ଏଇ ଭାରତରେ

ପ୍ରଶାସନିକ କାର୍ଯ୍ୟର ବ୍ୟସ୍ତତା ମଧ୍ୟରେ ଅଦରକାରୀ ପ୍ଲାଷ୍ଟିକ ବୋତଲରେ ଏକ ପାଇଖାନା ନିର୍ମାଣ କରିବାରେ ଆସାମର ଆଇଏଏସ୍‌ ଅଧିତ୍କାରୀ ଲକ୍ଷ୍ମୀପ୍ରିୟା ଏମ.ଏସ୍‌ ଏକ ଉଦାହରଣ ସୃଷ୍ଟି କରିଛନ୍ତି। ପାଇଖାନା ନିର୍ମାଣ ହୋଇଛି ୫୦୦ ଏବଂ ୧ ଲିଟର ବିଶିଷ୍ଟ ୮,୦୦୦ରୁ ଅଧିକ ପ୍ଲାଷ୍ଟିକ ବୋତଲରେ। ବେଙ୍ଗାଇଗାଓଁ ଜିଲାର ଡେପୁଟି କମିଶନର ତଥା ୨୦୧୪ ବ୍ୟାଚ୍‌ ଆଇଏଏସ ଅଧିତ୍କାରୀ ଲକ୍ଷ୍ମୀପ୍ରିୟା ପବ୍ଲିକ ହେଲ୍‌ଥ ଇଞ୍ଜିନିୟରିଂ ଡିପାର୍ଟମେଣ୍ଟ( ପିଏଚ୍‌ଇଡି)ର ଏକ୍‌ଜିକ୍ୟୁଟିଭ ଇଞ୍ଜିନିୟର ଶାନ୍ତନୁ ସୂତ୍ରଧରଙ୍କ ସହଯୋଗରେ ଏହା ନିର୍ମାଣ କରିଛନ୍ତି। ଏହି ବୋତଲଗୁଡ଼ିକରେ ବାଲି, ସିମେଣ୍ଟ, ପୁଟି ଏବଂ ମୋର୍ଟାର ଭର୍ତ୍ତି କରି ତାହା ଟାଣହେବା ପରେ ବ୍ୟବହାର କରାଯାଇଛି। ଏହା ଇଟାର ବିକଳ୍ପ ହୋଇପାରିଛି। ୧୭ ଫୁଟ ଲମ୍ବା ଓ ୯ ଫୁଟ ଚଉଡ଼ାରେ ନିର୍ମିତ ଏହି ପାଇଖାନାର କାନ୍ଥ ଏବଂ ସିଲିଂ ପ୍ଲାଷ୍ଟିକ ବୋତଲରେ ଗଢ଼ାହୋଇଛି। ଏହାକୁ ଦୁଇଭାଗରେ ବିଭକ୍ତ କରାଯାଇଛି ଏବଂ ଏଥିରେ ପୁରୁଷ ଓ ମହିଳାଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା ରହିଛି। ୧୦ଫୁଟରେ ୮ଫୁଟର ଏକ ପାଇଖାନା ନିର୍ମାଣ କରିବା ପାଇଁ ୪ ହଜାର ପ୍ଲାଷ୍ଟିକ ବୋତଲ ଆବଶ୍ୟକ ଓ ଏହାକୁ ନିର୍ମାଣ କରିବା ପାଇଁ ଦେଢ଼ରୁ ଦୁଇ ମାସ ସମୟ ଲାଗିବ ବୋଲି କହିଛନ୍ତି ଲକ୍ଷ୍ମୀପ୍ର୍ରିୟା। ଏହାବାଦ୍‌ ଲକ୍ଷ୍ମୀପ୍ରିୟା ବେଙ୍ଗାଇଗାଓଁ ଟାଉନ ରାସ୍ତାରେ ୧,୫୦୦ ସୋଲାର ଲାଇଟ୍‌ ଲଗାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଜଳ ସଙ୍କଟ ଦୂର କରିବା ପାଇଁ ମଧ୍ୟପ୍ରଦେଶ ଉଜ୍ଜୟିନୀ ମ୍ୟୁନିସିପାଲ କର୍ପୋରେଶନ କମିଶନର ଅନଶୁଲ ଗୁପ୍ତାଙ୍କ ପ୍ରୟାସ ପ୍ରଶଂସନୀୟ। ସେ ୧୨୫ ସ୍ବେଚ୍ଛାସେବୀଙ୍କ ସହାୟତାରେ ଉଜ୍ଜୟିନୀର ୟାମ୍‌…

ନୀରବତା ଏକ ମୃଗତୃଷ୍ଣା

ଜଡ! ତୁମେ ନିଷ୍କ୍ରିୟ ହୋଇ ପଡ଼ିରହିଛ। ତୁମକୁ ମଣିଷ ହୋଇ ବଞ୍ଚି ରହିବାର କୌଣସି ଅଧିକାର ନାହିଁ। ଅତିଶୟ ଅନ୍ୟାୟର ବଳୟରେ ସୁପ୍ତପ୍ରାୟ ତୁମ ଜୀବନ ଧିକ୍‌…

ସର୍ଜନଶୀଳ ଓଡ଼ିଶା

ଥିବୀର ଯେକୌଣସି ଗୌରବମୟ ସଂସ୍କୃତି ମଧ୍ୟରେ ଓଡ଼ିଆ ସଂସ୍କୃତି କେବଳ ଅନ୍ୟତମ ନୁହେଁ, ଅନନ୍ୟ। ଓଡ଼ିଆଙ୍କ ଜୀବନ ଦର୍ଶନ, ଚିନ୍ତା ଚେତନା,ଭାବଭାବନା ତଥା ଏ ଜାତିର କାରୁକାର୍ଯ୍ୟ,…

ଅନେକ ମେରୁ

ଯେତେବେଳେ ସାଧାରଣ ନାଗରିକ କୌଣସି ଯୁଦ୍ଧରେ ଏକତ୍ରିତ ହୋଇ ଲାଗିପଡ଼ନ୍ତି, ସେହି ଯୁଦ୍ଧ ସମ୍ପୂର୍ଣ୍ଣ ଭିନ୍ନ ରୂପ ନେଇଥାଏ। ତାହା ନାଗରିକଙ୍କ ଯୁଦ୍ଧ ପାଲଟିଯାଇଥାଏ; ଯେତେବେଳେ ନେତୃତ୍ୱ…

ଏଇ ଭାରତରେ

ବହୁ ସମୟରେ ବ୍ୟକ୍ତି ସମ୍ମୁଖରେ ବୟସ ହାର ମାନେ, ଯାହାର ଦୃଷ୍ଟାନ୍ତ ଦେଖିବାକୁ ମିଳିଛି ଜମ୍ମୁରେ। ୭୨ ବର୍ଷ ବୟସରେ ବିଦ୍ୟା କୌର ନିର୍ଭୟରେ କାର ଚଳାଇ…

ପିତୃ ଶବ୍ଦର ମହାନତା

ପିତୃ’ ବା ତତ୍ସମ ଶବ୍ଦ ଯଥା ପିତା, ତାତ, ଜନକ, ବାପା, ବାପୁ, ବାବୁ, ପାପା, ନନା, ବାବା, ଡାଡି, ଡାଡ୍‌, ଡେ’ ଏହିପରି ଏକାର୍ଥବୋଧକ ଯେତେ…

ମଣିମା ଶୁଣିମା ହେଉ

ବାଲ୍ୟକାଳରେ ଶୁଣିଥିବା କାହାଣୀ ବେଳେବେଳେ ବିସ୍ମୃତିରୁ ବାହୁଡ଼ିଆସେ। ସେତେବେଳେ ଶିଶୁମନକୁ ଖୁବ୍‌ ପ୍ରଭାବିତ କରିଥିବା କାହାଣୀର ବିଲୋଳ ଚରିତ୍ର ଆଖି ଆଗରେ ଉଭାହୁଏ। ସାମ୍ପ୍ରତିକ ସମୟର ଲାଞ୍ଚମିଛ,…

କେବଳ ଦର୍ଶକ

ମଧ୍ୟପ୍ରାଚ୍ୟ ଯୁଦ୍ଧ ଏବେ ଦ୍ୱିତୀୟ ମାସରେ ପ୍ରବେଶ କରିଛି। ଏହା ଏକ ଲମ୍ବା ଯୁଦ୍ଧ ହେବାକୁ ଯାଉଛି ଏବଂ ଏ ସମ୍ପର୍କରେ ମୁଁ କିଛି ଟିପ୍ପଣୀ ଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri