ଏଇ ଭାରତରେ

ହିମାଳୟରେ ବର୍ଦ୍ଧିତ ପ୍ରଦୂଷିତ ପରବେଶକୁ ସୁଧାରିବା ଲାଗି ଭାରତୀୟ ବନ ସେବା ଅଧିକାରୀ ଐଶ୍ୱର୍ଯ୍ୟା ରାଜ୍‌ଙ୍କ ପ୍ରୟାସ ବେଶ୍‌ ପ୍ରଶଂସନୀୟ। ସେ ହିମାଚଳପ୍ରଦେଶର ପାର୍ବତୀ ଡିଭିଜନରେ ଉପ ବନ ସଂରକ୍ଷକ ଭାବେ ଦାୟିତ୍ୱ ନିର୍ବାହ କରୁଛନ୍ତି। କାସୋଲ ଠାରୁ ୪୦ କି.ମି. ଦୂର ଆକର୍ଷଣୀୟ ପର୍ଯ୍ୟଟନସ୍ଥଳୀ ପାର୍ବତୀ ଭ୍ୟାଲିରେ ବର୍ଜ୍ୟ ଠୁଳ ହେଉଥିତ୍ବା ୨.୫ ଏକର ଜାଗାକୁ ସଫା କରି ସେଠାରେ ଏ୍ୟଶ୍ୱର୍ଯ୍ୟା ୪୦୦ ପ୍ରଜାତିର ଦେଶୀ ଗଛ ଲଗାଇ ତାହାକୁ ଏକ ସବୁଜ ଅଞ୍ଚଳ କରିପାରିଛନ୍ତି। ଏହି ଅଞ୍ଚଳଟି ଏବେ ବହୁ ପ୍ରଜାତିର ହିମାଲୟାନ ପକ୍ଷୀଙ୍କର ବାସସ୍ଥଳୀ ପାଲଟିଛି। ହିମାଚଳପ୍ରଦେଶ ପ୍ରତିଷ୍ଠା ଦିବସ ଉପଲକ୍ଷେ ରାଜ୍ୟ ସରକାର ସ୍ବର୍ଣ୍ଣିମ ବାଟିକା ଅଭିଯାନ ଘୋଷଣା କରାଯିବା ପରେ ଏ୍ୟଶ୍ୱର୍ଯ୍ୟା ସେଥିରୁ ପାଣ୍ଠି ଯୋଗାଡ଼ କରି ଏହି କାର୍ଯ୍ୟ ସମ୍ପୂର୍ଣ୍ଣ କରିଛନ୍ତି। ଅଳିଆଗଦାରୁ ଜୈବିକ ବର୍ଜ୍ୟ ସଂଗ୍ରହ କରି ସେଥିରୁ ଜିଆଖତ ପ୍ରସ୍ତୁତ କରିବା ସହ ଅନ୍ୟ ବର୍ଜ୍ୟଗୁଡ଼ିକୁ ବର୍ଜ୍ୟ ପ୍ରକ୍ରିୟାକରଣ କେନ୍ଦ୍ରକୁ ପଠାଇଛନ୍ତି। ଏବେ ଭ୍ୟାଲିରୁ ଯେଉଁ ବର୍ଜ୍ୟ ସଂଗ୍ରହ କରାଯାଉଛି, ତାହାକୁ ଏହି ଉପାୟରେ ବିନିଯୋଗ କରିବା ଦ୍ୱାରା ବର୍ଜ୍ୟ ଆଉ କୌଣସି ସ୍ଥାନରେ ଗଦାହୋଇ ରହୁନାହିଁ। କହିବାକୁ ଗଲେ ସମ୍ପୂର୍ଣ୍ଣ ଭ୍ୟାଲି ପ୍ରଦୂଷଣ ମୁକ୍ତ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଂଲାଦେଶ ପରେ ବର୍ମା

ପ୍ରାୟ ଦେଢ଼ ବର୍ଷ ପରେ ପୁଣି ବାଂଲାଦେଶ ଅଶାନ୍ତ ହୋଇପଡ଼ିଛି। ଏବର ଅସ୍ବାଭାବିକ ସ୍ଥିତି ସେଠାକାର ଉଗ୍ର ଯୁବ ନେତା ଶରିଫ୍‌ ଓସ୍‌ମାନ ହାଦିଙ୍କୁ ଅଚିହ୍ନା...

ଏଇ ଭାରତରେ

ସୁନ୍ଦରବନର ହେନ୍ତାଳବନରେ ମହୁ ସଂଗ୍ରହ କରିବାକୁ ଯାଇ ଅନେକ ପୁରୁଷ ବାଘ ଆକ୍ରମଣ ଯୋଗୁ ମୃତ୍ୟୁମୁଖରେ ପଡ଼ନ୍ତି। ଏହିସବୁ ମୃତ ପୁରୁଷଙ୍କ ବିଧବା ସ୍ତ୍ରୀଙ୍କୁ କୁହାଯାଉଛି...

ଶିଷ୍ଟାଚାରର ଅଧଃପତନ

ର୍ଘବର୍ଷର ପରାଧୀନତା ଆମ ସମାଜ ତଥା ସାମାଜିକ ଆଚାର ବ୍ୟବହାର ଉପରେ ଏତେ ପ୍ରଭାବ ପକାଇଛି ଯେ, ତାହା ସ୍ୱାଧୀନତାର ଅର୍ଦ୍ଧଶତାବ୍ଦୀ ପରେ ମଧ୍ୟ ସୁଧୁରିବାର...

ନୂଆ ନଁାରେ ପୁରୁଣା କୋଠା

କଭବନ ସ୍ୱଚ୍ଛତା, ସୁଗମତା ଏବଂ ପ୍ରଶାସନ ଓ ଲୋକଙ୍କ ମଧ୍ୟରେ ଏକ ଗଭୀର ସମ୍ପର୍କର ପ୍ରତୀକ। ଏହି ପଦକ୍ଷେପ ନାଗରିକମାନଙ୍କୁ ସଶକ୍ତ, ଶାସନ ବ୍ୟବସ୍ଥାକୁ ସୁଦୃଢ଼...

କେବଳ ବାହାନା

ଡିସେମ୍ୱର ୧୭ରେ ୱାୟାନାଡ ସାଂସଦ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ବିକଶିିତ ଭାରତ ଗ୍ୟାରେଣ୍ଟି ଫର୍‌ ରୋଜଗାର ଆଣ୍ଡ୍‌ ଆଜୀବିକା ମିଶନ ବିଲ୍‌, ୨୦୨୫ ଉପରେ ପରାମର୍ଶ...

କେଉଁ ଗଛ ଲଗାଇବା

ପରିବେଶ ଉପରେ ବୃକ୍ଷହାନିର ପ୍ରତିକୂଳ ପ୍ରଭାବକୁ ଦୂର କରିବା ପାଇଁ ଉଭୟ ସରକାରୀ ଓ ବେସରକାରୀ ସ୍ତରରେ ଉଦ୍ୟମ ଆରମ୍ଭ ହୋଇଛି। ମାତ୍ର କେଉଁ ସ୍ଥାନ...

ଆଶା ନିରାଶାର ଖେଳ

ଆଶା ଭବିଷ୍ୟତର ସୂଚକ। ଆଶାର ଅନାଗତ ସ୍ବରୂପ ମଣିଷର ପରିକଳ୍ପନା ମାତ୍ର। ସେହି ଆଶାର ସାମୟିକ ଝଲକ ତାକୁ ବର୍ତ୍ତମାନର କର୍ମ ସମ୍ପାଦନ ପାଇଁ ଉତ୍ସାହିତ...

ବାହ୍ୟ ସୁରକ୍ଷାର ପୁନର୍ବିଚାର

ରାହୁଲ ରାସଗୋତ୍ରାଙ୍କୁ ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଭାବରେ ପୋର୍ଟ ଲୁଇସ୍‌ (ମରିସସ୍‌ ରାଜଧାନୀ)କୁ ପଠାଇବା ଏକ ନିୟମିତ ଘୋଷଣା ନ ଥିଲା, ବରଂ ଥିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri