ଏଇ ଭାରତରେ

କୃଷି ଛାଡ଼ି ଚାକିରି କରିବାକୁ ଅନେକେ ପସନ୍ଦ କରୁଥିବାବେଳେ ଏସ୍‌.ଶିବଗଣେଶ ଚାକିରି ଛାଡ଼ି ଚାଷରେ ଲାଗିଛନ୍ତି। ୨୦୦୬ରେ ସେ ମେକାନିକାଲ ଇଞ୍ଜିନିୟରିଂରେ ଡିଗ୍ରୀ ହାସଲ କରିବା ପରେ ରାଜସ୍ଥାନର ଏକ ଆଣବିକ ଶକ୍ତି କେନ୍ଦ୍ରରେ ଚୁକ୍ତିଭିତ୍ତିକ ଚାକିରି କରିଥିଲେ। ୨୦୧୦ରେ ତାହାକୁ ଛାଡ଼ି ତାଙ୍କ ଗାଁ ମୀନାକ୍ଷିପୁରମ୍‌କୁ ଫେରି ଆସିଥିଲେ। କେରଳ ଓ ତାମିଲନାଡୁ ସୀମାରେ ଥିବା ଏହି ଗାଁରେ ଏବେ ଶିବଗଣେଶ ୬ ଏକର ଜମିରେ ଜୈବିକ ଚାଷ ଆରମ୍ଭ କରୁଛନ୍ତି। ସେ ମୁଖ୍ୟତଃ ଆମ୍ବ ଓ ଜାଇଫଳ ଉତ୍ପାଦନ କରିବା ସହ ୧୬୦୦ ନଡ଼ିଆ ଗଛ ଲଗାଇଛନ୍ତି। ହଳଦୀ, ଗୋଲମରିଚ, ଗୁଆ ଓ ନଡ଼ିଆ ଚାଷ ମଧ୍ୟ କରୁଛନ୍ତି। ମୋଟରେ ସେ ବର୍ଷକୁ ପାଖାପାଖିତ୍ ୧୩ ଲକ୍ଷ ଟଙ୍କା ଲାଭ ପାଉଛନ୍ତି। ଏଥିପାଇଁ ତାଙ୍କୁ ରାଜ୍ୟ ସରକାର କେରା କେଶରୀ ପୁରସ୍କାରରେ ସମ୍ମାନିତ କରିଛନ୍ତି। ଶିବଗଣେଶ ସିଞ୍ଚନ ପଦ୍ଧତିରେ ଜଳସେଚନ କରିବା ସହ ଏହା ମାଧ୍ୟମରେ ଜୈବିକ ସାର ପ୍ରୟୋଗ( ଫର୍ଟିଗେସନ) କରୁଛନ୍ତି। ସେ ତାଙ୍କ ଫାର୍ମରେ ବର୍ଷାଜଳ ସଂରକ୍ଷଣ କରି ଦୁଇଟି ପୋଖରୀ ନିର୍ମାଣ କରି ସେଥିତ୍ରେ ମାଛ ଚାଷ ମଧ୍ୟ କରୁଛନ୍ତି ଓ ଫାର୍ମରେ ଥିବା ନର୍ସରିରେ ଆମ୍ବ ଓ ଜାଇଫଳ ଚାରା ବିକ୍ରି କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଅଭାବୀ ପରିବାରର ପିଲାମାନେ ଶିକ୍ଷାରୁ ବଞ୍ଚିତ ନ ହେବା ଲାଗି ସୁଯୋଗ ସୃଷ୍ଟି କରିଛନ୍ତି ବେଙ୍ଗାଲୁରୁର ହରେକାଲା ହଜାବ୍ବା। ଏଥିପାଇଁ ତାଙ୍କୁ ଜୀବନରେ ଅନେକ କଷ୍ଟ ସ୍ବୀକାର…

ସବୁକିଛି ବଦଳାଇବା ଠିକ୍‌ କି

ବିକାଶ ଏକ ନିରନ୍ତର ପ୍ରକ୍ରିୟା। ଏହା ସବୁବେଳେ ପୂର୍ବଜଙ୍କ କାନ୍ଧରେ ପାଦ ରଖିଥାଏ। ମୂଳଦୁଆ ଦୁର୍ବଳ ହେଲେ ଆମର ଅସ୍ତିତ୍ୱ ଦୁର୍ବଳ ହୁଏ। ସେହିପରି ପରିବର୍ତ୍ତନ ମଧ୍ୟ…

ଶିକ୍ଷାରେ ନେତୃତ୍ୱ, ନେତୃତ୍ୱରେ ଶିକ୍ଷକ

କୁରୁକ୍ଷେତ୍ର ରଣଭୂମିରେ ଅର୍ଜୁନ ଯେତେବେଳେ ନିଜ କର୍ତ୍ତବ୍ୟ, ସମ୍ପର୍କ ଓ ଭବିଷ୍ୟତକୁ ନେଇ ଗଭୀର ଦ୍ୱନ୍ଦ୍ୱରେ ପଡ଼ିଥିଲେ, ସେତେବେଳେ ଭଗବାନ୍‌ କୃଷ୍ଣ ତାଙ୍କ ହାତରୁ ଗାଣ୍ଡୀବ ନେଇ…

ହିମାଳୟକୁ ଜଗ

ଗୋଟେ ଧାରଣା ଥିଲା ଯେ, ପାହାଡ଼ କିମ୍ବା ପର୍ବତ ଅତ୍ୟନ୍ତ ମଜଭୁତ ଓ ଝୁଙ୍କିବା ଲାଗି ଅନେକ ଶହ ବର୍ଷ ଲାଗେ। ତିବ୍ବତ ସୀମାନ୍ତ କେନ୍ଦ୍ରୀୟ ନେପାଳର…

ଏଇ ଭାରତରେ

ଚେନ୍ନାଇର ଚିତଲାପକ୍କମ ନିକଟରେ ଥିବା ଚିତଲାପକ୍କମ ହ୍ରଦ ନିକଟବର୍ତ୍ତୀ ଅଞ୍ଚଳରେ ଖରାଦିନେ ନଳକୂପ ଶୁଖିଯାଏ। ବର୍ଷର ଅନ୍ୟ ସମୟରେ ବି ସେଗୁଡ଼ିକରୁ ଆବଶ୍ୟକ ପାଣି ବାହାରେ ନାହିଁ।…

ପ୍ରଶାସନିକ ସ୍ବଚ୍ଛତା ଏକ ପ୍ରଶ୍ନବାଚୀ

ପ୍ରଶାସନିକ ବ୍ୟବସ୍ଥାରେ ସ୍ବଚ୍ଛତା ଓ ନିରପେକ୍ଷତା ଆଣିବା ଲାଗି ସରକାର ଯେତେ ଯାହା ପଦକ୍ଷେପ ଗ୍ରହଣ କଲେ ମଧ୍ୟ ତାହା ସଫଳ ହୋଇପାରୁନି। ବିଭିନ୍ନ କ୍ଷେତ୍ରରେ କିଭଳି…

ସମୟ ବ୍ୟାଙ୍କ୍‌ର ସେବାପୁଞ୍ଜି

ବ୍ୟାଙ୍କ୍‌ରେ ସଞ୍ଚତ୍ତ ସମସ୍ତ ଅର୍ଥ ଉଠାଇ ଆଣି ରାଜଧାନୀର ଏକ ପ୍ରମୁଖ ଇଞ୍ଜିନିୟରିଂ କଲେଜରେ ନିଜ ପୁଅର ନାମ ଲେଖାଉଥିବା ଜଣେ ମଧ୍ୟବର୍ଗୀୟ ପିତା ତାଙ୍କ ବନ୍ଧୁକୁ…

ଗରିବ ହୋଇ ରହିବୁ

ଚଳିତ ସପ୍ତାହରେ ଏକ ବିଦେଶୀ ଗଣମାଧ୍ୟମ ମୋର ସାକ୍ଷାତ୍‌କାର ନେଇଥିଲା। ଏହା ଶେଷ ହେବା ପରେ ସାକ୍ଷାତ୍‌କାର ନେଇଥିବା ଖବରଦାତା କହିଥିଲେ, ଭାରତର ସ୍ଥିତି ଏଭଳି ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri