ଏଇ ଭାରତରେ

କୋଭିଡ୍‌ ମହାମାରୀର ମୁକାବିଲା କରିବାକୁ ମହାରାଷ୍ଟ୍ରରେ ଶିକ୍ଷକମାନଙ୍କ ପ୍ରୟାସ ବେଶ୍‌ ପ୍ରଶଂସନୀୟ। ଅହମ୍ମଦ ନଗରର ଅକୋଲେ ଗାଁରେ ଜିଲା ପରିଷଦ ଶିକ୍ଷକମାନେ କରୋନା ମୃତ୍ୟୁ ରୋକିବା ଲାଗି ୩୩ ଲକ୍ଷ ଟଙ୍କା ଖର୍ଚ୍ଚ କରିଛନ୍ତି। କରୋନାର ଦ୍ୱିତୀୟ ଲହରରେ ଅକୋଲେ ଗାଁରେ ସେମାନେ ୨୫,୦୦୦ ଲୋକଙ୍କୁ ସବୁ ସୁବିଧା ଉପଲବ୍ଧ କରାଇ ପାରିଛନ୍ତି। ଏଠାରେ ଲୋକମାନେ ଚିକିତ୍ସା ସୁବିଧାରୁ ବଞ୍ଚତ୍ତ ରହନ୍ତି। ଏହି ବୃହତ୍‌ ଗାଁରେ ୩୦ ଶଯ୍ୟା ବିଶିଷ୍ଟ ମେଡିକାଲ ରହିଛି, ଯାହା ସଂକ୍ରମିତଙ୍କ ଚିକିତ୍ସା ପାଇଁ ପର୍ଯ୍ୟାପ୍ତ ନୁହେଁ। ଭଲ ଚିକିତ୍ସା ପାଇବାକୁ ହେଲେ ଗ୍ରାମବାସୀଙ୍କୁ ୭୦ କି.ମି ଦୂର ଚିକିତ୍ସାଳୟକୁ ଯିବାକୁ ପଡ଼େ। ଏଣୁ ଏହିସବୁ ସମସ୍ୟାକୁ ଦୃଷ୍ଟିରେ ରଖି ଶିକ୍ଷକମାନେ ୩୩ ଲକ୍ଷ ଟଙ୍କା ବ୍ୟୟରେ ୬୦ଟି ଅକ୍ସିଜେନ ବେଡ୍‌ର ସୁବିଧା କରିଛନ୍ତି। ଅକୋଲେଠାରୁ ୨ କି.ମି ଦୂର ସୁଗାନୋ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଏହି ସୁବିଧା କରାଯାଇଛି। ଶିକ୍ଷକମାନେ ସବୁ କାର୍ଯ୍ୟ ପରିଚାଳନା କରିବାକୁ ଏକ ହ୍ବାଟ୍ସଆପ ଗ୍ରୁପ୍‌ ଖୋଲିଛନ୍ତି। ୧,୧୦୦ଟି ପ୍ରାଥମିକ ବିଦ୍ୟାଳୟର ଶିକ୍ଷକମାନେ ପ୍ରତ୍ୟେକ ୧,୦୦୦ ଟଙ୍କା ଦେଇ ୧୧ ଲକ୍ଷ ଟଙ୍କା ସଂଗ୍ରହ କରିଛନ୍ତି ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକମାନେ ମଧ୍ୟ ୧୨ ଲକ୍ଷ ଟଙ୍କା ଦେଇଛନ୍ତି। ଏହାବାଦ୍‌ ଘରୋଇ ଅନୁଷ୍ଠାନ ଏବଂ ଲୋକମାନେ ଆଉ ୧୦ ଲକ୍ଷ ଟଙ୍କା ସାହାଯ୍ୟ କରିଛନ୍ତି। ଏହି ଅଭିଯାନର ନେତୃତ୍ୱରେ ରହିଛନ୍ତି ପରଖତ୍‌ପୁର ଜିଲା ପରିଷଦ ସ୍କୁଲର ଶିକ୍ଷକ ରାଜେନ୍ଦ୍ର ସଦଗିର୍‌।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଅସହାୟ ପିଲାଙ୍କ ଆଶାବାଡ଼ି ପୋର୍ତ୍ତିଆ ପୁଟାଟୁଣ୍ଡା। ସେ ତାଙ୍କ ପିତାଙ୍କ ସ୍ମୃତିରେ ଏକ ଆବାସିକ ସ୍କୁଲ ଖୋଲି ମାଗଣାରେ ପିଲାମାନଙ୍କୁ ପଢାଉଛନ୍ତି। ସେମାନଙ୍କୁ ଖାଦ୍ୟ, ଚିକିତ୍ସା, ପୋଷାକ…

ଅଦୃଶ୍ୟ ଈଶ୍ୱରଙ୍କ ଦୃଶ୍ୟ ପ୍ରତିମା

ଭୁ ଯିଶୁଖ୍ରୀଷ୍ଟ ଦୁଇ ହଜାରରୁ ଅଧିକ ବର୍ଷ ତଳେ, ରୋମୀୟ ସାମ୍ରାଜ୍ୟ ସମୟରେ, ନିଜର ପରିଚୟ ଓ ବ୍ୟକ୍ତିତ୍ୱକୁ ଖୋଲାଖୋଲି ଭାବେ ପ୍ରକାଶ କରିଥିଲେ। ତାଙ୍କ ବିରୋଧରେ…

ଜନଜାତୀୟ ଖେଳ ପ୍ରତିଭା: ଆମ ଜାତୀୟ ଗୌରବ

ମୁଁ  ଦେଖିଛି ଯେ ଆମ ଦେଶର ଗ୍ରାମାଞ୍ଚଳ ଓ ବନାଞ୍ଚଳରେ ପିଲାମାନେ ସେମାନଙ୍କ ଦୈନନ୍ଦିନ ଜୀବନର ଅଧିକାଂଶ ସମୟ ପ୍ରକୃତି କୋଳରେ ଅତିବାହିତ କରିଥା’ନ୍ତି। ସେମାନେ ପ୍ରାକୃତିକ…

ଆଣବିକ ପ୍ରତିରୋଧ ଓ ମହାଶକ୍ତି

ଆଣବିକ ଅସ୍ତ୍ରଶସ୍ତ୍ର ଯୋଗୁ ମହାଶକ୍ତିଙ୍କ ମଧ୍ୟରେ ଯୁଦ୍ଧର ବିଜୟ ଅସମ୍ଭବ ହୋଇଯାଇଛି। ଅର୍ଥାତ୍‌ ମହାଶକ୍ତିଙ୍କ ନିକଟରେ ଏତେ ଅଣୁ ଅସ୍ତ୍ରଶସ୍ତ୍ର ରହିଛି ଯେ, ଯଦି ସେମାନଙ୍କ ମଧ୍ୟରେ…

ଏଇ ଭାରତରେ

ଦନ୍ତ ଚିକିତ୍ସକ ଡ. ଶାନ୍ତି ତୁମ୍ମାଲା ଚାକିରି ଛାଡ଼ି ବେଙ୍ଗାଲୁରୁରେ ବର୍ଜ୍ୟ ସମସ୍ୟାର ସମାଧାନ ପାଇଁ ପଦକ୍ଷେପ ନେଇଛନ୍ତି। ଥରେ ଜଣେ ମହିଳା ଏକ ଅଳିଆଗଦା ନିକଟରେ…

ତଳ ଅଫିସର

ଆଜିର ଦିନରେ ସବୁଠି ଗହଳଚହଳ ଅଧିକ। ହାଟରେ ଯେମିତି ଘୋ ଘୋ, ନାହିଁ ନ ଥିବା ଭିଡ଼, ଠିକ୍‌ ସେମିତି ଭିଡ଼ ଦେଖାଯାଏ ସବୁଠି। ଟ୍ରେନ୍‌ରେ ଯାତ୍ରୀଙ୍କ…

ବିଶ୍ୱ ପାଇଁ ଚେତାବନୀ

ମଣିଷ ବିଜ୍ଞାନ-ସଭ୍ୟତାର ଶୀର୍ଷରେ ପହଞ୍ଚତ୍ଥିଲେ ମଧ୍ୟ ଯୁଦ୍ଧ ଓ ହିଂସାକୁ ଛାଡ଼ିପାରିନାହିଁ। ଏବେ ସମଗ୍ର ବିଶ୍ୱରେ ଯେମିତି ସଂଘର୍ଷ, ହିଂସା, ପ୍ରତିଶୋଧର ବାତାବରଣ ସୃଷ୍ଟି ହୋଇଛି ତାହା…

ଜୈନଧର୍ମରେ ମହିଳା

ଜୈନଧର୍ମରେ ୨୪ ସନ୍ନ୍ୟାସୀ (ତୀର୍ଥଙ୍କର)ଙ୍କ ପ୍ରଦର୍ଶିତ ପଥ ଜୈନଧର୍ମ ଅନୁସରଣ କରେ। ଜୈନଧର୍ମର ଶ୍ୱେତାମ୍ବର ବିଚାରରେ ପଶ୍ଚିମ ଭାରତରେ ପାର୍ଶ୍ୱନାଥ ଏବଂ ମହାବୀର ଯଥାକ୍ରମେ ୨୩ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri