ଏଇ ଭାରତରେ

ବନବିଭାଗର ଜଣେ ଉଚ୍ଚ ପଦାଧିକାରୀଙ୍କ ନିଷ୍ଠାପର କାର୍ଯ୍ୟ କିଭଳି ପରିବେଶ ଓ ଜୀବଜଗତ ଲାଗି ଉପଯୋଗୀ ହୋଇପାରେ ତାହାର ଉଦାହରଣ ଦେଖିବାକୁ ମିଳିଛି ଉତ୍ତରାଖଣ୍ଡରେ। ରୁଦ୍ରପ୍ରୟାଗରେ ଡିଏଫ୍‌ଓ ଭାବେ କାର୍ଯ୍ୟରତ ଆଇଏଫ୍‌ଏସ୍‌ ଅଧିକାରୀ ବୈଭବ ସିଂ ବର୍ଷାଜଳ ସଂରକ୍ଷଣ ଦିଗରେ ଉଲ୍ଲେଖନୀୟ ଭୂମିକା ଗ୍ରହଣ କରୁଛନ୍ତି। ୨୦୧୫ରେ ଦାୟିତ୍ୱ ନେବା ପରେ ଏବେ ସୁଦ୍ଧା ସେ ୧ କୋଟି ଲିଟର ବର୍ଷାଜଳ ସଂରକ୍ଷଣ କରି ବନାଗ୍ନିରୁ ହିମାଳୟର ୪୦୦ ହେକ୍ଟର ବନସମ୍ପଦକୁ ରକ୍ଷା କରିବା ସହ ଜଙ୍ଗଲ ଓ ବନବାସୀଙ୍କ ଜୀବନ ଜୀବିକାରେ ପରିବର୍ତ୍ତନ ଆଣିବାରେ ସକ୍ଷମ ହୋଇପାରିଛନ୍ତି। ଜଳ ସଂରକ୍ଷଣ ପାଇଁ ବୈଭବ ଓ ତାଙ୍କ ବନଖଣ୍ଡର କର୍ମଚାରୀମାନେ ୬୧୨ଟି ଖାଲ ବା ଗାଡ଼ିଆ ଖୋଳିିଛନ୍ତି। ପ୍ରତ୍ୟେକଟିର ଜଳଧାରଣ କ୍ଷମତା ୧୦,୦୦୦ ଲିଟରରୁ ୨,୫୦,୦୦୦ ଲିଟର ମଧ୍ୟରେ ରହିଛି। ସମୁଦ୍ର ପତ୍ତନଠାରୁ ୧ରୁ ୨ ହଜାର ମିଟର ଉଚ୍ଚରେ ସଞ୍ଚିତ ଏହି ପାଣିକୁ ସେ ବିଭିନ୍ନ ପ୍ରୋଜେକ୍ଟ ମାଧ୍ୟମରେ ଲୋକଙ୍କୁ ଯୋଗାଇ ଦେବାରେ ବାଟ ଦେଖାଇଛନ୍ତି। ସଂରକ୍ଷିତ ଜଳକୁ ନେଇ ଉତ୍ତରାଖଣ୍ଡ ସରକାର ପ୍ରାୟ ଛୋଟବଡ଼ ୭୦ଟି ଓ୍ବାଟର ପ୍ରୋଜେକ୍ଟ କାର୍ଯ୍ୟକାରୀ କରୁଛନ୍ତି। କେବଳ ଏତିକି ନୁହେଁ ବନାଞ୍ଚଳରେ ଏକ ପ୍ରକାର ଘାସ ରୋପଣ କରି ମୃତ୍ତିକା କ୍ଷୟ ରୋକିବାରେ ସେ ସଫଳ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହାତରୁ ଖସୁଛି ସୁରକ୍ଷା

ଭାରତରେ ହାତଟଣା ରିକ୍ସା ଓ ସାଇକେଲ-ରିକ୍ସା ସ୍ବଳ୍ପ ବାଟ ଯିବା ଆସିବାରେ ବହୁଳ ବ୍ୟବହୃତ ହେଉଥତ୍ଲା। ରିକ୍ସା ଚାଳକ ଉପରେ ଶାରୀରିକ କଷ୍ଟ, ଧତ୍ମା ଗତି ଓ…

ଏଇ ଭାରତରେ

ଅବସର ଜୀବନ ଶେଷ ନୁହେଁ। ଏହାପରେ ନିଜେ ଭଲ ପାଉଥିବା ଯେକୌଣସି ବୃତ୍ତିକୁ ଆପଣାଇ ପୁନର୍ବାର ରୋଜଗାର କରିବା ସହ ଏକ ସୁସ୍ଥ ଓ ଚଳଚଞ୍ଚଳ ଜୀବନ…

ମଣିଷକୃତ ବିପର୍ଯ୍ୟୟ

ପର୍ଯ୍ୟାୟକ୍ରମେ ଘଟୁନଥିବା ବିପଦକୁ ବିପର୍ଯ୍ୟୟ କୁହାଯାଏ। ଆଗକାଳରେ ଆଗରୁ ତାହା ଜାଣିହେଉନଥିଲା ବୋଲି ପର୍ଯ୍ୟାୟ-ହୀନ ବା ବିପର୍ଯ୍ୟୟ କୁହାଯାଉଛି। ତାହା ଯଦି ଭୌଗୋଳିକ କାରଣରୁ ଘଟିଥାଏ, ତାକୁ…

ଚାକିରିଆ ମାନସିକତା

ମୁଁ ପାଠ ପଢ଼ିବି। ବଡ଼ ମଣିଷ ହେବି। ବଡ଼ ଚାକିରି କରିବି। ବେସରକାରୀ ଚାକିରି ନୁହେଁ, କେବଳ ସରକାରୀ ଚାକିରି। ସମସ୍ତଙ୍କ ମୁହଁରେ ଏଇ ଗୋଟିଏ କଥା।…

ଏଇ ଭାରତରେ

ରକ୍ତଦାନ ମହାପୁଣ୍ୟ, ଏହି ଉକ୍ତିର ଯଥାର୍ଥତା ପ୍ରତିପାଦନ କରିଛନ୍ତି ତେଲଙ୍ଗାନାର ଭି. ରାମକୃଷ୍ଣ ରେଡ୍ଡୀ। ସେ ୩୦ ବର୍ଷ ଧରି ରକ୍ତଦାନ କାର୍ଯ୍ୟକ୍ରମକୁ ସଫଳତାର ସହ ସଞ୍ଚାଳନ…

ଐତିହାସିକ ବିସ୍ମୃତିର ନବପର୍ବ

ଗୋଟିଏ ମୂର୍ତ୍ତି। ଅତୀତର ଗର୍ଭରେ ବିଲୀନ ହୋଇଯାଇଥିବା ମହେଞ୍ଜୋଦାରୋ ସଭ୍ୟତାର ସାମାଜିକ ଓ ସାଂସ୍କୃତିକ ଜୀବନଧାରା ସମ୍ପର୍କରେ ଯେଉଁ ଯତ୍‌କିଞ୍ଚତ୍ତ୍‌ ଧାରଣା ଏବେ ଆମେ ପାଇଛେ, ସେଥିରେ…

ଭାରତର ଏକତା ଓ ପ୍ରଗତି ପାଇଁ ସମର୍ପିତ ଏକ ଜୀବନ

ରାଷ୍ଟ୍ରବାଦ ଓ ନିଃସ୍ବାର୍ଥ ସେବାର ଆଦର୍ଶରେ ବିଶ୍ୱାସ କରୁଥିବା ଅଗଣିତ ଲୋକଙ୍କ ପାଇଁ ଆଜିର ଦିନ, ୬ ଜୁଲାଇର ବିଶେଷ ମହତ୍ତ୍ୱ ରହିଛି। ଆମେ ଡକ୍ଟର ଶ୍ୟାମା…

ସବୁଆଡ଼ୁ ଘେରିଗଲାଣି ଚାଇନା

ଭାରତର ପଶ୍ଚିମରେ ଥିବା ଆରବ ସାଗରକୁ ଚାଇନା ପ୍ରବେଶ କରିବା ପାଇଁ ଚାଇନା-ପାକିସ୍ତାନ ଅର୍ଥନୈତିକ କରିଡର (ସିପିଇସି) ସୃଷ୍ଟି କରାଯାଇଛି। ସେଥିରେ ରାସ୍ତା ନିର୍ମାଣଠାରୁ ଆରମ୍ଭ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri