ଏଇ ଭାରତରେ

ଅସହାୟଙ୍କ ସେବାକୁ ଜୀବନର ବ୍ରତ ଭାବେ ଗ୍ରହଣ କରିଛନ୍ତି ତାମିଲନାଡୁର ମନୀଷା କ୍ରିଷ୍ଣସ୍ବାମୀ। ସେ ରାସ୍ତକଡ଼ରେ ରହୁଥିବା ଅସହାୟଙ୍କୁ ଖାଦ୍ୟ, ଓ୍ୟଷଧ ଯୋଗାଇବା ସହ ଥଇଥାନ କରୁଛନ୍ତି। ମନୀଷା ରହନ୍ତି ତାମିଲନାଡୁର ଏରୋଡ଼ ସହରରେ। ତାଙ୍କ ବାପାଙ୍କର ମାଂସ ଦୋକାନ ରହିଛି। ବହୁ କଷ୍ଟରେ ସେ ନର୍ସିଂରେ ଡିଗ୍ରୀ ହାସଲ କରି ୨୦୧୭ରେ ଏକ ନର୍ସିଂ କଲେଜରେ ଲେକ୍‌ଚର ଭାବେ ଯୋଗ ଦେଇଥିଲେ। କଲେଜ ଯିବା ଆସିବା ସମୟରେ ରାସ୍ତା କଡ଼ରେ ରହୁଥିବା ଲୋକମାନଙ୍କ ସେବା ଆରମ୍ଭ କରିଥିତ୍ଲେ। କଲେଜରୁ ପାଉଥିତ୍ବା ଦରମା ଏଥିରେ ଖର୍ଚ୍ଚ କରୁଥିଲେ। ପରେ ୨୦୧୮ରେ ‘ଜୀବିତମ୍‌ ଫାଉଣ୍ଡେସନ’ ଗଠନ କରି ଏହି ସେବା କରୁଛନ୍ତି। ଏବେ ସୁଦ୍ଧା ମନୀଷା ସହରର ବିଭିନ୍ନ ଜାଗାରୁ ୩୪୦ରୁ ଊର୍ଦ୍ଧ୍ୱ ଅସହାୟଙ୍କୁ ଉଦ୍ଧାର କରି ଥଇଥାନ କରିପାରିଛନ୍ତି ଓ ଅନ୍ୟ ୫୪ ଜଣଙ୍କୁ ରୋଜଗାର ଯୋଗାଇ ଦେଇଛନ୍ତି। ଅସୁସ୍ଥ ହେଲେ ଅସହାୟଙ୍କୁ ମେଡ଼ିକାଲରେ ସମସ୍ତ ଚିକିତ୍ସା ଯୋଗାଇ ଦେବାର ବ୍ୟବସ୍ଥା କରୁଛନ୍ତି। ଏହାସହ ରାସ୍ତାକଡ଼ରେ ରହୁଥିତ୍ବା ଲୋକମାନଙ୍କୁ ସ୍ବାବଲମ୍ବୀ କରିବା ଲାଗି ଭୋକେଶନାଲ ଟ୍ରେନିଂ ଦେବାର ବ୍ୟବସ୍ଥା କରିଛନ୍ତି। ମନୀଷାଙ୍କ ସହ ଏବେ ୧୭ ଜଣ ସ୍ବେଚ୍ଛାସେବୀ ଯୋଗ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜା ଗୁଣେ ପ୍ରଜା

ପ୍ରଜାଙ୍କୁ ପ୍ରଜାମାନେ ଅନୁସରଣ କରିବା ସ୍ବାଭାବିକ କଥା। ରାଜାଙ୍କ ହାବଭାବ, ଚାଲିଚଳନ, କଥାବାର୍ତ୍ତା, ଆଚାର ବ୍ୟବହାର ଏପରି କି ଚିନ୍ତାଦର୍ଶନକୁ ପ୍ରଜାମାନେ ଅନୁସରଣ କରୁଥିଲେ। ତେଣୁ ଲୋକପ୍ରିୟ…

ଗୋଡ଼ ଖସିବ

ଆମେରିକା-ଇସ୍ରାଏଲ ମିଳିତ ଭାବେ ଇରାନ୍‌ ସହିତ ଯୁଦ୍ଧ କରୁଛନ୍ତି। ଇସ୍ରାଏଲ-ହମାସ୍‌ ସଂଘର୍ଷ ପ୍ରାୟ ଅଢ଼େଇ ବର୍ଷ ଧରି ଚାଲିଥିବା ବେଳେ ରୁଷିଆ-ୟୁକ୍ରେନ୍‌ ଯୁଦ୍ଧ ୪ ବର୍ଷ ଅତିକ୍ରମ…

ଆଇନା ଓ ମଇନା

ଆଇନା ସବୁବେଳେ ସତ କହେ! ହୋଇଥିବ ବୋଧେ! ଏକଥା ସତ ବୋଲି ବି ମୋତେ ଲାଗିଲା। ଯଦିଓ ମୁଁ ସବୁବେଳେ ଆଇନା ଦେଖି ମୋ ରୂପ ସଜାଏ।…

ବରିଷ୍ଠ ନାଗରିକଙ୍କୁ ତାଚ୍ଛଲ୍ୟ

ମନୁଷ୍ୟ ସ୍ବାଭାବିକ ଜୀବନଚକ୍ରରେ ନିର୍ଦ୍ଦିଷ୍ଟ ବର୍ଷ ଅତିକ୍ରମ ପରେ ବୃଦ୍ଧାବସ୍ଥା ପ୍ରାପ୍ତହୁଏ । ଅନେକ ମାତାପିତା ବୃଦ୍ଧାବସ୍ଥାରେ ଅବହେଳାର ଶିକାର ହେଉଥିବା ଅନୁଭବକରି ମିଳିତ ଜାତିସଂଘ ସେମାନଙ୍କର…

ଭାଗ୍ୟ ବଳରେ

କଟକସ୍ଥିତ ଶ୍ରୀରାମଚନ୍ଦ୍ର ଭଞ୍ଜ ଭେଷଜ ମହାବିଦ୍ୟାଳୟ ଓ ହସ୍ପିିଟାଲରେ ୧୫ ମାର୍ଚ୍ଚ ବିଳମ୍ବିତ ରାତ୍ରିରେ ଟ୍ରମା କେୟାର ଇଣ୍ଟେନସିଭ୍‌ କେୟାର ୟୁନିଟ (ଆଇସିୟୁ)ରେ ଅଗ୍ନିକାଣ୍ଡ ଘଟି ୧୦…

ମଧ୍ୟପ୍ରାଚ୍ୟ ଯୁଦ୍ଧ

ମଧ୍ୟପ୍ରାଚ୍ୟ ଯୁଦ୍ଧର ତାଣ୍ଡବଲୀଳା ବଢିଚାଲିଛି। ଇରାନ ଉପରେ ଆମେରିକା ଓ ଇସ୍ରାଏଲର ମିଳିତ ଆକ୍ରମଣ ଏବଂ ଇରାନର ଭୀଷଣ ପ୍ରତିଆକ୍ରମଣ ଯୁଦ୍ଧର ବିଭୀଷିକାକୁ ଆହୁରି ଗମ୍ଭୀର କରି…

କୃଷକ ବଜାର ଓ ଆର୍ଥିକ ସୁରକ୍ଷା

ଓଡ଼ିଶା ଦେଶର ଅଷ୍ଟମ ବୃହତ୍ତମ ରାଜ୍ୟ। ପ୍ରଚୁର କଞ୍ଚାମାଲ ଓ ଭିତ୍ତିଭୂମି ଥିବା ସତ୍ତ୍ୱେ ଆବଶ୍ୟକ ଶିଳ୍ପାୟନ ଅଭାବରୁ ଓଡ଼ିଶାରେ ଏବେ ବି ପ୍ରାୟ ୬୦-୭୦ ଭାଗ…

ଲୁଚାଇବା ଅନାବଶ୍ୟକ

ସୁପ୍ରିମକୋର୍ଟ ୧୩ ମାର୍ଚ୍ଚ ୨୦୨୬ରେ ମହିଳାଙ୍କ ଋତୁସ୍ରାବକାଳୀନ ଛୁଟି ସଂକ୍ରାନ୍ତ ଆବେଦନକୁ ଖାରଜ କରିଦେବା ସହ ଦେଇଥିବା ମତକୁ ନେଇ ଚାରିଆଡ଼େ ଚର୍ଚ୍ଚା ଚାଲିଛି। ସର୍ବୋଚ୍ଚ ଅଦାଲତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri