ଏଇ ଭାରତରେ

ପେସାରେ କମ୍ପ୍ୟୁଟର ଇଞ୍ଜିନିୟର କିନ୍ତୁ ନିଶା ଚାଷ । ଏମିତି ଜଣେ ବ୍ୟକ୍ତି ହେଉଛନ୍ତି ତେଲଙ୍ଗାନାର ମାଭୁରୁମ ମଲିକାର୍ଜ୍ଜୁନ ରେଡ୍ଡୀ। ସମନ୍ବିତ କୃଷି ପଦ୍ଧତିରେ ସେ ୨୬ ପ୍ରକାର ଧାନ ଉପତ୍ାଦନ କରୁଛନ୍ତି। ୨୦୧୪ରେ ବର୍ଷକୁ ୪ ଲକ୍ଷ ଟଙ୍କା ପାଉଥିବା ଚାକିରି ଛାଡ଼ି କୁର୍ମାପଲି ଗାଁର ବାସିନ୍ଦା ମଲିକାର୍ଜ୍ଜୁନ ଜୈବିକ ପଦ୍ଧତିରେ ଧାନ ଚାଷ କରିବାକୁ ନିଷ୍ପତ୍ତି ନେଇଥିଲେ। ସେବେଠାରୁ ତାଙ୍କ ଗାଁରେ ୧୩ ଏକର ଜମିରେ ଧାନ ଚାଷ କରୁଛନ୍ତି। ୨୬ ପ୍ରକାର ଧାନ ଚାଷ କରି ସେ ଇଣ୍ଡିଆନ କାଉନ୍‌ସିଲ ଅଫ୍‌ ଏଗ୍ରିକଲ୍‌ଚର ରିସର୍ଚ୍ଚ (ଆଇସିଏଆର୍‌) ପକ୍ଷରୁ ସମ୍ମାନିତ ହୋଇଛନ୍ତି। କେବଳ ଏତିକି ନୁହେଁ, ଧାନଚାଷରେ ସେ ଆହୁରି ୮ଟି ପୁରସ୍କାର ପାଇଛନ୍ତି। ଅଭିନବ ପଦ୍ଧତିରେ ଚାଷ କରି ବର୍ଷକୁ ସେ ୧୬ ଲକ୍ଷ ଟଙ୍କା ରୋଜଗାର କରୁଛନ୍ତି। ଏବେ ୨୦ ଏକର ଜମିରେ ଅଧିତ୍କ କିସମର ଧାନ ଚାଷ କରିବା ଲାଗି ଯୋଜନା ରଖିଛନ୍ତି ବୋଲି କହନ୍ତି ୪୦ ବର୍ଷୀୟ ମଲିକାର୍ଜ୍ଜୁନ। ସେ ୧ ଏକରରୁ ୪୨ କୁଇଣ୍ଟାଲ ଧାନ ଅମଳ କରୁଛନ୍ତି, ଯାହା ପାରମ୍ପରିକ ପଦ୍ଧତିର ଉପତ୍ାଦନ ଠାରୁ ୧୦-୧୨% ଅଧିତ୍କ।


Enter your email to get our daily news in your inbox.

All Right Reserved By Dharitri.Com

ଆଦିମାନବରୁ ଆଧୁନିକ ଭାରତୀୟ

ଲୋକଙ୍କୁ ଠିକ୍‌ ଭାବେ ବୁଝିଲେ ଆମେ ସେମାନଙ୍କ ସଂସ୍କୃତିକୁ ଜାଣିିପାରିବା। ଭାରତ ସମ୍ପର୍କରେ ସବିଶେଷ ଜାଣିବାକୁ ହେଲେ ଆମକୁ ଭାରତୀୟଙ୍କ ଜୀବନ ଧାରା, ଭାଷା ତଥା ସଂସ୍କୃତିକୁ…

ସବୁ ଜଣାଇବ ‘ଫାଇବ୍ରୋ ସ୍କାନ୍‌’

ବର୍ଷାଋତୁରେ ଲିଭର ସମ୍ବନ୍ଧୀୟ ବଡ଼ ସମସ୍ୟା କାରକ ରୋଗଗୁଡ଼ିକ ହେଉଛି ‘ଜଣ୍ଡିସ୍‌’, ‘ଡେଙ୍ଗୁ’, ‘ଝାଡ଼ାବାନ୍ତି’ ଇତ୍ୟାଦି। ତେବେ ଏସବୁଠାରୁ ବଡ଼ ଗୁରୁତ୍ୱପୂର୍ଣ୍ଣ ହେଉଛି ଅନେକଙ୍କ କ୍ଷେତ୍ରରେ ପେଟ…

ଯେଉଁ ଅନ୍ଧକାରର ଅବସାନ ନାହିଁ

ଆମ ଦେଶରେ କେତେକ ଘଟଣା ବର୍ତ୍ତମାନର ପ୍ରବାହରେ ଘଟିଚାଲିଛି ଯାହାର ଅନ୍ତ ଘଟୁନାହିଁ। ଆମେ କାଳର ହିସାବ ରଖନ୍ତି ନାହିଁ। ଯେପରି ଆଜି ପରେ କାଲି, ବିଂଶଶତାବ୍ଦୀ…

ରୋଷେଇ ଘରେ ଇଥାନଲ

ମଣିଷ ଆଦିମ ଯୁଗରେ ପଥରକୁ ପଥରରେ ଘସି ନିଅଁା ବାହାର କରିଥିଲା। ସେବେଠାରୁ ତାହାର ଅନୁସନ୍ଧିତ୍ସୁ ମନ ବିକଳ୍ପ ବାହାର କରିବାରେ ଲାଗିରହିଛି। ବର୍ତ୍ତମାନର ସ୍ଥିତିକୁ ଦେଖିଲେ…

ଏଇ ଭାରତରେ

ଜଣେ ବ୍ୟକ୍ତିଙ୍କ ଦୃଢ଼ ଇଚ୍ଛାଶକ୍ତି ତାଙ୍କୁ ନୂତନତ୍ୱ ସନ୍ଧାନର ପଥ ଦେଖାଏ ଏବଂ ଲକ୍ଷ୍ୟ ହାସଲ କରିବାରେ ସହାୟକ ହୋଇଥାଏ। ଏମିତି ଜଣେ ବ୍ୟକ୍ତି ହେଉଛନ୍ତି ଗୁଜରାଟର…

ମଶାରି ମଶା

ମଣିଷ କୁଆଡେ ସମୟର ଦାସ। ଏ କଥା କହନ୍ତି ସଭିଏଁ। ବୋଧହୁଏ ସମୟ ସୁଅରେ ସେଇ ଉକ୍ତିରେ ସାମାନ୍ୟ ବ୍ୟତିକ୍ରମ ହେଲା ଭଳିଆ ଛୋଟିଆ ଅନୁଭବଟେ କାହିଁକି…

ଜୁଆଙ୍ଗ ଯୁବତୀଙ୍କ ଜଳନ୍ତା ଜୁଇ

କିଛିଦିନ ହେଲାଣି ଅରୁଚିକର ଖବରମାନଙ୍କର ଶୋଭାଯାତ୍ରାରେ ଓଡ଼ିଶାବାସୀ ବ୍ୟଥିତ-ଭାବପ୍ରବଣ ଓଡ଼ିଆଙ୍କ ପାଇଁ ଅନେକ ଚିନ୍ତାର କାରଣ ପାଲଟିଛି। ଜୁନ୍‌ ଏକୋଇଶରେ ତାମିଲନାଡୁର ଚିଙ୍ଗୁଡ଼ି ପ୍ରସ୍ତୁତୀକରଣ କାରଖାନାରେ ହୋଇଥିବା…

ଇସ୍ରୋ ସଙ୍କଟ

ଘରୋଇ ମହାକାଶ ଗବେଷଣା କ୍ଷେତ୍ରରେ ଭାରତକୁ ୧୮ ଜୁଲାଇରେ ବଡ଼ ସଫଳତା ମିଳିଛି । ହାଇଦ୍ରାବାଦର ବେସରକାରୀ ମହାକାଶ ସଂସ୍ଥା ସ୍କାଏରୁଟ୍‌ ଏରୋସ୍ପେସ୍‌ ଶ୍ରୀହରିକୋଟାସ୍ଥିତ ସତୀଶ ଧାବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri