ଏଇ ଭାରତରେ

କଳା ଓ ସଂସ୍କୃତି ସୁରକ୍ଷା ପାଇଁ ଜଣେ ଫଟୋଗ୍ରାଫରଙ୍କ ପ୍ରୟାସ ବାସ୍ତବରେ ପ୍ରଶଂସନୀୟ। ମୁମ୍ବାଇର ଏହି ଫଟୋଗ୍ରାଫର ହେଉଛନ୍ତି ୫୩ ବର୍ଷୀୟ ହେମନ୍ତ ଚତୁର୍ବେଦୀ। ସେ ଲୋପ ପାଇଯାଉଥିବା ସିଙ୍ଗଲ ସ୍କ୍ରିନ ସିନେମାର ଧାରା ଓ ହଲ୍‌କୁ ବଞ୍ଚାଇ ରଖିବା ଲାଗି ଏବେ ସୁଦ୍ଧା ଦେଶର ୧୧ଟି ରାଜ୍ୟରେ ୫୦୦ ସହରକୁ ଯାଇଛନ୍ତି। ମୋଟରେ ଏଥିପାଇଁ ତାଙ୍କୁ ଟ୍ରାଭେଲିଂ କରି ୩୨,୦୦୦ କି.ମି. ଯିବାକୁ ପଡ଼ିଛି। ୧୭ ବର୍ଷ ହେବ ସେ ଏହି ଅଭିଯାନ ଚଳାଇଛନ୍ତି। ସେ ତାଙ୍କ ଜିପ୍‌ରେ ହିଁ ଏହିସବୁ ସହରକୁ ଯାଉଛନ୍ତି। କେବଳ ଏତିକି ନୁହେଁ ସେ ଦେଶର ବହୁ ଦୁର୍ଗମ ଅଞ୍ଚଳରୁ ସିନେମା ସମ୍ପର୍କିତ ତଥ୍ୟ ସଂଗ୍ରହ କରିବାରେ ମଧ୍ୟ ଲାଗିପଡ଼ିଛନ୍ତି। ଦେଶରେ ସିଙ୍ଗଲ୍‌ ସ୍କ୍ରିନ ସିନେମା ଥିଏଟରଗୁଡ଼ିକର ଅବସ୍ଥା ଏଭଳି ରହିଛି ଯେ ତାହାକୁ ସୁଧାରିବା ଅତ୍ୟନ୍ତ କଷ୍ଟକର ବୋଲି କହନ୍ତି ହେମନ୍ତ। କେବଳ ୨୦୦୦ରୁ ୨୦୧୯ ମଧ୍ୟରେ ଦେଶରେ ୧୨,୦୦୦ ସିଙ୍ଗଲ ସ୍କ୍ରିନ ସିନେମା ବନ୍ଦ ହୋଇଛି ଓ ସିନେମା ଘରକୁ ଧ୍ୱଂସ କରାଯାଇଛି। ଏସବୁକୁ ଉଦ୍ଧାର କରିବା ଲାଗି ସେ ୨୦୧୯ରେ ସିଙ୍ଗଲ ସ୍କ୍ରିନ ସିନେମା ପ୍ରୋଜେକ୍ଟ ମଧ୍ୟ ଆରମ୍ଭ କରିଛନ୍ତି। ଧ୍ୱଂସ ପଥରେ ଏବେ ୬୫୦ ସିନେମା ହଲ ରହିଥିବା ସେ କହିଛନ୍ତି।
ହେମନ୍ତ ମଧ୍ୟ ରଙ୍ଗମଞ୍ଚ ସୁରକ୍ଷାରେ ସମୟ ଦେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଅଭାବୀ ପରିବାରର ପିଲାମାନେ ଶିକ୍ଷାରୁ ବଞ୍ଚିତ ନ ହେବା ଲାଗି ସୁଯୋଗ ସୃଷ୍ଟି କରିଛନ୍ତି ବେଙ୍ଗାଲୁରୁର ହରେକାଲା ହଜାବ୍ବା। ଏଥିପାଇଁ ତାଙ୍କୁ ଜୀବନରେ ଅନେକ କଷ୍ଟ ସ୍ବୀକାର…

ସବୁକିଛି ବଦଳାଇବା ଠିକ୍‌ କି

ବିକାଶ ଏକ ନିରନ୍ତର ପ୍ରକ୍ରିୟା। ଏହା ସବୁବେଳେ ପୂର୍ବଜଙ୍କ କାନ୍ଧରେ ପାଦ ରଖିଥାଏ। ମୂଳଦୁଆ ଦୁର୍ବଳ ହେଲେ ଆମର ଅସ୍ତିତ୍ୱ ଦୁର୍ବଳ ହୁଏ। ସେହିପରି ପରିବର୍ତ୍ତନ ମଧ୍ୟ…

ଶିକ୍ଷାରେ ନେତୃତ୍ୱ, ନେତୃତ୍ୱରେ ଶିକ୍ଷକ

କୁରୁକ୍ଷେତ୍ର ରଣଭୂମିରେ ଅର୍ଜୁନ ଯେତେବେଳେ ନିଜ କର୍ତ୍ତବ୍ୟ, ସମ୍ପର୍କ ଓ ଭବିଷ୍ୟତକୁ ନେଇ ଗଭୀର ଦ୍ୱନ୍ଦ୍ୱରେ ପଡ଼ିଥିଲେ, ସେତେବେଳେ ଭଗବାନ୍‌ କୃଷ୍ଣ ତାଙ୍କ ହାତରୁ ଗାଣ୍ଡୀବ ନେଇ…

ହିମାଳୟକୁ ଜଗ

ଗୋଟେ ଧାରଣା ଥିଲା ଯେ, ପାହାଡ଼ କିମ୍ବା ପର୍ବତ ଅତ୍ୟନ୍ତ ମଜଭୁତ ଓ ଝୁଙ୍କିବା ଲାଗି ଅନେକ ଶହ ବର୍ଷ ଲାଗେ। ତିବ୍ବତ ସୀମାନ୍ତ କେନ୍ଦ୍ରୀୟ ନେପାଳର…

ଏଇ ଭାରତରେ

ଚେନ୍ନାଇର ଚିତଲାପକ୍କମ ନିକଟରେ ଥିବା ଚିତଲାପକ୍କମ ହ୍ରଦ ନିକଟବର୍ତ୍ତୀ ଅଞ୍ଚଳରେ ଖରାଦିନେ ନଳକୂପ ଶୁଖିଯାଏ। ବର୍ଷର ଅନ୍ୟ ସମୟରେ ବି ସେଗୁଡ଼ିକରୁ ଆବଶ୍ୟକ ପାଣି ବାହାରେ ନାହିଁ।…

ପ୍ରଶାସନିକ ସ୍ବଚ୍ଛତା ଏକ ପ୍ରଶ୍ନବାଚୀ

ପ୍ରଶାସନିକ ବ୍ୟବସ୍ଥାରେ ସ୍ବଚ୍ଛତା ଓ ନିରପେକ୍ଷତା ଆଣିବା ଲାଗି ସରକାର ଯେତେ ଯାହା ପଦକ୍ଷେପ ଗ୍ରହଣ କଲେ ମଧ୍ୟ ତାହା ସଫଳ ହୋଇପାରୁନି। ବିଭିନ୍ନ କ୍ଷେତ୍ରରେ କିଭଳି…

ସମୟ ବ୍ୟାଙ୍କ୍‌ର ସେବାପୁଞ୍ଜି

ବ୍ୟାଙ୍କ୍‌ରେ ସଞ୍ଚତ୍ତ ସମସ୍ତ ଅର୍ଥ ଉଠାଇ ଆଣି ରାଜଧାନୀର ଏକ ପ୍ରମୁଖ ଇଞ୍ଜିନିୟରିଂ କଲେଜରେ ନିଜ ପୁଅର ନାମ ଲେଖାଉଥିବା ଜଣେ ମଧ୍ୟବର୍ଗୀୟ ପିତା ତାଙ୍କ ବନ୍ଧୁକୁ…

ଗରିବ ହୋଇ ରହିବୁ

ଚଳିତ ସପ୍ତାହରେ ଏକ ବିଦେଶୀ ଗଣମାଧ୍ୟମ ମୋର ସାକ୍ଷାତ୍‌କାର ନେଇଥିଲା। ଏହା ଶେଷ ହେବା ପରେ ସାକ୍ଷାତ୍‌କାର ନେଇଥିବା ଖବରଦାତା କହିଥିଲେ, ଭାରତର ସ୍ଥିତି ଏଭଳି ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri