ଏଇ ଭାରତରେ

ଆସାମର ଆଇଏଏସ୍‌ ଅଧିତ୍କାରୀ ଲକ୍ଷ୍ମୀପ୍ରିୟା ଏମ.ଏସ୍‌ ପ୍ଲାଷ୍ଟିକ ବୋତଲରେ ପାଇଖାନା ନିର୍ମାଣ କରି ଉଦାହରଣ ସୃଷ୍ଟି କରିଛନ୍ତି। ୫୦୦ ଏବଂ ୧ ଲିଟର ବିଶିଷ୍ଟ ୮,୦୦୦ରୁ ଅଧିକ ଅଦରକାରୀ ପ୍ଲାଷ୍ଟିକ ବୋତଲରେ ଏହି ପାଇଖାନ ନିର୍ମାଣ କରାଯାଇଛି। ବେଙ୍ଗାଇଗାଓଁ ଜିଲାର ଡେପୁଟି କମିଶନର ତଥା ୨୦୧୪ ବ୍ୟାଚ୍‌ ଆଇଏଏସ ଅଧିତ୍କାରୀ ଲକ୍ଷ୍ମୀପ୍ରିୟା ପବ୍ଲିକ ହେଲ୍‌ଥ ଇଞ୍ଜିନିୟରିଂ ଡିପାର୍ଟମେଣ୍ଟ (ପିଏଚ୍‌ଇଡି)ର ଏକ୍‌ଜିକ୍ୟୁଟିଭ ଇଞ୍ଜିନିୟରଙ୍କ ସହଯୋଗରେ ଏହା ନିର୍ମାଣ କରିଛନ୍ତି। ୧୭ ଫୁଟ ଲମ୍ବା ଓ ୯ ଫୁଟ ଚଉଡ଼ାରେ ନିର୍ମିତ ପାଇଖାନାର କାନ୍ଥ ଏବଂ ସିଲିଂ ପ୍ଲାଷ୍ଟିକ ବୋତଲରେ ଗଢ଼ାହୋଇଛି। ପାଇଖାନାକୁ ଦୁଇଭାଗରେ ବିଭକ୍ତ କରାଯାଇ ପୁରୁଷ ଓ ମହିଳାଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା ରଖାଯାଇଛି। ବାଲି, ସିମେଣ୍ଟ, ପୁଟି ଏବଂ ମୋର୍ଟାର ଭର୍ତ୍ତି ବୋତଲଗୁଡ଼ିକ ଟାଣହେବା ପରେ ଇଟାର ବିକଳ୍ପ ଭାବେ ବ୍ୟବହାର କରାଯାଇଛି। ୧୦ଫୁଟରେ ୮ଫୁଟର ଏକ ପାଇଖାନା ନିର୍ମାଣ କରିବା ପାଇଁ ୪ ହଜାର ପ୍ଲାଷ୍ଟିକ ବୋତଲ ଆବଶ୍ୟକ ଓ ଏମିତି ଏକ ପାଇଖାନା କରିବା ପାଇଁ ଦେଢ଼ରୁ ଦୁଇ ମାସ ସମୟ ଲାଗିବ ବୋଲି କହିଛନ୍ତି ଲକ୍ଷ୍ମୀପ୍ର୍ରିୟା।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ମହାରାଷ୍ଟ୍ରର ହରିଶ୍ଚନ୍ଦ୍ର ସୁଦେ ଦିବ୍ୟାଙ୍ଗମାନଙ୍କୁ ଆତ୍ମନିର୍ଭରଶୀଳ କରାଇ ସେମାନଙ୍କ ପାଇଁ ଦେବଦୂତ ସାଜିଛନ୍ତି। ହରିଶ୍ଚନ୍ଦ୍ର ପିଲାଦିନେ ଗୋଟିଏ ଆଖି ହରାଇବା ପରେ ବହୁ ପ୍ରତିକୂଳ ପରିସ୍ଥିତିକୁ...

ସ୍ତମ୍ଭର ମହତ୍ତ୍ୱ

ଉପେନ୍ଦ୍ର ବିଶ୍ୱାଳ   ଶ୍ରୀଅରବିନ୍ଦଙ୍କ ଭାଷାରେ-‘ସାହିତ୍ୟ ହେଉଛି ଜୀବନ୍ତ ମନେହେଉଥିବା ଶବ୍ଦଚିତ୍ର।’ ପ୍ରଖ୍ୟାତ ବ୍ରିଟିଶ୍‌ ଲେଖିକା ଶେଲି କୁହନ୍ତି, ‘ସାହିତ୍ୟ ହେଉଛି ସତ୍ୟର ପ୍ରତିଫଳନ ।’...

ବୁଝ ନ ବୁଝ…

ରାକେଶ ପଣ୍ଡା   ସାଧାରଣତଃ ଯଦି ଜଣେ ବ୍ୟକ୍ତି ନୀତି ଓ ନିୟମ ବାହାରେ କାର୍ଯ୍ୟ କରନ୍ତି, ତେବେ ସମାଜରେ ବିଶୃଙ୍ଖଳା ଏବଂ ଅରାଜକତା ସୃଷ୍ଟି...

ଆଧୁନିକ ଯୁଗର ଧାର୍ମିକ ନେତା

ପାଶ୍ଚାତ୍ୟ ନେତୃତ୍ୱର ଢାଞ୍ଚାଗୁଡ଼ିକ ହେଉଛି ସାମରିକ ଶକ୍ତି କୈନ୍ଦ୍ରିକ। ଏଗୁଡ଼ିକ ମୁଖ୍ୟତଃ ନିର୍ଦ୍ଦେଶ ଏବଂ ନିୟନ୍ତ୍ରଣଭିତ୍ତିକ। ପାଶ୍ଚାତ୍ୟ ନେତୃତ୍ୱ କାର୍ଯ୍ୟ ଉପରେ ଗୁରୁତ୍ୱ ଦିଏ ଓ...

ଏଇ ଭାରତରେ

ସମୟ କ୍ରମେ ମଣିଷର ଖାଦ୍ୟ ରୁଚି ବଦଳୁଛି। ସେଫ୍‌ମାନେ ନୂଆ ପ୍ରକାରର ତଥା ସ୍ବାଦର ଖାଦ୍ୟ ସାମ୍ନାକୁ ଆଣୁଛନ୍ତି। ସେଥି ମଧ୍ୟରୁ ଏବେ ମୋମୋ ବେଶ୍‌...

ଦିବ୍ୟାଙ୍ଗ ଓ ନିଯୁକ୍ତି

ମିନତି ପ୍ରଧାନ ଗତ କେଇ ଦଶନ୍ଧି ତଳେ ଦିବ୍ୟାଙ୍ଗଙ୍କୁ କେବଳ ଛୋଟମୋଟ ବ୍ୟବସାୟ କରିବାକୁ ସୁଯୋଗ ମିଳୁଥିଲା। ମାତ୍ର ଅନ୍ତଃରାଷ୍ଟ୍ରୀୟ ଓ ରାଷ୍ଟ୍ରୀୟ ସଂସ୍ଥା, ଏନ୍‌ଜିଓ...

ଉତ୍ତର ପିଢ଼ିର ବ୍ୟାଘ୍ରାରୋହଣ

ଛାୟାକାନ୍ତ ଷଡ଼ଙ୍ଗୀ ଗୋଦାବରୀଶ ମହାପାତ୍ରଙ୍କ କ୍ଷୁଦ୍ରଗଳ୍ପ ‘ଏବେ ବି ବଞ୍ଚତ୍ଛି’ର ଦୁର୍ଭିକ୍ଷ ପ୍ରପୀଡ଼ିତ ନାୟକ ବେଣୁଧର ସରକାରୀ ସାହାଯ୍ୟ କେନ୍ଦ୍ରକୁ ଚାଉଳ ଆଣିବା ପାଇଁ ଯାଇଛି...

ସଙ୍କଟରେ ନ୍ୟାୟାଳୟ

ନ୍ୟାୟପାଳିକା ଗଣତାନ୍ତ୍ରିକ ବ୍ୟବସ୍ଥାର ଏକ ଗୁରୁତ୍ୱପୂର୍ଣ୍ଣ ଅଙ୍ଗ। ଏହା ନାଗରିକଙ୍କ ସ୍ବାର୍ଥରକ୍ଷା ନିଶ୍ଚିତ କରେ। ଭାରତର ନ୍ୟାୟିକ ବ୍ୟବସ୍ଥା ସୁବ୍ୟସ୍ଥିତ ଓ ଏହାର ଶୀର୍ଷରେ ରହିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri