ଏଇ ଭାରତରେ

ଦେଶର ଗୃହଶତ୍ରୁ ଭାବେ ମାଓବାଦୀଙ୍କୁ ବିବେଚନା କରାଯାଏ। ସରକାର ତଥା ପ୍ରଶାସନ ବିରୋଧୀ କାମ ଯୋଗୁ ଜନସାଧାରଣଙ୍କ ଜୀବନ ତଥା ସମ୍ପତ୍ତି ନଷ୍ଟ ହୋଇଥାଏ। ଅନେକ ମାଓବାଦୀ ପ୍ରଭାବିତ ଅଞ୍ଚଳରେ ସେମାନଙ୍କ ଉପସ୍ଥିତି ଯୋଗୁ ସେଠାରେ ବିକାଶମୂଳକ କାମ ଆଗେଇପାରି ନ ଥାଏ। ତେଣୁ ସରକାର ସେମାନଙ୍କୁ ଗୁଳିଗୋଳା ଛାଡ଼ି ମୁଖ୍ୟସ୍ରୋତରେ ସାମିଲ ହୋଇ ଉନ୍ନତ ଜୀବନଯାପନ କରିବାକୁ ଆହ୍ବାନ ଦେଇଆସୁଛନ୍ତି। ଏପରି ସ୍ଥିତିରେ ଜଙ୍ଗଲୀ ଜୀବନକୁ ପଛ କରି ପୋଲିସ ପ୍ରଶାସନ ନିକଟରେ ଆତ୍ମସମର୍ପଣ କରିଥିବା ମାଓବାଦୀଙ୍କ ପାଇଁ ଛତିଶଗଡ଼ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ମୁଖ୍ୟସ୍ରୋତରେ ସାମିଲ ହୋଇଥିବା ମାଓବାଦୀଙ୍କ ନିମନ୍ତେ ରାଜ୍ୟ ସରକାର ଦନ୍ତଓ୍ବୋଡାଠାରେ ଏକ ଟାଉନଶିପ୍‌ ନିର୍ମାଣ କରୁଛନ୍ତି। ସେଠାରେ ସେମାନଙ୍କୁ ରହିବା ନିମନ୍ତେ ସମସ୍ତ ସୁବିଧା ପ୍ରଦାନ କରାଯିବା ସହ ଦକ୍ଷତା ବିକାଶ ତାଲିମ ଦିଆଯିବ। ଏହା ଦ୍ୱାରା ସେମାନେ ନିଜ ଗୋଡ଼ରେ ଛିଡ଼ା ହୋଇ ମୁଣ୍ଡ ଟେକି ବଞ୍ଚିପାରିବେ ବୋଲି ଗୁରୁବାର ଛତିଶଗଡ଼ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ୩୯ ଏକର ଜମିରେ ନିର୍ମାଣ କରାଯାଉଥିବା ଏହି ଟାଉନ୍‌ଶିପ୍‌ରେ ୧୦୮ଟି ଘର ରହିବ। ଏହାସହ ଯୋଗ କେନ୍ଦ୍ର, ଜିମ୍‌ ସେଣ୍ଟର, ସ୍କୁଲ, ସ୍ବାସ୍ଥ୍ୟକେନ୍ଦ୍ର, ହୋଟେଲ ମଧ୍ୟ ରହିବ। ପ୍ରାୟ ୯ କୋଟି ଟଙ୍କା ବ୍ୟୟରେ ଏହା ନିର୍ମାଣ କରାଯାଉଛି। ସରକାରଙ୍କ ଏଭଳି ପ୍ରୟାସ ମାଓବାଦୀଙ୍କୁ ଠିକ୍‌ ରାସ୍ତାକୁ ଆଣିବାରେ ସହାୟକ ହେବ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଦିଲ୍ଲୀର କିଡ୍‌ଓ୍ବାଇ ନଗରରେ ଚାଲୁଛି ଏକ ନିଆରା ସ୍କୁଲ। ଏହି ସ୍କୁଲର ଘର ନାହିଁ କି କୌଣସି ସରକାରୀ ପାଠ୍ୟକ୍ରମ ଅନୁଯାୟୀ ଶିକ୍ଷା ଦିଆଯାଉନାହିଁ। ପିଲାମାନେ ଗଛମୂଳେ…

ନେତା ହେବାକୁ ଅନୁକୂଳ ପରିବେଶ

ସଭା ସମିତି, ଜଳଖିଆ ଦୋକାନ, ଚା’ ଦୋକାନ, ପାନ ଦୋକାନ ଆଗରେ ଓ ଘରେ ବସି ସାଙ୍ଗସାଥୀ ସହିତ କଥାହେଲା ବେଳେ ଅନେକ ଶିକ୍ଷିତ ଲୋକ କହିଥା’ନ୍ତି,…

ନୈତିକ ମୂଲ୍ୟବୋଧ ଓ ଧର୍ମ

ଯେତେବେଳେ ଆମେ ଜଣେ କରୁଥିବା କାର୍ଯ୍ୟକୁ ‘ନୈତିକ’ ବୋଲି ବିଚାର କରୁ, ତାକୁ ଭଲ ଲୋକ କହୁ ଓ ଅନୈତିକ କାର୍ଯ୍ୟ କରୁଥିବା ଲୋକକୁ ମନ୍ଦ ଲୋକ…

ପାଖ ବିଦେଶ

ବାଂଲାଦେଶ ଜାତୀୟ ନିର୍ବାଚନରେ ଭୋଟ ହୋଇଥିବା ୨୯୯ ଆସନ ମଧ୍ୟରୁ ବାଂଲାଦେଶ ନ୍ୟାଶନାଲିଷ୍ଟ ପାର୍ଟି(ବିଏନ୍‌ପି) ଏକାକୀ ୨୦୯ ଆସନ ପାଇଥିବା ବେଳେ ସହଯୋଗୀଙ୍କୁ ମିଶାଇଲେ ସଂଖ୍ୟା ୨୧୨…

ମହେନ୍ଦ୍ରଗିରିର ଶିବ ମହିମା

ମହେନ୍ଦ୍ରଗିରି ପର୍ୱତ, ଯେଉଁ ପର୍ୱତ ଦିନେ ଥିଲା ଶ୍ୱେତକମଣ୍ଡଳ ରାଜ୍ୟର ଅଂଶବିଶେଷ, ଯେଉଁ ପର୍ୱତକୁ ନିଜ କବିତାରେ ସ୍ଥାନ ଦେଇଛନ୍ତି ଗୋଦାବରୀଶ ମିଶ୍ର, ଗୋପବନ୍ଧୁ ଦାସ ଏବଂ…

ଦେଶଭକ୍ତି ଚିନ୍ତା

ଆମ ଦେଶରେ ଜାତୀୟତାବାଦର ଅତ୍ୟଧିକ ଚାହିଦା ରହିଛି, ହେଲେ ସବୁବେଳେ ଏଠାରେ ଏହାର ଅଭାବ ଥିବା ମନେହୁଏ। ମୋ ଜୀବନରେ ଅତିବାହିତ ସବୁ ଦଶନ୍ଧିରେ ‘ବନ୍ଦେ ମାତରମ୍‌’କୁ…

ମୁଁ ଗୋଟିଏ ଗାଈ

ହାଁ ହାଁ ବାଇମନ… ରୁହ ରୁହ…! ଶୀର୍ଷକଟିକୁ ପଢ଼ି ଦେଇ ପିଲାବେଳର ରଚନା ଭାବି ଆଖି ବୁଲାଇ ନିଅନ୍ତୁନି! ଯେମିତି ଆପଣଙ୍କର ପିଲାବେଳ ଆଉ ନାହିଁ! ସେମିତି…

ଆମକୁ ଯାହା ଲଜ୍ଜା ନାହିଁ

ଅମ ଓଡ଼ିଶା ଭାଷା, ସାହିତ୍ୟ, ସଂସ୍କୃତି, ଚଳଣି, ଆମ ଖାଦ୍ୟ, ଆମ ବିଚାରଧାରା ସବୁଠି ବର୍ତ୍ତମାନ ଅନୁପ୍ରବେଶର ଉପଦ୍ରବ। ଏସବୁ ଭିତରେ ଊଣା ଅଧିକେ ହଜିବାକୁ ବସିଲାଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri