ସକାରାମତ୍କ ପରିବର୍ତ୍ତନ ଆଣିବାରେ ଗୋଷ୍ଠୀଗତ ପ୍ରୟାସର ଗୁରୁତ୍ୱ ପ୍ରମାଣିତ ହୋଇଛି ତାମିଲନାଡୁରେ। ଶ୍ରୀନିବାସନ ସର୍ଭିସ ଟ୍ରଷ୍ଟ(ଏସ୍ଏସ୍ଟି) ଦ୍ୱାରା ତାମିଲନାଡୁର ୨୫୦୦ ଦୁର୍ଗମ ତଥା ମରୁଡ଼ିପ୍ରବଣ ଗାଁରେ ଲୋକମାନଙ୍କ ମିଳିତ ଉଦ୍ୟମରେ କୃଷିର ଉନ୍ନତି ଓ ଜୈବବିବିଧତାର ସୁରକ୍ଷା ନିଶ୍ଚିତ ହୋଇପାରିଛି। ଏଭଳି ଅଭିଯାନର ନେତୃତ୍ୱ ନେଇଛନ୍ତି ଏସ୍ଏସ୍ଟିର ଚେୟାରମ୍ୟାନ ସ୍ବରନ ସିଂ। ସେ ୨୦୧୮ରୁ ନିରନ୍ତର ଉଦ୍ୟମ ଜାରି ରଖିଛନ୍ତି। ଏହି ସଂସ୍ଥା ଦ୍ୱାରା ୨୫୦୦ ଗାଁରେ କ୍ଷୁଦ୍ରଚାଷୀମାନେ ସେମାନଙ୍କ ଆୟ ଦୁଇଗୁଣ ବଢ଼ାଇବାକୁ ସକ୍ଷମ ହୋଇଛନ୍ତି। କୃଷକମାନଙ୍କୁ ପର୍ଯ୍ୟାପ୍ତ ପାଣି ଯୋଗାଇ ଦେବାର ବ୍ୟବସ୍ଥା କରାଯାଉଛିି । ଗତ ୪ ବର୍ଷ ମଧ୍ୟରେ ଗାଁଗୁଡ଼ିକରେ କ୍ଷୁଦ୍ର ଜଳସେଚନ ଟାଙ୍କି ନିର୍ମାଣ କରାଯାଇଛି। କେବଳ ଏତିକି ନୁହେଁ, ସ୍ବରନଙ୍କ ଉଦ୍ୟମରେ ରାଜ୍ୟର ବିଭିନ୍ନ ଜଙ୍ଗଲରେ ଗ୍ରାମବାସୀଙ୍କ ସହଯୋଗରେ ବୃହତ୍ ଜଳାଶୟ ଖୋଳାଯାଇ ବିଭିନ୍ନ ପ୍ରଜାତି ଜୀବଙ୍କ ସୁରକ୍ଷା କରାଯାଉଛି।
ଏଇ ଭାରତରେ
ରାଜସ୍ଥାନର କୋଲିଆ ଗାଁର ଗୁପ୍ତା ପରିବାରର ପ୍ରୟାସରେ ଅନେକ ହଜାର ମହିଳା ସଶକ୍ତହେବା ସହ ରୋଜଗାରକ୍ଷମ ହୋଇପାରିଛନ୍ତି। ୨୦୧୫ରେ ଏକ କୌଶଳ ବିକାଶ କେନ୍ଦ୍ର ଖୋଲି...
ଉତ୍ସବ ଓ ଭାଷଣ
ଗୋଟିଏ ବର୍ଷ ସରୁଛି, ଆଉ ଗୋଟିଏ ଆସୁଛି। ଏଇ ଗମନାଗମନ ବେଳରେ ସାରା ରାଇଜ ଉତ୍ସବମୁଖର ହୋଇଉଠିଛି। ଶିକ୍ଷା ଅନୁଷ୍ଠାନରେ ଚାଲିଛି କ୍ରୀଡ଼ା ଉତ୍ସବ, ପୁରସ୍କାର...
ପେନ୍ସନ୍ଭୋଗୀଙ୍କ ଆଶଙ୍କା
ଏବେ ସାମାଜିକ ଗଣମାଧ୍ୟମରେ ଗୋଟିଏ ବାର୍ତ୍ତା ପ୍ରଚାରିତ ହେଉଛି ଯେ ଆଗାମୀ ଅଷ୍ଟମ ଦରମା ଆୟୁକ୍ତଙ୍କ ସୁପାରିସରେ ପେନ୍ସନଭୋଗୀଙ୍କ ପେନ୍ସନ୍ ପରିମାଣ ପୁନଃ ନିର୍ଦ୍ଧାରିତ ହେବନାହିଁ।...
ନୀରବ ଘାତକ
ବାୟୁ ପ୍ରଦୂଷଣ କୋଭିଡ୍ ପରବର୍ତ୍ତୀ କାଳରେ ଭାରତର ସବୁଠାରୁ ଗମ୍ଭୀର ଜନସ୍ବାସ୍ଥ୍ୟ ସଙ୍କଟ ବୋଲି ଜଣାପଡ଼ିଛି। ଚିକିତ୍ସା ବିଶେଷଜ୍ଞମାନେ ସତର୍କ କରାଇଛନ୍ତି ଯେ, ଜରୁରୀ ଓ...
ଏଇ ଭାରତରେ
ତ୍ରିପୁରା ସେପାହିଜାଲା ଜିଲାରେ ଅତ୍ୟଧିକ ବାଲ୍ୟବିବାହ ହୋଇଥାଏ। ଏବେ କିନ୍ତୁ ତାହା ବହୁ ପରିମାଣରେ କମିଯାଇଛି। ସେପାହିଜାଲା ଜିଲାପାଳ ସିଦ୍ଧାର୍ଥ ଜୟସ୍ବାଲଙ୍କ ଦ୍ୱାରା ଏହା ସମ୍ଭବ...
ସତରେ ଆମେ କ’ଣ ମଣିଷ
ତପଡ଼ାରୁ ପୁରୀ ଫେରିବା ବାଟରେ ଏକ ଅଜବ ତଥା ଭାରାକ୍ରାନ୍ତ ଅନୁଭୂତି ନେଇ ଘରକୁ ଫେରିଲି। ବିଶେଷକରି ସାତପଡ଼ାରୁ ବ୍ରହ୍ମଗିରି ମୁଖ୍ୟ ରାସ୍ତାରେ ପଲପଲ ଗାଈ,...
ଭାରତର ସାଗରକେନ୍ଦ୍ର
ସାମଗ୍ରିକ ଭାବେ ମହାକାଶ ଏବଂ ବିଶେଷକରି ଚନ୍ଦ୍ର ଓ ମଙ୍ଗଳ ଉପରେ ବିଗତ ବର୍ଷ ବର୍ଷ ଧରି ଚାଲିଛି ବିବିଧ ଗବେଷଣା। ଏବେ ସେଠାରେ ନିୟମିତ...
ଓଟ ଉପରେ ବରଫ
ଓଟକୁ ମରୁଭୂମିର ଜାହାଜ ବୋଲି କୁହାଯାଏ। ବିସ୍ତୀର୍ଣ୍ଣ ବାଲୁକା ଉପରେ ଏହି ପ୍ରାଣୀ ମାଇଲ ମାଇଲ ଯାଉଥିବାର ଦୃଶ୍ୟ ଆଖିରେ ଯେଉଁମାନେ ଦେଖି ନ ଥିବେ...
Archives


