ଏଇ ଭାରତରେ

କୋଭିଡ୍‌-୧୯ ଦ୍ୱିତୀୟ ଲହର ଭୟାବହତାରେ ବ୍ୟକ୍ତିଗତ ସହାୟତାର ଆବଶ୍ୟକତା ଅନୁଭବ କରିଥିଲେ କୋନୁରର ରାଧିକା ଶାସ୍ତ୍ରୀ। କୋନୁରରେ ରାଧିକାଙ୍କର ଏକ ରେସ୍ତୋରଁା ଅଛି। ତାମିଲନାଡୁ ପଶ୍ଚିମଘାଟ ପର୍ବତମାଳାର ନୀଳଗିର ଅଞ୍ଚଳରେ ଦ୍ୱିତୀୟ ଲହର ଭୟଙ୍କର ସ୍ଥିତି ସୃଷ୍ଟି କରିବାବେଳେ ସ୍ବାସ୍ଥ୍ୟସେବାରେ ଅବ୍ୟବସ୍ଥାକୁ ଲକ୍ଷ୍ୟ କରି ରାଧିକା ଏକ ଅଟୋ ଆମ୍ବୁଲାନ୍ସ ଡିଜାଇନ କରିଥିଲେ। ଏଥିରେ ଏକ ଷ୍ଟ୍ରେଚର ଓ ଦୁଇ ଜଣ ଆଟେଣ୍ଡାଣ୍ଟ ବସିବାକୁ ଦୁଇଟି ସିଟ ବ୍ୟବସ୍ଥା କରାଯାଇଛି। ଏଥିରେ ଫାଷ୍ଟଏଡ୍‌ କିଟ୍‌ ଓ ଅକ୍ସିଜେନ ସିଲିଣ୍ଡର ମଧ୍ୟ ରଖାଯାଉଛି। କୋଭିଡ୍‌ ଦ୍ୱିତୀୟ ଲହର ସମୟରେ ସେ ଏହାକୁ ଆରମ୍ଭ କରିଥିଲେ। ଏବେ ଏମିତିକା ୬ଟି ଅଟୋ ଆମ୍ବୁଲାନ୍ସ କରି ହସ୍ପିଟାଲ ଓ ଏନ୍‌ଜିଓକୁ ଦାନ କରିଛନ୍ତି। ୪୭୦ସିସି ବଜାଜ୍‌ ଅଟୋରେ ଏହା କରାଯାଇଛି। ଏଥିପାଇଁ ରାଧିକା ୨୪ ଲକ୍ଷ ଟଙ୍କା ଖର୍ଚ୍ଚ କରିଛନ୍ତି। କୋଭିଡ୍‌ ରୋଗୀଙ୍କୁ ନେବା ଲାଗି ଚାଳକଙ୍କ ସିଟକୁ ପଛଭାଗରୁ ହାର୍ଡ ବୋର୍ଡ ଦ୍ୱାରା ଅଲଗା ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗରିବ ହୋଇ ରହିବୁ

ଚଳିତ ସପ୍ତାହରେ ଏକ ବିଦେଶୀ ଗଣମାଧ୍ୟମ ମୋର ସାକ୍ଷାତ୍‌କାର ନେଇଥିଲା। ଏହା ଶେଷ ହେବା ପରେ ସାକ୍ଷାତ୍‌କାର ନେଇଥିବା ଖବରଦାତା କହିଥିଲେ, ଭାରତର ସ୍ଥିତି ଏଭଳି ହୋଇଛି…

ଏଇ ଭାରତରେ

ଚେନ୍ନାଇ ପେରୁଙ୍ଗୁଡ଼ିର ସିରାଜ ଖାନ୍‌ ଜଣେ ଶିକ୍ଷୟିତ୍ରୀ। ସେ ତାଙ୍କ କର୍ମମୟ ଜୀବନରୁ ସମୟ ବଞ୍ଚାଇ ମହିଳାମାନଙ୍କୁ ସ୍ବାବଲମ୍ବୀ କରିବାରେ ଲାଗିଛନ୍ତି। ଏହା କୌଣସି ସରକାରୀ ସହଯୋଗରେ…

ଆଧ୍ୟାତ୍ମିକ ପଥେ

ଏବେ ଚାରିଆଡେ ଆଲୋଚନା ହେଉଛି ଯେ, ଆମ ଯୁବଶକ୍ତି ଭୁଲ ଦିଗର ପଥଯାତ୍ରୀ ହେଉଛନ୍ତି, ସ୍ବାଧୀନତା ନଁାରେ ସ୍ବେଚ୍ଛାଚାରିତା ଏବଂ ଅତ୍ୟାଧୁନିକତାକୁ ଆପଣେଇ ନେଉଛନ୍ତି। ଏହି ପରିପ୍ରେକ୍ଷିରେ…

ବ୍ୟକ୍ତିଗତ ସ୍ବାଧୀନତା ଓ ପୋଲିସ କ୍ଷମତା

ଗୋଟିଏ ଗଣତାନ୍ତ୍ରିକ ଏବଂ ଆଇନ ଅନୁଶାସିତ ରାଷ୍ଟ୍ରରେ ପୋଲିସ ବ୍ୟବସ୍ଥା ହେଉଛି ସମାଜର ସୁରକ୍ଷା ଓ ଶୃଙ୍ଖଳାର ମେରୁଦଣ୍ଡ। ଅପରାଧମୁକ୍ତ ସମାଜ ଗଠନ ଏବଂ ସାଧାରଣ ନାଗରିକଙ୍କ…

ୟୁପିରେ ଅଦଳବଦଳ

ନିକଟରେ ଉତ୍ତର ପ୍ରଦେଶ(ୟୁପି)ରେ ବାବୁ ଅଦଳବଦଳ କରାଯାଇଛି। ଯୋଗୀ ଆଦିତ୍ୟନାଥ ସରକାର ରାଜ୍ୟରେ ୨୦୨୪ ବ୍ୟାଚ୍‌ର ୧୮ ଜଣ ଯୁବ ଆଇଏଏସ୍‌ ଅଧିକାରୀଙ୍କୁ ଆସିଷ୍ଟାଣ୍ଟ ମାଜିଷ୍ଟ୍ରେଟରୁ ଜଏଣ୍ଟ…

ଏଇ ଭାରତରେ

ଟ୍ରେନ୍‌ରେ ଏକ ଭ୍ରାମ୍ୟମାଣ ହସ୍ପିଟାଲ ବିଭିନ୍ନ ଷ୍ଟେଶନକୁ ଯାଇ ରୋଗୀଙ୍କ ଚିକିତ୍ସା କରୁଛି। ଏହା ମହାରାଷ୍ଟ୍ରର ଭୁଶାଓ୍ବାଲ ରେଲଓ୍ବେ ଡିଭିଜନର ଚେଷ୍ଟା ଯୋଗୁ ସମ୍ଭବ ହୋଇଛି। ଜାନୁଆରୀ…

ଆଚରଣ-ଉଚ୍ଚାରଣରେ ପ୍ରଭେଦ

ମାନବ ସଭ୍ୟତା ଓ ସଂସ୍କୃତିର ମୂଳଦୁଆ ହେଉଛି ନୈତିକତା, ସହନଶୀଳତା ଏବଂ ସଦ୍‌ଭାବନା। ଏକ ସୁସ୍ଥ ସମାଜ ଗଠନ ପାଇଁ ମଣିଷର କଥା ଓ କାର୍ଯ୍ୟ ମଧ୍ୟରେ…

ଦୋଷ କୁମ୍ଭାରର ନା ମାଟିର

ହଁ ହଁ ସମୁଦୀ। ଇଏ ମୋ ପୁଅ। ଏକୋଇର ବଳା ବିଶିକେଶନ। ଜନମରୁ ଗେହ୍ଲା। ଅଧିକ ସ୍ନେହ ଦେଇ ବଢ଼େଇଛି। ଦିନେ ବି ମୋ ଗାଉଁଲି ଗାଁକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri