ଏଇ ଭାରତରେ

କୋଭିଡ୍‌ ମହାମାରୀର ମୁକାବିଲା କରିବାକୁ ମହାରାଷ୍ଟ୍ରରେ ଶିକ୍ଷକମାନଙ୍କ ପ୍ରୟାସ ବେଶ୍‌ ପ୍ରଶଂସନୀୟ। ଅହମ୍ମଦ ନଗରର ଅକୋଲେ ଗାଁରେ ଜିଲା ପରିଷଦ ଶିକ୍ଷକମାନେ କରୋନା ମୃତ୍ୟୁ ରୋକିବା ଲାଗି ୩୩ ଲକ୍ଷ ଟଙ୍କା ଖର୍ଚ୍ଚ କରିଛନ୍ତି। କରୋନାର ଦ୍ୱିତୀୟ ଲହରରେ ଅକୋଲେ ଗାଁରେ ସେମାନେ ୨୫,୦୦୦ ଲୋକଙ୍କୁ ସବୁ ସୁବିଧା ଉପଲବ୍ଧ କରାଇ ପାରିଛନ୍ତି। ଏଠାରେ ଲୋକମାନେ ଚିକିତ୍ସା ସୁବିଧାରୁ ବଞ୍ଚତ୍ତ ରହନ୍ତି। ଏହି ବୃହତ୍‌ ଗାଁରେ ୩୦ ଶଯ୍ୟା ବିଶିଷ୍ଟ ମେଡିକାଲ ରହିଛି, ଯାହା ସଂକ୍ରମିତଙ୍କ ଚିକିତ୍ସା ପାଇଁ ପର୍ଯ୍ୟାପ୍ତ ନୁହେଁ। ଭଲ ଚିକିତ୍ସା ପାଇବାକୁ ହେଲେ ଗ୍ରାମବାସୀଙ୍କୁ ୭୦ କି.ମି ଦୂର ଚିକିତ୍ସାଳୟକୁ ଯିବାକୁ ପଡ଼େ। ଏଣୁ ଏହିସବୁ ସମସ୍ୟାକୁ ଦୃଷ୍ଟିରେ ରଖି ଶିକ୍ଷକମାନେ ୩୩ ଲକ୍ଷ ଟଙ୍କା ବ୍ୟୟରେ ୬୦ଟି ଅକ୍ସିଜେନ ବେଡ୍‌ର ସୁବିଧା କରିଛନ୍ତି। ଅକୋଲେଠାରୁ ୨ କି.ମି ଦୂର ସୁଗାନୋ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଏହି ସୁବିଧା କରାଯାଇଛି। ଶିକ୍ଷକମାନେ ସବୁ କାର୍ଯ୍ୟ ପରିଚାଳନା କରିବାକୁ ଏକ ହ୍ବାଟ୍ସଆପ ଗ୍ରୁପ୍‌ ଖୋଲିଛନ୍ତି। ୧,୧୦୦ଟି ପ୍ରାଥମିକ ବିଦ୍ୟାଳୟର ଶିକ୍ଷକମାନେ ପ୍ରତ୍ୟେକ ୧,୦୦୦ ଟଙ୍କା ଦେଇ ୧୧ ଲକ୍ଷ ଟଙ୍କା ସଂଗ୍ରହ କରିଛନ୍ତି ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକମାନେ ମଧ୍ୟ ୧୨ ଲକ୍ଷ ଟଙ୍କା ଦେଇଛନ୍ତି। ଏହାବାଦ୍‌ ଘରୋଇ ଅନୁଷ୍ଠାନ ଏବଂ ଲୋକମାନେ ଆଉ ୧୦ ଲକ୍ଷ ଟଙ୍କା ସାହାଯ୍ୟ କରିଛନ୍ତି। ଏହି ଅଭିଯାନର ନେତୃତ୍ୱରେ ରହିଛନ୍ତି ପରଖତ୍‌ପୁର ଜିଲା ପରିଷଦ ସ୍କୁଲର ଶିକ୍ଷକ ରାଜେନ୍ଦ୍ର ସଦଗିର୍‌।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ସୁନ୍ଦରବନର ହେନ୍ତାଳବନରେ ମହୁ ସଂଗ୍ରହ କରିବାକୁ ଯାଇ ଅନେକ ପୁରୁଷ ବାଘ ଆକ୍ରମଣ ଯୋଗୁ ମୃତ୍ୟୁମୁଖରେ ପଡ଼ନ୍ତି। ଏହିସବୁ ମୃତ ପୁରୁଷଙ୍କ ବିଧବା ସ୍ତ୍ରୀଙ୍କୁ କୁହାଯାଉଛି...

ଶିଷ୍ଟାଚାରର ଅଧଃପତନ

ର୍ଘବର୍ଷର ପରାଧୀନତା ଆମ ସମାଜ ତଥା ସାମାଜିକ ଆଚାର ବ୍ୟବହାର ଉପରେ ଏତେ ପ୍ରଭାବ ପକାଇଛି ଯେ, ତାହା ସ୍ୱାଧୀନତାର ଅର୍ଦ୍ଧଶତାବ୍ଦୀ ପରେ ମଧ୍ୟ ସୁଧୁରିବାର...

ନୂଆ ନଁାରେ ପୁରୁଣା କୋଠା

କଭବନ ସ୍ୱଚ୍ଛତା, ସୁଗମତା ଏବଂ ପ୍ରଶାସନ ଓ ଲୋକଙ୍କ ମଧ୍ୟରେ ଏକ ଗଭୀର ସମ୍ପର୍କର ପ୍ରତୀକ। ଏହି ପଦକ୍ଷେପ ନାଗରିକମାନଙ୍କୁ ସଶକ୍ତ, ଶାସନ ବ୍ୟବସ୍ଥାକୁ ସୁଦୃଢ଼...

କେବଳ ବାହାନା

ଡିସେମ୍ୱର ୧୭ରେ ୱାୟାନାଡ ସାଂସଦ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ବିକଶିିତ ଭାରତ ଗ୍ୟାରେଣ୍ଟି ଫର୍‌ ରୋଜଗାର ଆଣ୍ଡ୍‌ ଆଜୀବିକା ମିଶନ ବିଲ୍‌, ୨୦୨୫ ଉପରେ ପରାମର୍ଶ...

କେଉଁ ଗଛ ଲଗାଇବା

ପରିବେଶ ଉପରେ ବୃକ୍ଷହାନିର ପ୍ରତିକୂଳ ପ୍ରଭାବକୁ ଦୂର କରିବା ପାଇଁ ଉଭୟ ସରକାରୀ ଓ ବେସରକାରୀ ସ୍ତରରେ ଉଦ୍ୟମ ଆରମ୍ଭ ହୋଇଛି। ମାତ୍ର କେଉଁ ସ୍ଥାନ...

ଆଶା ନିରାଶାର ଖେଳ

ଆଶା ଭବିଷ୍ୟତର ସୂଚକ। ଆଶାର ଅନାଗତ ସ୍ବରୂପ ମଣିଷର ପରିକଳ୍ପନା ମାତ୍ର। ସେହି ଆଶାର ସାମୟିକ ଝଲକ ତାକୁ ବର୍ତ୍ତମାନର କର୍ମ ସମ୍ପାଦନ ପାଇଁ ଉତ୍ସାହିତ...

ବାହ୍ୟ ସୁରକ୍ଷାର ପୁନର୍ବିଚାର

ରାହୁଲ ରାସଗୋତ୍ରାଙ୍କୁ ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଭାବରେ ପୋର୍ଟ ଲୁଇସ୍‌ (ମରିସସ୍‌ ରାଜଧାନୀ)କୁ ପଠାଇବା ଏକ ନିୟମିତ ଘୋଷଣା ନ ଥିଲା, ବରଂ ଥିଲା...

ଯଥାର୍ଥ ଦାନ

ଅଭିରାମ ବାବୁ ଜଗନ୍ନାଥଙ୍କର ଜଣେ ପରମ ଭକ୍ତ। ସେଥିପାଇଁ ସେ ଜଗନ୍ନାଥ ସଂସ୍କୃତିକୁ ସମ୍ମାନ ଜଣାଇଥାନ୍ତି। ତାଙ୍କର ପୁଅ ଯୋଗେଶ ସ୍କୁଲ ଛାତ୍ର। ସେ ବାପାଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri