ଏଇ ଭାରତରେ

ପ୍ରତିକୂଳ ପରିସ୍ଥିତିରେ ବଢ଼ି ଆସିଥିବା କେତେକ ବ୍ୟକ୍ତି ସେହି ଅନୁଭବକୁ ଆଧାର କରି ସମାଜରେ ସଂସ୍କାର ଆଣିବାକୁ ପ୍ରୟାସ କରନ୍ତି, ଯାହା କରୁଛନ୍ତି ନୀତିନ କୁମାର । ସେ ଏବେ ୨୦୦ ପିଲାଙ୍କୁ ମାଗଣାରେ ପଢ଼ାଉଛନ୍ତି। ନୀତିନ ରୁହନ୍ତି ଉତ୍ତରପ୍ରଦେଶର କନପୁରରେ। ପର ଘରେ କାମ କରି ତାଙ୍କ ମା’ ପରିବାର ଚଳାଉଥିତ୍ଲେ। ଏଥିପାଇଁ ନୀତିନ ବହୁ କଷ୍ଟ ସ୍ବୀକାର କରି ଆଇନରେ ଡିଗ୍ରୀ ହାସଲ କରିଛନ୍ତି। ଏଣୁ ଗରିବ ପିଲାମାନଙ୍କ କ୍ଷେତ୍ରରେ ଏଭଳି ପରିସ୍ଥିତି ନ ଆସୁ ବୋଲି ବିଚାର କରି ସେ ୨୦୦୯ରେ ପ୍ରଥମେ ବସ୍ତିରେ ପିଲାଙ୍କୁ ପଢ଼ାଇବା ଆରମ୍ଭ କରିଥିତ୍ଲେ। ପରେ ଗଙ୍ଗାକୂଳରେ କମଳେଶ୍ୱର ଘାଟରେ ସନ୍ଧ୍ୟାବେଳେ ପିଲାଙ୍କୁ ପଢ଼ାଇଲେ। ପରେ‘ଏକ୍‌ ନୟି ରାହା’ ନାମକ ଏନ୍‌ଜିଓ ଗଠନ କରି ତା’ମାଧ୍ୟମରେ ‘ଘାଟଓ୍ବାଲା ସ୍କୁଲ୍‌’ ଖୋଲିଛନ୍ତି। ନୀତିନଙ୍କ ସମେତ ସ୍ବେଚ୍ଛାକୃତ ଭାବେ କେତେଜଣ ଶିକ୍ଷକ ଏହି ସ୍କୁଲରେ ପଢ଼ାଉଛନ୍ତି। ଏବେ ସେଠାରେ ନର୍ସରୀରୁ ଦ୍ୱାଦଶ ଶ୍ରେଣୀ ଯାଏ ମୋଟରେ ୨୦୦ ଗରିବ ପିଲା ମାଗଣାରେ ପଢ଼ୁଛନ୍ତି। ଏମାନେ ସମସ୍ତେ ବସ୍ତିବାସିନ୍ଦା, ଜରି ଗୋଟାଳି ପରିବାରର ପିଲା। କେବଳ ଏତିକି ନୁହେଁ, ଉକ୍ତ ସ୍କୁଲରେ ପଢୁଥିବା ପିଲାମାନଙ୍କୁ ଉଚ୍ଚ ଶିକ୍ଷା ଲାଭ କରିବା ପାଇଁ ଆର୍ଥିକ ସାହାଯ୍ୟ ଯୋଗାଇ ଦେଉଛନ୍ତି। ସ୍କୁଲରେ ପିଲାମାନଙ୍କ ପାଠ୍ୟ ଉପକରଣ କିଣିବାଠାରୁ ଆରମ୍ଭ କରି ଅନ୍ୟ ସମସ୍ତ ଖର୍ଚ୍ଚ ନିଜେ ବହନ କରୁଛନ୍ତି। ସେ ସ୍କୁଲରେ ସଂସ୍କୃତ, ମ୍ୟୁଜିକ ଏବଂ ଫ୍ରେଞ୍ଚ ଭାଷା ଉପରେ ଶିକ୍ଷା ମଧ୍ୟ ଦେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୀତିବିହୀନ ନିର୍ଦ୍ଧାରକ

ଭାରତରେ ଖାଦ୍ୟପଦାର୍ଥର ମୂଲ୍ୟ ବୃଦ୍ଧି ଯୋଗୁ ଗତ ଜୁନ୍‌ରେ ଖୁଚୁରା (ରିଟେଲ୍‌) ମୁଦ୍ରାସ୍ଫୀତି ୪.୩୮ ପ୍ରତିଶତରେ ପହଞ୍ଚତ୍ଛି, ଯାହା ମେ’ରେ ଥିଲା ୩.୯୩ ପ୍ରତିଶତ। ରିଜର୍ଭ ବ୍ୟାଙ୍କ…

ସମାଜ ବିଭକ୍ତୀକରଣର ଅନ୍ତୁଡ଼ିଶାଳ

ସ୍ବାଧୀନୋତ୍ତର ଭାରତର ସରକାରମାନେ ଶିକ୍ଷାର ପ୍ରସାର ଦିଗରେ କାମ କରିଚାଲିଛନ୍ତି। ବହୁ ଶିକ୍ଷା କମିଶନ ବସିଛି। ବହୁ ଆଇନ ପ୍ରଣୟନ ହୋଇଛି। ସେଥିମଧ୍ୟରୁ ବିଳମ୍ବରେ ହେଲେ ମଧ୍ୟ…

ଚାଲ ଫେରିବା ଗାଁକୁ

ଗ୍ରାମାଞ୍ଚଳ ଓ ଗ୍ରାମ୍ୟ ଜୀବନ କାହାକୁ ଆକୃଷ୍ଟ ନ କରେ! ମୋ ଜନ୍ମସ୍ଥାନଟି ହେଉଛି ରାଜ୍ୟର ଉପକୂଳବର୍ତ୍ତୀ ବ୍ରାହ୍ମଣୀ ନଦୀକୂଳ ଆଳି ମାଣିକପାଟଣା। ଗଁାଦିନର ସ୍ମୃତି ଅନେକ।…

ଏଇ ଭାରତରେ

ରାସ୍ତାରେ ଭିକ୍ଷାବୃତ୍ତି କରୁଥିବା ପିଲାଙ୍କ ପାଇଁ ଆଶାର ଆଲୋକ ପାଲଟିଛନ୍ତି ଦିଲ୍ଲୀର କୃଷ୍ଣ କୁମାର। ଏଭଳି ପିଲାଙ୍କୁ ସେ ରାସ୍ତାକଡ଼ରେ ପଢ଼ାଉଛନ୍ତି। ସ୍କୁଲ କହିଲେ ଭଲ ଘର…

ମଣିଷ ଦେଖିଲେ ଡର ଲାଗୁଛି

ସାମ୍ପ୍ରତିକ ପରିସ୍ଥିତିକୁ ନେଇ ଏ ନିବନ୍ଧଟି ପ୍ରସ୍ତୁତ କରିବାକୁ ଗଲାବେଳେ ପ୍ରଖ୍ୟାତ ସାହିତି୍ୟକ ମନୋଜ ଦାସଙ୍କ ‘କେତେ ଦିଗନ୍ତ’ ପୁସ୍ତକରୁ ରୋଚକ ପ୍ରସଙ୍ଗଟିଏ ସ୍ମରଣକୁ ଆସୁଛି। କିଛି…

ପୁଅ କୋଉ ବିଜ୍ଞାନ ପଢ଼ିବ

ସୁମୀ ଅତି ସ୍ନେହରେ ପୁଅର ନାଆଁ ରଖିଥିଲା ‘ଶ୍ରୀମୟ’। କିନ୍ତୁ ପୁଅ ବଡ଼ ହେଲା ପରେ ତା’ ସାଙ୍ଗମାନଙ୍କୁ ‘ଶ୍ରୀମୟ’ ନାଆଁଟା ପସନ୍ଦ ହେଲାନି। ସେମାନେ ତାକୁ…

ଦୂରେଇଯାଇଛି ବାଂଲାଦେଶ

ବହିର୍ବ୍ୟାପାର ନୀତି କେବଳ ଜଣେ ବ୍ୟକ୍ତିଙ୍କ ଉପରେ ଆଧାରିତ ହୋଇଗଲେ ତାହା ଦୁର୍ବଳ ଓ ଦୂରଦୃଷ୍ଟିବିହୀନ ହୋଇଥାଏ। କ୍ଷମତାରୁ ବିତାଡ଼ିତ ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନାଙ୍କୁ…

ଏଇ ଭାରତରେ

ଜଳବାୟୁ ପରିବର୍ତ୍ତନ ପ୍ରଭାବ ସମୁଦ୍ରରେ ପରିଲକ୍ଷିତ ହେଲାଣି। ବିଶେଷକରି ସମୁଦ୍ର ଜଳ ପତନ ବୃଦ୍ଧି ହେବା ସହ ଜଳଚର ଜୀବ ପ୍ରଭାବିତ ହେଉଛନ୍ତି। ଏହି କ୍ରମରେ ବହୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri