ଏଇ ଭାରତରେ

ଶହ ଶହ ଚାଷୀଙ୍କୁ ସଶକ୍ତ କରି ଏକ ଉଦାହରଣ ସୃଷ୍ଟି କରିଛନ୍ତି କଶ୍ମୀରର କୃଷକ ଭରତ ଭୂଷଣ। ସେ ଡୋଡା ଜିଲାର ଲେର୍ହୋଟେ ଗାଁରେ ଜୈବିକ ପଦ୍ଧତିରେ ଲାଭେଣ୍ଡର ଚାଷ କରନ୍ତି। ୧୦ ବର୍ଷ ପୂର୍ବେ ଭରତ ଏହି ଚାଷ ଆରମ୍ଭ କରିଥିଲେ। ଏବେ ଏଥିରୁ ସେ ପର୍ଯ୍ୟାପ୍ତ ଲାଭ ପାଇବା ସହ କଶ୍ମୀରର ବିଭିନ୍ନ ଗାଁକୁ ଯାଇ ଚାଷୀମାନଙ୍କୁ ଲାଭେଣ୍ଡର ଚାଷ କରିବାକୁ ଉତ୍ସାହିତ କରୁଛନ୍ତି। ଏଥିପାଇଁ ବି ସେମାନଙ୍କୁ ସହଯୋଗ କରୁଛନ୍ତି। ଦୀର୍ଘଦିନ ଚେଷ୍ଟାକରି ଏବେ ସୁଦ୍ଧା ୫୦୦ରୁ ଊର୍ଦ୍ଧ୍ୱ ଚାଷୀଙ୍କୁ ଲାଭେଣ୍ଡର ଚାଷ ପ୍ରତି ଅକୃଷ୍ଟ କରିପାରିଛନ୍ତି। ଚାଷୀମାନେ ୧୦୦ ହେକ୍ଟରରୁ ଊର୍ଦ୍ଧ୍ୱ ଜମିରେ ଜୈବିକ ପଦ୍ଧତିରେ ଏହି ଚାଷ କରି ପ୍ରତ୍ୟେକେ ୩ ଲକ୍ଷ ଟଙ୍କା ଯାଏ ରୋଜଗାର କରୁଛନ୍ତି। ଭରତ ତାଙ୍କ ନର୍ସରୀରେ ଲାଭେଣ୍ଡର ଚାରା ଉତାରି ଚାଷୀମାନଙ୍କୁ ଯୋଗାଇ ଦେଉଛନ୍ତି। ଏହି କାର୍ଯ୍ୟରେ ଭରତ ଆଖପାଖ ଅଞ୍ଚଳର ବହୁ ମହିଳାଙ୍କୁ ନିଯୁକ୍ତି ଦେଇଛନ୍ତି। କାଉନସିଲ ଅଫ୍‌ ସାଇଣ୍ଟିଫିକ ଆଣ୍ଡ ଇଣ୍ଡଷ୍ଟ୍ରିଆଲ ରିସର୍ଚ୍ଚ( ସିଏସ୍‌ଆଇଆର୍‌)ର ବୈଜ୍ଞାନିକମାନେ ମଧ୍ୟ ଏହି ଚାଷୀମାନଙ୍କୁ ସହଯୋଗ କରିବାକୁ ଆଗେଇ ଆସିଛନ୍ତି। ଚାଷୀମାନେ କିଭଳି ସହଜରେ ଲାଭେଣ୍ଡର ତେଲ ପ୍ରସ୍ତୁତ କରିପାରିବେ ସେଥିପାଇଁ ପ୍ରଶାସନ ‘ମିଶନ ଆରୋମା’ ଆରମ୍ଭ କରି ବିଭିନ୍ନ ସ୍ଥାନରେ ଅଏଲ ଡିଷ୍ଟିଲେଶନ ମେଶିନ ବସାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁର ମିତ୍ର ଓ ଶାନ୍ତିର ସନ୍‌ମାର୍ଗ

ଆଧୁନିକ ଆମେରିକାର ଜନକ ବୋଲି କୁହାଯାଉଥିବା ବିଶିଷ୍ଟ ଲେଖକ, ଦାର୍ଶନିକ, ବୈଜ୍ଞାନିକ ତଥା ରାଷ୍ଟ୍ରନୀତିଜ୍ଞ ବେଞ୍ଜାମିନ ଫ୍ରାଙ୍କ୍‌ଲିନ କହୁଥିଲେ- ”ଦୁନିଆରେ କିଏ କେଉଁଠି କେବେ ଗୋଟେ ଭଲ…

ମହାତ୍ମା ଜ୍ୟୋତିରାଓ ଫୁଲେ: ଭାରତର ମାର୍ଗଦର୍ଶନ କରୁଥିବା ଏକ ଆଲୋକବର୍ତ୍ତିକା

ଆଜି ୧୧ ଏପ୍ରିଲ। ଆମ ସମସ୍ତଙ୍କ ପାଇଁ ଅତି ସ୍ବତନ୍ତ୍ର ଦିନ। ଆଜି ହେଉଛି ଭାରତର ମହାନ୍‌ ସମାଜ ସଂସ୍କାରକ ତଥା ଅନେକ ପିଢ଼ି ପାଇଁ ମାର୍ଗଦର୍ଶକ…

ଅଧିକାରୀ ଅଭାବ

ମଧ୍ୟପ୍ରଦେଶରେ ଅନୁମୋଦିତ ସଂଖ୍ୟା ତୁଳନାରେ ୧୫୦ରୁ ଅଧିକ ଆଇଏଏସ୍‌ ଅଧିକାରୀଙ୍କ ଅଭାବ ରହିଛି। ଏହା ଏକ ସାମାନ୍ୟ ବ୍ୟବଧାନ ନୁହେଁ ବରଂ ଏକ ବ୍ୟବସ୍ଥାଗତ ଅଭାବକୁ ଇଙ୍ଗିତ…

ଏଇ ଭାରତରେ

ପଶ୍ଚିମବଙ୍ଗ ସୁନ୍ଦରବନର ବହୁ ଅଞ୍ଚଳର ଜମିକୁ ଲୁଣାପାଣି ଚାଷ ଅନୁପଯୋଗୀ କରିଦେଇଥିଲା। ହେଲେ ଏବେ ସେଠାରେ ୧୫୦୦ କୃଷକ ସେହି ଜମିରେ ୧୯୨ କିସମର ଧାନ ଚାଷକରି…

ରାତ୍ରିଭୋଜନ ଓ ସଂଘର୍ଷ

ମ୍ପ୍ରତିକ ପରିସ୍ଥିତିରେ ଅନେକ ସମୟରେ ଦେଖାଯାଏ ରାତ୍ରିଭୋଜନ ଟେବୁଲଗୁଡ଼ିକ ପ୍ରାୟତଃ ଅଭିଭାବକଙ୍କ ଅପ୍ରତ୍ୟାଶିତ ଶ୍ରେଣୀଗୃହ ହୋଇଯାଏ। ପ୍ରାୟତଃ ପରିବାରରେ ଥିବା ପିଲାଟିର ଦିନସାରାର କାର୍ଯ୍ୟ ମୂଲ୍ୟାୟନ ମାତାପିତାମାନେ…

ଆଗ ଗଛ

ବର୍ତ୍ତମାନ ସମୟର ଇଏ ସବୁଠାରୁ ବଡ଼ ଆହ୍ବାନ। ଆମେ ସବୁ କାମକୁ ପଛରେ ପକାଇ ଆଗ ଗଛ ଲଗାଇବା ଉପରେ ପ୍ରାଧାନ୍ୟ ଦେବା। ଗଛ ଲଗାଇବା, ତା’ର…

ସଙ୍କଟରୁ ପରିବର୍ତ୍ତନର ଆଶା

ଆମେ ଏବେ ଏକ ନିରର୍ଥକ ଯନ୍ତ୍ରଣା ଏବଂ ଆସନ୍ନ ବିନାଶର ପୃଥିବୀରେ ବାସ କରୁଛୁ। ଏଠାରେ ନୈତିକ ବିକାଶ ଧାରଣା ମୂଲ୍ୟହୀନ ହୋଇଯାଇଥିବା ମନେହେଉଛି। ସମସାମୟିକ ସମାଜ…

ଆଦ୍ୟ ମନ୍ଦିର

ଭାରତୀୟ ପରମ୍ପରାରେ ଗଛର ଭୂମିକା ରହିଛି। ବିଭିନ୍ନ ଦେବଦେବୀଙ୍କୁ ନେଇ ପାଳନ କରାଯାଉଥିବା ପର୍ୱ ସହ ଗଛର ସମ୍ପର୍କ ଅଛି। ବିଶେଷକରି ନବରାତ୍ରି, ଗୌରୀପୂଜା ଓ ତେଜ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri