ୍କ ସହାୟତାରେ ଉଜ୍ଜୟିନୀର ୟାମ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri