ଦାରିଦ୍ର୍ୟର ସ୍ପଷ୍ଟ ଚିତ୍ର ଯେ କୌଣସି ଛକ ରାସ୍ତାରେ ଦେଖିବାକୁ ମିଳେ। ଛୋଟ ପିଲାମାନେ ଭିକ୍ଷା ବୃତ୍ତିରେ ନିୟୋଜିତ ଏହାର ଜ୍ୱଳନ୍ତ ଦୃଷ୍ଟାନ୍ତ। ଅନେକେ ସେମାନଙ୍କୁ ଭିକ୍ଷା ଦେଇ ଚାଲିଯାଉଥିବାବେଳେ ଗୁଜରାଟର ଏକ ଦମ୍ପତି କିଛି ଭିନ୍ନ ଚିନ୍ତା କରିଛନ୍ତି। ଜୟନ୍ତୀ ଏବଂ ଅରୁଣ ରାଜ୍ୟର ବିଭିନ୍ନ ସ୍ଥାନରୁ ଭିକ୍ଷାବୃତ୍ତି କରୁଥିବା ପିଲାମାନଙ୍କୁ ଉଦ୍ଧାର କରି ଶିକ୍ଷାର ମୁଖ୍ୟ ସ୍ରୋତରେ ସାମିଲ କରିବା ସହ ଏକ ସୁନ୍ଦର ଭବିଷ୍ୟତ ଗଢ଼ିବାରେ ଆପ୍ରାଣ ପ୍ରୟାସ ଜାରି ରଖିଛନ୍ତି। ସେମାନେ ଚାକିରିରୁ ଅବସର ନେବା ପରେ ନୁଗାର ଗାଁରେ ୧୫ ବର୍ଷ ଧରି ସେ ଏହି କାର୍ଯ୍ୟ କରିଆସୁଛନ୍ତି। ଗୁଜରାଟର ମେହେସାନ ଜିଲାର ଏକ ରାସ୍ତାରେ ଜଣେ ଶିଶୁ ତାଙ୍କୁ ଭିକ୍ଷା ମାଗୁଥିବା ଦେଖିବା ପରେ ଏହି ଅଭିଯାନ ଆରମ୍ଭ କରିବାକୁ ନିଷ୍ପତ୍ତି ନେଇଥିଲେ। ଏବେ ତାଙ୍କ ଶିକ୍ଷା ଧାରାରେ ୪୯୭ ପିଲା ସାମିଲ ହୋଇସାରିଛନ୍ତି ଓ ସେମାନଙ୍କ ମଧ୍ୟରୁ ୩୦ ପିଲା ଚାକିରି ପାଇଛନ୍ତି। ଅନେକେ ଛୋଟମୋଟ ବ୍ୟବସାୟ କରି ରୋଜଗାର କରୁଛନ୍ତି। ଅନୁଦାନ ଅର୍ଥରେ ସେମାନେ ଏହି ଅଭିଯାନ ଚଳାଇଛନ୍ତି ଓ ପିଲାମାନଙ୍କ ସକାଶେ ବର୍ଷକୁ ପାଖାପାଖି ୨୦ ଲକ୍ଷ ଟଙ୍କା ଖର୍ଚ୍ଚ କରୁଛନ୍ତି। କେବଳ ଏତିକି ନୁହେଁ, ସେମାନେ ନୁଗାର ଗାଁର ୧୫ କି.ମି. ପରିଧିରେ କାର୍ରେ ଯାଇ ଲୋକଙ୍କଠାରୁ ବଳକା ଖାଦ୍ୟ ସଂଗ୍ରହ କରି ୫୦୦ରୁ ୩,୦୦୦ ଭୋକିଲାଙ୍କୁ ଖାଦ୍ୟ ଯୋଗାଉଛନ୍ତି। ବାସନ ଧୋଇବାଠାରୁ ଆରମ୍ଭ କରି ପ୍ୟାକ୍ କରିବା ସହ ଗରିବ ଲୋକଙ୍କ ନିକଟରେ ପହଞ୍ଚାଉଛନ୍ତି।
ଏଇ ଭାରତରେ
ରାଜସ୍ଥାନର କୋଲିଆ ଗାଁର ଗୁପ୍ତା ପରିବାରର ପ୍ରୟାସରେ ଅନେକ ହଜାର ମହିଳା ସଶକ୍ତହେବା ସହ ରୋଜଗାରକ୍ଷମ ହୋଇପାରିଛନ୍ତି। ୨୦୧୫ରେ ଏକ କୌଶଳ ବିକାଶ କେନ୍ଦ୍ର ଖୋଲି...
ଉତ୍ସବ ଓ ଭାଷଣ
ଗୋଟିଏ ବର୍ଷ ସରୁଛି, ଆଉ ଗୋଟିଏ ଆସୁଛି। ଏଇ ଗମନାଗମନ ବେଳରେ ସାରା ରାଇଜ ଉତ୍ସବମୁଖର ହୋଇଉଠିଛି। ଶିକ୍ଷା ଅନୁଷ୍ଠାନରେ ଚାଲିଛି କ୍ରୀଡ଼ା ଉତ୍ସବ, ପୁରସ୍କାର...
ପେନ୍ସନ୍ଭୋଗୀଙ୍କ ଆଶଙ୍କା
ଏବେ ସାମାଜିକ ଗଣମାଧ୍ୟମରେ ଗୋଟିଏ ବାର୍ତ୍ତା ପ୍ରଚାରିତ ହେଉଛି ଯେ ଆଗାମୀ ଅଷ୍ଟମ ଦରମା ଆୟୁକ୍ତଙ୍କ ସୁପାରିସରେ ପେନ୍ସନଭୋଗୀଙ୍କ ପେନ୍ସନ୍ ପରିମାଣ ପୁନଃ ନିର୍ଦ୍ଧାରିତ ହେବନାହିଁ।...
ନୀରବ ଘାତକ
ବାୟୁ ପ୍ରଦୂଷଣ କୋଭିଡ୍ ପରବର୍ତ୍ତୀ କାଳରେ ଭାରତର ସବୁଠାରୁ ଗମ୍ଭୀର ଜନସ୍ବାସ୍ଥ୍ୟ ସଙ୍କଟ ବୋଲି ଜଣାପଡ଼ିଛି। ଚିକିତ୍ସା ବିଶେଷଜ୍ଞମାନେ ସତର୍କ କରାଇଛନ୍ତି ଯେ, ଜରୁରୀ ଓ...
ଏଇ ଭାରତରେ
ତ୍ରିପୁରା ସେପାହିଜାଲା ଜିଲାରେ ଅତ୍ୟଧିକ ବାଲ୍ୟବିବାହ ହୋଇଥାଏ। ଏବେ କିନ୍ତୁ ତାହା ବହୁ ପରିମାଣରେ କମିଯାଇଛି। ସେପାହିଜାଲା ଜିଲାପାଳ ସିଦ୍ଧାର୍ଥ ଜୟସ୍ବାଲଙ୍କ ଦ୍ୱାରା ଏହା ସମ୍ଭବ...
ସତରେ ଆମେ କ’ଣ ମଣିଷ
ତପଡ଼ାରୁ ପୁରୀ ଫେରିବା ବାଟରେ ଏକ ଅଜବ ତଥା ଭାରାକ୍ରାନ୍ତ ଅନୁଭୂତି ନେଇ ଘରକୁ ଫେରିଲି। ବିଶେଷକରି ସାତପଡ଼ାରୁ ବ୍ରହ୍ମଗିରି ମୁଖ୍ୟ ରାସ୍ତାରେ ପଲପଲ ଗାଈ,...
ଭାରତର ସାଗରକେନ୍ଦ୍ର
ସାମଗ୍ରିକ ଭାବେ ମହାକାଶ ଏବଂ ବିଶେଷକରି ଚନ୍ଦ୍ର ଓ ମଙ୍ଗଳ ଉପରେ ବିଗତ ବର୍ଷ ବର୍ଷ ଧରି ଚାଲିଛି ବିବିଧ ଗବେଷଣା। ଏବେ ସେଠାରେ ନିୟମିତ...
ଓଟ ଉପରେ ବରଫ
ଓଟକୁ ମରୁଭୂମିର ଜାହାଜ ବୋଲି କୁହାଯାଏ। ବିସ୍ତୀର୍ଣ୍ଣ ବାଲୁକା ଉପରେ ଏହି ପ୍ରାଣୀ ମାଇଲ ମାଇଲ ଯାଉଥିବାର ଦୃଶ୍ୟ ଆଖିରେ ଯେଉଁମାନେ ଦେଖି ନ ଥିବେ...
Archives


