ଏଇ ଭାରତରେ

ଜଣେ ଆଇଏଏସ୍‌ ଅଧିକାରୀ ଗ୍ରାମାଞ୍ଚଳର ୯୦୦ରୁ ଊର୍ଦ୍ଧ୍ୱ ସରକାରୀ ସ୍କୁଲକୁ ବିଦ୍ୟୁତ୍‌ ଯୋଗାଇ ଦେବାର ବ୍ୟବସ୍ଥା କରି ଉଦାହରଣ ସୃଷ୍ଟି କରିଛନ୍ତି। ଏହି ଆଇଏଏସ୍‌ ଅଧିକାରୀ ହେଉଛନ୍ତି ଡ. ଜିତେନ୍ଦ୍ର କୁମାର ସୋନି। ରାଜସ୍ଥାନର ନାଗପୁରର ଜିଲାପାଳ ଭାବେ ଦାୟିତ୍ୱ ନିର୍ବାହ କରୁଛନ୍ତି। ସେ ଜୁଲାଇ ୨୦୨୦ରେ ଦାୟିତ୍ୱ ନେବା ପରେ ଗୋଟିଏ ବର୍ଷରେ ଏହି ସଫଳତା ହାସଲ କରିପାରିଛନ୍ତି। ସେ ଏଥିପାଇଁ ‘ଉଜାସ୍‌’ ଅଭିଯାନ ଆରମ୍ଭ କରିଛନ୍ତି। ଏହି ଅଭିଯାନରେ ଦୁର୍ଗମ ଅଞ୍ଚଳରେ ବହୁ ସ୍କୁଲରେ ବ୍ୟକ୍ତିଙ୍କ ଅନୁଦାନରେ ମଧ୍ୟ ବିଦ୍ୟୁତ୍‌ ସଂଯୋଗ କରାଯାଇଛି। ଉକ୍ତ କାର୍ଯ୍ୟରେ ଜିଲାର ବିଡିଓ,ସରପଞ୍ଚ, ସ୍କୁଲ ଶିକ୍ଷକମାନେ ପ୍ରତ୍ୟକ୍ଷ ଭାବେ ଜଡିତ ରହି କାର୍ଯ୍ୟ କରୁଛନ୍ତି। ଜିଲାପାଳଙ୍କ ଏହି ପ୍ରୟାସ ଯୋଗୁ ଜିଲାର ସମସ୍ତ ସ୍କୁଲରେ ବିଦ୍ୟୁତୀକରଣ ଶେଷ ହୋଇପାରିଛି। ସରକାରୀ ସ୍କୁଲରେ ପଢ଼ିଥିତ୍ବାରୁ ସେଠାକାର ଅଭାବ ଅସୁବିଧାକୁ ଦୃୟଙ୍ଗମ କରିଛିି। ଏହାକୁ ସୁଧାରିବା ଲାଗି ଏଭଳି ଅଭିଯାନ ଚାଲିଛି ବୋଲି କହନ୍ତି ଜିଲାପାଳ।


Enter your email to get our daily news in your inbox.

All Right Reserved By Dharitri.Com

ରାଜା ଗୁଣେ ପ୍ରଜା

ପ୍ରଜାଙ୍କୁ ପ୍ରଜାମାନେ ଅନୁସରଣ କରିବା ସ୍ବାଭାବିକ କଥା। ରାଜାଙ୍କ ହାବଭାବ, ଚାଲିଚଳନ, କଥାବାର୍ତ୍ତା, ଆଚାର ବ୍ୟବହାର ଏପରି କି ଚିନ୍ତାଦର୍ଶନକୁ ପ୍ରଜାମାନେ ଅନୁସରଣ କରୁଥିଲେ। ତେଣୁ ଲୋକପ୍ରିୟ…

ଗୋଡ଼ ଖସିବ

ଆମେରିକା-ଇସ୍ରାଏଲ ମିଳିତ ଭାବେ ଇରାନ୍‌ ସହିତ ଯୁଦ୍ଧ କରୁଛନ୍ତି। ଇସ୍ରାଏଲ-ହମାସ୍‌ ସଂଘର୍ଷ ପ୍ରାୟ ଅଢ଼େଇ ବର୍ଷ ଧରି ଚାଲିଥିବା ବେଳେ ରୁଷିଆ-ୟୁକ୍ରେନ୍‌ ଯୁଦ୍ଧ ୪ ବର୍ଷ ଅତିକ୍ରମ…

ଆଇନା ଓ ମଇନା

ଆଇନା ସବୁବେଳେ ସତ କହେ! ହୋଇଥିବ ବୋଧେ! ଏକଥା ସତ ବୋଲି ବି ମୋତେ ଲାଗିଲା। ଯଦିଓ ମୁଁ ସବୁବେଳେ ଆଇନା ଦେଖି ମୋ ରୂପ ସଜାଏ।…

ବରିଷ୍ଠ ନାଗରିକଙ୍କୁ ତାଚ୍ଛଲ୍ୟ

ମନୁଷ୍ୟ ସ୍ବାଭାବିକ ଜୀବନଚକ୍ରରେ ନିର୍ଦ୍ଦିଷ୍ଟ ବର୍ଷ ଅତିକ୍ରମ ପରେ ବୃଦ୍ଧାବସ୍ଥା ପ୍ରାପ୍ତହୁଏ । ଅନେକ ମାତାପିତା ବୃଦ୍ଧାବସ୍ଥାରେ ଅବହେଳାର ଶିକାର ହେଉଥିବା ଅନୁଭବକରି ମିଳିତ ଜାତିସଂଘ ସେମାନଙ୍କର…

ଭାଗ୍ୟ ବଳରେ

କଟକସ୍ଥିତ ଶ୍ରୀରାମଚନ୍ଦ୍ର ଭଞ୍ଜ ଭେଷଜ ମହାବିଦ୍ୟାଳୟ ଓ ହସ୍ପିିଟାଲରେ ୧୫ ମାର୍ଚ୍ଚ ବିଳମ୍ବିତ ରାତ୍ରିରେ ଟ୍ରମା କେୟାର ଇଣ୍ଟେନସିଭ୍‌ କେୟାର ୟୁନିଟ (ଆଇସିୟୁ)ରେ ଅଗ୍ନିକାଣ୍ଡ ଘଟି ୧୦…

ମଧ୍ୟପ୍ରାଚ୍ୟ ଯୁଦ୍ଧ

ମଧ୍ୟପ୍ରାଚ୍ୟ ଯୁଦ୍ଧର ତାଣ୍ଡବଲୀଳା ବଢିଚାଲିଛି। ଇରାନ ଉପରେ ଆମେରିକା ଓ ଇସ୍ରାଏଲର ମିଳିତ ଆକ୍ରମଣ ଏବଂ ଇରାନର ଭୀଷଣ ପ୍ରତିଆକ୍ରମଣ ଯୁଦ୍ଧର ବିଭୀଷିକାକୁ ଆହୁରି ଗମ୍ଭୀର କରି…

କୃଷକ ବଜାର ଓ ଆର୍ଥିକ ସୁରକ୍ଷା

ଓଡ଼ିଶା ଦେଶର ଅଷ୍ଟମ ବୃହତ୍ତମ ରାଜ୍ୟ। ପ୍ରଚୁର କଞ୍ଚାମାଲ ଓ ଭିତ୍ତିଭୂମି ଥିବା ସତ୍ତ୍ୱେ ଆବଶ୍ୟକ ଶିଳ୍ପାୟନ ଅଭାବରୁ ଓଡ଼ିଶାରେ ଏବେ ବି ପ୍ରାୟ ୬୦-୭୦ ଭାଗ…

ଲୁଚାଇବା ଅନାବଶ୍ୟକ

ସୁପ୍ରିମକୋର୍ଟ ୧୩ ମାର୍ଚ୍ଚ ୨୦୨୬ରେ ମହିଳାଙ୍କ ଋତୁସ୍ରାବକାଳୀନ ଛୁଟି ସଂକ୍ରାନ୍ତ ଆବେଦନକୁ ଖାରଜ କରିଦେବା ସହ ଦେଇଥିବା ମତକୁ ନେଇ ଚାରିଆଡ଼େ ଚର୍ଚ୍ଚା ଚାଲିଛି। ସର୍ବୋଚ୍ଚ ଅଦାଲତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri