ଏଇ ଭାରତରେ

ଖୁସି ରହିବା ପାଇଁ ପାଠ ପଢ଼ିବାକୁ ହେବ। ଏମିତି କଥା ଶୁଣି ବିଶ୍ୱାସ ହେଉନାହିଁ କି! ହେଲେ ଏବେ ଏମିତି ଏକ ସ୍ବତନ୍ତ୍ର ଧରଣର ପାଠ୍ୟକ୍ରମ ପ୍ରଚଳନ ହୋଇଛି ଆମ ଦେଶର ରାଜଧାନୀ ଦିଲ୍ଲୀରେ। ରାଜ୍ୟର ୧୫ଟି ଜିଲାରେ ପ୍ରଥମେ ଏହି ପାଠ୍ୟକ୍ରମକୁ ଶିକ୍ଷା ବ୍ୟବସ୍ଥାରେ ସାମିଲ କରାଯାଇଛି। ଧୀରେ ଧୀରେ ଏହାକୁ ଅନ୍ୟ ଜିଲାରେ ଲାଗୁ କରାଯିବା ପାଇଁ ନିଷ୍ପତ୍ତି ହୋଇଛି। ତେବେ ଖୁସି ରହିବା ପାଇଁ ପାଠ ଶିଖେଇବାକୁ ଏବେ ସୁଦ୍ଧା ୫ଜଣ ଶିକ୍ଷକଙ୍କୁ ନିଯୁକ୍ତି ବି ମିଳି ସାରିଛି। ପିଲାଙ୍କୁ ଖୁସିରେ ରଖିବା ପାଇଁ ଶିକ୍ଷକମାନେ ବିଭିନ୍ନ ପ୍ରକାରର କାର୍ଯ୍ୟକ୍ରମ କରିବାକୁ ତାଲିମ ପାଇଛନ୍ତି। ଖୁସି ରହିବା ପାଠ (ହାପିନେସ୍‌)ରେ ପିଲାଙ୍କୁ ଖୁସିରେ ରଖିବା ପାଇଁ କ’ଣ ସବୁ କରିବାକୁ ହେବ ସେନେଇ ବୁଝାଇବାକୁ ପଡ଼ିବ। ତେଣୁ ଏହି ପାଠ୍ୟକ୍ରମରେ ବିଶ୍ୱାସ, ସମ୍ମାନ, ସ୍ନେହ ମମତା ଓ ଭଲପାଇବା ଆଦି ବିଭିନ୍ନ ବିଷୟକୁ ସାମିଲ କରାଯାଇଛି। ଏହି ପାଠ୍ୟକ୍ରମ ମାଧ୍ୟମରେ ପିଲାଙ୍କର ସକାରାତ୍ମକ ଭାବନା ବିକାଶ କରିବା ସହିତ ସେମାନଙ୍କର ବିବେକ ବୁଦ୍ଧିକୁ ଜାଗ୍ରତ କରାଯାଇପାରିବ ବୋଲି ବିଶ୍ୱାସ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନୀତିବିହୀନ ନିର୍ଦ୍ଧାରକ

ଭାରତରେ ଖାଦ୍ୟପଦାର୍ଥର ମୂଲ୍ୟ ବୃଦ୍ଧି ଯୋଗୁ ଗତ ଜୁନ୍‌ରେ ଖୁଚୁରା (ରିଟେଲ୍‌) ମୁଦ୍ରାସ୍ଫୀତି ୪.୩୮ ପ୍ରତିଶତରେ ପହଞ୍ଚତ୍ଛି, ଯାହା ମେ’ରେ ଥିଲା ୩.୯୩ ପ୍ରତିଶତ। ରିଜର୍ଭ ବ୍ୟାଙ୍କ…

ସମାଜ ବିଭକ୍ତୀକରଣର ଅନ୍ତୁଡ଼ିଶାଳ

ସ୍ବାଧୀନୋତ୍ତର ଭାରତର ସରକାରମାନେ ଶିକ୍ଷାର ପ୍ରସାର ଦିଗରେ କାମ କରିଚାଲିଛନ୍ତି। ବହୁ ଶିକ୍ଷା କମିଶନ ବସିଛି। ବହୁ ଆଇନ ପ୍ରଣୟନ ହୋଇଛି। ସେଥିମଧ୍ୟରୁ ବିଳମ୍ବରେ ହେଲେ ମଧ୍ୟ…

ଚାଲ ଫେରିବା ଗାଁକୁ

ଗ୍ରାମାଞ୍ଚଳ ଓ ଗ୍ରାମ୍ୟ ଜୀବନ କାହାକୁ ଆକୃଷ୍ଟ ନ କରେ! ମୋ ଜନ୍ମସ୍ଥାନଟି ହେଉଛି ରାଜ୍ୟର ଉପକୂଳବର୍ତ୍ତୀ ବ୍ରାହ୍ମଣୀ ନଦୀକୂଳ ଆଳି ମାଣିକପାଟଣା। ଗଁାଦିନର ସ୍ମୃତି ଅନେକ।…

ଏଇ ଭାରତରେ

ରାସ୍ତାରେ ଭିକ୍ଷାବୃତ୍ତି କରୁଥିବା ପିଲାଙ୍କ ପାଇଁ ଆଶାର ଆଲୋକ ପାଲଟିଛନ୍ତି ଦିଲ୍ଲୀର କୃଷ୍ଣ କୁମାର। ଏଭଳି ପିଲାଙ୍କୁ ସେ ରାସ୍ତାକଡ଼ରେ ପଢ଼ାଉଛନ୍ତି। ସ୍କୁଲ କହିଲେ ଭଲ ଘର…

ମଣିଷ ଦେଖିଲେ ଡର ଲାଗୁଛି

ସାମ୍ପ୍ରତିକ ପରିସ୍ଥିତିକୁ ନେଇ ଏ ନିବନ୍ଧଟି ପ୍ରସ୍ତୁତ କରିବାକୁ ଗଲାବେଳେ ପ୍ରଖ୍ୟାତ ସାହିତି୍ୟକ ମନୋଜ ଦାସଙ୍କ ‘କେତେ ଦିଗନ୍ତ’ ପୁସ୍ତକରୁ ରୋଚକ ପ୍ରସଙ୍ଗଟିଏ ସ୍ମରଣକୁ ଆସୁଛି। କିଛି…

ପୁଅ କୋଉ ବିଜ୍ଞାନ ପଢ଼ିବ

ସୁମୀ ଅତି ସ୍ନେହରେ ପୁଅର ନାଆଁ ରଖିଥିଲା ‘ଶ୍ରୀମୟ’। କିନ୍ତୁ ପୁଅ ବଡ଼ ହେଲା ପରେ ତା’ ସାଙ୍ଗମାନଙ୍କୁ ‘ଶ୍ରୀମୟ’ ନାଆଁଟା ପସନ୍ଦ ହେଲାନି। ସେମାନେ ତାକୁ…

ଦୂରେଇଯାଇଛି ବାଂଲାଦେଶ

ବହିର୍ବ୍ୟାପାର ନୀତି କେବଳ ଜଣେ ବ୍ୟକ୍ତିଙ୍କ ଉପରେ ଆଧାରିତ ହୋଇଗଲେ ତାହା ଦୁର୍ବଳ ଓ ଦୂରଦୃଷ୍ଟିବିହୀନ ହୋଇଥାଏ। କ୍ଷମତାରୁ ବିତାଡ଼ିତ ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନାଙ୍କୁ…

ଏଇ ଭାରତରେ

ଜଳବାୟୁ ପରିବର୍ତ୍ତନ ପ୍ରଭାବ ସମୁଦ୍ରରେ ପରିଲକ୍ଷିତ ହେଲାଣି। ବିଶେଷକରି ସମୁଦ୍ର ଜଳ ପତନ ବୃଦ୍ଧି ହେବା ସହ ଜଳଚର ଜୀବ ପ୍ରଭାବିତ ହେଉଛନ୍ତି। ଏହି କ୍ରମରେ ବହୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri