ଏଇ ଭାରତରେ

ହିମାଳୟରେ ବର୍ଦ୍ଧିତ ପ୍ରଦୂଷିତ ପରବେଶକୁ ସୁଧାରିବା ଲାଗି ଭାରତୀୟ ବନ ସେବା ଅଧିକାରୀ ଐଶ୍ୱର୍ଯ୍ୟା ରାଜ୍‌ଙ୍କ ପ୍ରୟାସ ବେଶ୍‌ ପ୍ରଶଂସନୀୟ। ସେ ହିମାଚଳପ୍ରଦେଶର ପାର୍ବତୀ ଡିଭିଜନରେ ଉପ ବନ ସଂରକ୍ଷକ ଭାବେ ଦାୟିତ୍ୱ ନିର୍ବାହ କରୁଛନ୍ତି। କାସୋଲ ଠାରୁ ୪୦ କି.ମି. ଦୂର ଆକର୍ଷଣୀୟ ପର୍ଯ୍ୟଟନସ୍ଥଳୀ ପାର୍ବତୀ ଭ୍ୟାଲିରେ ବର୍ଜ୍ୟ ଠୁଳ ହେଉଥିତ୍ବା ୨.୫ ଏକର ଜାଗାକୁ ସଫା କରି ସେଠାରେ ଏ୍ୟଶ୍ୱର୍ଯ୍ୟା ୪୦୦ ପ୍ରଜାତିର ଦେଶୀ ଗଛ ଲଗାଇ ତାହାକୁ ଏକ ସବୁଜ ଅଞ୍ଚଳ କରିପାରିଛନ୍ତି। ଏହି ଅଞ୍ଚଳଟି ଏବେ ବହୁ ପ୍ରଜାତିର ହିମାଲୟାନ ପକ୍ଷୀଙ୍କର ବାସସ୍ଥଳୀ ପାଲଟିଛି। ହିମାଚଳପ୍ରଦେଶ ପ୍ରତିଷ୍ଠା ଦିବସ ଉପଲକ୍ଷେ ରାଜ୍ୟ ସରକାର ସ୍ବର୍ଣ୍ଣିମ ବାଟିକା ଅଭିଯାନ ଘୋଷଣା କରାଯିବା ପରେ ଏ୍ୟଶ୍ୱର୍ଯ୍ୟା ସେଥିରୁ ପାଣ୍ଠି ଯୋଗାଡ଼ କରି ଏହି କାର୍ଯ୍ୟ ସମ୍ପୂର୍ଣ୍ଣ କରିଛନ୍ତି। ଅଳିଆଗଦାରୁ ଜୈବିକ ବର୍ଜ୍ୟ ସଂଗ୍ରହ କରି ସେଥିରୁ ଜିଆଖତ ପ୍ରସ୍ତୁତ କରିବା ସହ ଅନ୍ୟ ବର୍ଜ୍ୟଗୁଡ଼ିକୁ ବର୍ଜ୍ୟ ପ୍ରକ୍ରିୟାକରଣ କେନ୍ଦ୍ରକୁ ପଠାଇଛନ୍ତି। ଏବେ ଭ୍ୟାଲିରୁ ଯେଉଁ ବର୍ଜ୍ୟ ସଂଗ୍ରହ କରାଯାଉଛି, ତାହାକୁ ଏହି ଉପାୟରେ ବିନିଯୋଗ କରିବା ଦ୍ୱାରା ବର୍ଜ୍ୟ ଆଉ କୌଣସି ସ୍ଥାନରେ ଗଦାହୋଇ ରହୁନାହିଁ। କହିବାକୁ ଗଲେ ସମ୍ପୂର୍ଣ୍ଣ ଭ୍ୟାଲି ପ୍ରଦୂଷଣ ମୁକ୍ତ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶଭକ୍ତି ଚିନ୍ତା

ଆମ ଦେଶରେ ଜାତୀୟତାବାଦର ଅତ୍ୟଧିକ ଚାହିଦା ରହିଛି, ହେଲେ ସବୁବେଳେ ଏଠାରେ ଏହାର ଅଭାବ ଥିବା ମନେହୁଏ। ମୋ ଜୀବନରେ ଅତିବାହିତ ସବୁ ଦଶନ୍ଧିରେ ‘ବନ୍ଦେ ମାତରମ୍‌’କୁ…

ମୁଁ ଗୋଟିଏ ଗାଈ

ହାଁ ହାଁ ବାଇମନ… ରୁହ ରୁହ…! ଶୀର୍ଷକଟିକୁ ପଢ଼ି ଦେଇ ପିଲାବେଳର ରଚନା ଭାବି ଆଖି ବୁଲାଇ ନିଅନ୍ତୁନି! ଯେମିତି ଆପଣଙ୍କର ପିଲାବେଳ ଆଉ ନାହିଁ! ସେମିତି…

ଆମକୁ ଯାହା ଲଜ୍ଜା ନାହିଁ

ଅମ ଓଡ଼ିଶା ଭାଷା, ସାହିତ୍ୟ, ସଂସ୍କୃତି, ଚଳଣି, ଆମ ଖାଦ୍ୟ, ଆମ ବିଚାରଧାରା ସବୁଠି ବର୍ତ୍ତମାନ ଅନୁପ୍ରବେଶର ଉପଦ୍ରବ। ଏସବୁ ଭିତରେ ଊଣା ଅଧିକେ ହଜିବାକୁ ବସିଲାଣି…

ବିକଳ୍ପ ଶେଷ

ବର୍ଷ ବର୍ଷ ଧରି ସିଭିଲ ସର୍ଭିସ ପରୀକ୍ଷାରେ ବ୍ୟବସ୍ଥାଗତ ତ୍ରୁଟି ରହିଥିଲା। ପରୀକ୍ଷାରେ ପାସ୍‌ କରି ଆଇଏଏସ୍‌ କିମ୍ବା ଆଇଏଫ୍‌ଏସ୍‌ରେ ପ୍ରବେଶ କଲେ ମଧ୍ୟ ସେମାନେ ଭଲ…

ଏଇ ଭାରତରେ

ସୁନ୍ଦରବନର ଏକ ଗାଁର ଲୋକେ ଜୀବନ-ଜୀବିକା ସଂଘର୍ଷରେ ବିଜୟୀ ହୋଇଛନ୍ତି। ପଶ୍ଚିମବଙ୍ଗ ସନ୍ଦେଶ୍‌ଖାଲି ବ୍ଲକ ଜେଲିଆଖଲି ଗାଁକୁ ଅନେକ ଛୋଟ ନଦୀ ଘେରିରହିଛି। କୋଲ୍‌କାତାଠାରୁ ୭୨ କି.ମି.…

ରେଡିଓ: ମନର କଥା କହେ

ରେଡିଓ ଆମ ଜୀବନରେ ଏକ ଅବିଚ୍ଛେଦ୍ୟ ଅଙ୍ଗ ହୋଇରହିଛି। ସେ ସୂଚନା ପ୍ରସାରଣ ହେଉ କି ଆନନ୍ଦ ପ୍ରଦାନ, ରେଡିଓ ସବୁବେଳେ ଆମ ସାଥିରେ ରହିଛି। ମନେପଡୁଛି…

ଆସ୍ଥାର ବଜାରୀକରଣ

ଭାରତୀୟ ସଂସ୍କୃତିର ପ୍ରାଣକେନ୍ଦ୍ର ହେଉଛି ଆଧ୍ୟାତ୍ମିକତା। ଏଠାରେ ଦେବଦେବୀମାନେ କେବଳ ପୂଜାପାଠର ମାଧ୍ୟମ ନୁହନ୍ତି, ବରଂ ସେମାନେ ଆମ ଜୀବନଶୈଳୀ, ସଂସ୍କାର ଏବଂ ନୈତିକତାର ପ୍ରତୀକ। ହିନ୍ଦୁ…

ଏକତରଫା ମୂଲଚାଲ

ଦୁଇଦଶନ୍ଧିରୁ ଅଧିକ ସମୟ ଧରି ଭାରତକୁ ଏକ ନିରପେକ୍ଷ ଭାଗୀଦାରି ଭାବେ ଆମେରିକା ବିବେଚନା କରିଆସିଛି। ଭାରତର ବିକାଶଶୀଳ ଶକ୍ତି, ଦକ୍ଷତାସମ୍ପନ୍ନ ମିଲିଟାରି ଏବଂ ଗଣତାନ୍ତ୍ରିକ ପରିଚୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri