ଏଇ ଭାରତରେ

ଆସାମର ଆଇଏଏସ୍‌ ଅଧିତ୍କାରୀ ଲକ୍ଷ୍ମୀପ୍ରିୟା ଏମ.ଏସ୍‌ ପ୍ଲାଷ୍ଟିକ ବୋତଲରେ ପାଇଖାନା ନିର୍ମାଣ କରି ଉଦାହରଣ ସୃଷ୍ଟି କରିଛନ୍ତି। ୫୦୦ ଏବଂ ୧ ଲିଟର ବିଶିଷ୍ଟ ୮,୦୦୦ରୁ ଅଧିକ ଅଦରକାରୀ ପ୍ଲାଷ୍ଟିକ ବୋତଲରେ ଏହି ପାଇଖାନ ନିର୍ମାଣ କରାଯାଇଛି। ବେଙ୍ଗାଇଗାଓଁ ଜିଲାର ଡେପୁଟି କମିଶନର ତଥା ୨୦୧୪ ବ୍ୟାଚ୍‌ ଆଇଏଏସ ଅଧିତ୍କାରୀ ଲକ୍ଷ୍ମୀପ୍ରିୟା ପବ୍ଲିକ ହେଲ୍‌ଥ ଇଞ୍ଜିନିୟରିଂ ଡିପାର୍ଟମେଣ୍ଟ (ପିଏଚ୍‌ଇଡି)ର ଏକ୍‌ଜିକ୍ୟୁଟିଭ ଇଞ୍ଜିନିୟରଙ୍କ ସହଯୋଗରେ ଏହା ନିର୍ମାଣ କରିଛନ୍ତି। ୧୭ ଫୁଟ ଲମ୍ବା ଓ ୯ ଫୁଟ ଚଉଡ଼ାରେ ନିର୍ମିତ ପାଇଖାନାର କାନ୍ଥ ଏବଂ ସିଲିଂ ପ୍ଲାଷ୍ଟିକ ବୋତଲରେ ଗଢ଼ାହୋଇଛି। ପାଇଖାନାକୁ ଦୁଇଭାଗରେ ବିଭକ୍ତ କରାଯାଇ ପୁରୁଷ ଓ ମହିଳାଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା ରଖାଯାଇଛି। ବାଲି, ସିମେଣ୍ଟ, ପୁଟି ଏବଂ ମୋର୍ଟାର ଭର୍ତ୍ତି ବୋତଲଗୁଡ଼ିକ ଟାଣହେବା ପରେ ଇଟାର ବିକଳ୍ପ ଭାବେ ବ୍ୟବହାର କରାଯାଇଛି। ୧୦ଫୁଟରେ ୮ଫୁଟର ଏକ ପାଇଖାନା ନିର୍ମାଣ କରିବା ପାଇଁ ୪ ହଜାର ପ୍ଲାଷ୍ଟିକ ବୋତଲ ଆବଶ୍ୟକ ଓ ଏମିତି ଏକ ପାଇଖାନା କରିବା ପାଇଁ ଦେଢ଼ରୁ ଦୁଇ ମାସ ସମୟ ଲାଗିବ ବୋଲି କହିଛନ୍ତି ଲକ୍ଷ୍ମୀପ୍ର୍ରିୟା।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଆନ୍ଧ୍ରପ୍ରଦେଶ ଏନ୍‌ଟିଆର୍‌ ଜିଲାର ଜି. ଶ୍ରୀନିବାସ ରେଡ୍ଡୀ ଏକ ନୂଆ କ୍ୟୁଆର୍‌ କୋଡ୍‌ ତିଆରି କରିଛନ୍ତି। କେହି ଯାତ୍ରା କରୁଥିବା ସମୟରେ ଏହି କ୍ୟୁଆର୍‌ ସ୍କାନ୍‌ କଲେ…

ସ୍ବାଧୀନତାର ମଣିଷ

ହାଯାଏ, ମଣିଷକୁ ସ୍ବାଧୀନତା ଦିଆଯାଇଛି। ମଣିଷ ସ୍ବାଧୀନ। ପୁଣି ସେହି ସ୍ବାଧୀନତାର ମର୍ମ ଉପଲବ୍ଧି କରି ସେ କର୍ମ ସମ୍ପାଦନ କଲେ ତା’ର ଜୀବନ ଠିକ୍‌ ବାଟରେ…

ଜନ ଆନ୍ଦୋଳନକୁ ଜନାର୍ଦ୍ଦନ ସାହା

ପଜିଲାପାଳଙ୍କ ଜନଶୁଣାଣିକୁ ନାପସନ୍ଦ କଲେ ଦେବଗଡ଼ ବାରକୋଟ ପଞ୍ଚାୟତବାସୀ, କାର୍ଯ୍ୟାଳୟରେ ତାଲା ପକେଇଲେ। ଦେଢ଼ କିଲୋମିଟର ରାସ୍ତା ଧୂଳି ଉଡିବାରେ ଜୀବନଯାତ୍ରା ବେହାଲ ହେବାରୁ ଅଭିଯାନ ଆରମ୍ଭ…

ଭାରତ କ’ଣ ପାଇଲା

ଜୁନ୍‌ ୧୭ରେ ଏକ ଖବର ପ୍ରକାଶ ପାଇଥିଲା, ଆମେରିକା ଇଣ୍ଡୋ-ପାସିଫିକ କମାଣ୍ଡର ନାମ ବଦଳାଇ ପୁଣିଥରେ ‘ପାସିଫିକ କମାଣ୍ଡ’ କରିଦେଇଛି। କଶ୍ମୀରର ଏକ ଭୁଲ୍‌ ମାନଚିତ୍ର ସହିତ…

ଝାଡୁ ଓ କଲମ

ତାକୁ ଗୋଟେ କୋଣକୁ କିଆଁ ଫୋପାଡ଼ିଦେଲ? ସିଏ ତୁମ ଘରଦ୍ୱାର ସଫା କରିଦେଲା। ତୁମ ଘର ସଫା ରହିଲାରୁ ଲକ୍ଷ୍ମୀ ବିଜେ କଲେ। ଧନଧାନ୍ୟରେ ଘର ପୂରିଉଠିଲା।…

ଦୁଇ ବର୍ଷର ଅବିସ୍ମରଣୀୟ ବିକାଶ ଯାତ୍ରା

ଆଜି ଦିନଟି ଆଧୁନିକ ଓଡ଼ିଶାର ରାଜନୈତିକ ଚିତ୍ରପଟରେ ସବୁଦିନ ପାଇଁ ସ୍ବର୍ଣ୍ଣାକ୍ଷରରେ ଲିପିବଦ୍ଧ ହୋଇ ରହିବ। ବୋଧହୁଏ, ଆଜି ପର୍ଯ୍ୟନ୍ତ କୌଣସି ରାଜ୍ୟର ସଫଳତା ପାଳନ କରିବା…

ସ୍ମାର୍ଟ କୂଟନୀତି

ସମ୍ପ୍ରତି ଭାରତୀୟ ବୈଦେଶିକ ସେବା (ଆଇଏଫ୍‌ଏସ୍‌)କୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମାଲୋଚନା ହେଉଛି ଏକ ନିରାଶାର ଅଭିବ୍ୟକ୍ତି। ଏଥିରୁ ଏକ ସ୍ପଷ୍ଟ ସତର୍କ ବାର୍ତ୍ତା ମିଳେ…

ଏଇ ଭାରତରେ

ଚାଇନା ବିଶ୍ୱରେ ଏକ ପ୍ରମୁଖ କାଗଜ ଉତ୍ପାଦନ କେନ୍ଦ୍ର ହେବାର ବହୁ ପୂର୍ବରୁ ଭାରତର ଏକ ଛୋଟ ଗାଁର ହାତତିଆରି କାଗଜର ଆଦୃତି ରହିଥିଲା ଏବଂ ପୂର୍ବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri