ଏଇ ଭାରତରେ

ଜଣେ ମହିଳାଙ୍କ ବର୍ଜ୍ୟମୁକ୍ତ ଅଭିଯାନରେ ଗୋଟିଏ ସହରର ୪୦ ପ୍ରତିଶତ ଲୋକ ସାମିଲ ହେବା କିଛି କମ୍‌ କଥା ନୁହେଁ। ମହାରାଷ୍ଟ୍ରର ମହାଡା ସହରର ମମତା ମେହେଟାଙ୍କ ଦ୍ୱାରା ଏହା ସମ୍ଭବ ହୋଇଛି। ମମତା ୧୯୯୫ରେ କୋଙ୍କଣ ଏଜୁକେଶନ ସୋସାଇଟିରେ ଶିକ୍ଷକ ଭାବେ କାର୍ଯ୍ୟ କରୁଥିଲେ। ୨୦୦୮ରେ ଚାକିରି ଛାଡ଼ି ସହରକୁ ସମ୍ପୂର୍ଣ୍ଣ ବର୍ଜ୍ୟମୁକ୍ତ କରିବା ପାଇଁ ଅଭିଯାନ ଆରମ୍ଭକରି ପ୍ଲାଷ୍ଟିକ ବର୍ଜ୍ୟ ସଂଗ୍ରହ ଆରମ୍ଭ କରିଥିଲେ। ଧୀରେ ଧୀରେ ଲୋକମାନେ ତାଙ୍କ ସହ ଯୋଡ଼ିହେଲେ ।
ବର୍ତ୍ତମାନ ୧ ଲକ୍ଷ ଜନସଂଖ୍ୟା ବିଶିଷ୍ଟ ମାହାଡା ସହରର ପ୍ରାୟ ୪୦ ହଜାର ଲୋକ ଏହି ଅଭିଜାନକୁ ଆଗକୁ ବଢ଼ାଇଛନ୍ତି। ମାସକୁ ପାଖାପାଖି ୧ ଟନ୍‌ ପ୍ଲାଷ୍ଟିକ୍‌ ବର୍ଜ୍ୟ ସଂଗ୍ରହ କରାଯାଉଛି। ମମତାଙ୍କ ସ୍ବାମୀ ଓ ଝିଅ ପେସାରେ ଆଇନଜୀବୀ ଏବଂ ସେମାନେ ଏହି କାର୍ଯ୍ୟରେ ତାଙ୍କୁ ସମ୍ପୂର୍ଣ୍ଣ ସହଯୋଗ କରୁଛନ୍ତି। ସ୍ବତନ୍ତ୍ର ଗାଡ଼ିରେ ବର୍ଜ୍ୟ ସଂଗ୍ରହ କରାଯାଇ ଠୁଳ କରାଯିବା ପରେ ପୁଣେସ୍ଥିତ ଏକ ରିସାଇକ୍ଲିଂ କେନ୍ଦ୍ରକୁ ପଠାଯାଉଛି। ୨୦୧୪ରେ ଦେଶରେ ସ୍ବଚ୍ଛତା ଅଭିଯାନ ପୂର୍ବରୁ ମମତା ଏହା ଆରମ୍ଭ କରିଥିଲେ। କେବଳ ଏତିକି ନୁହେଁ ପ୍ଲାଷ୍ଟିକ୍‌ ବର୍ଜ୍ୟକୁ ଛାଡ଼ିଦେଲେ ସଂଗୃହୀତ ଅନ୍ୟ ବର୍ଜ୍ୟରେ ଖତ ତିଆରି କରାଯାଉଛି। ମମତା ଖତ ପ୍ରସ୍ତୁତି ସମ୍ପର୍କରେ ଲୋକମାନଙ୍କୁ ପ୍ରଶିକ୍ଷଣ ଦେବାର ବ୍ୟବସ୍ଥା ମଧ୍ୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁର ମିତ୍ର ଓ ଶାନ୍ତିର ସନ୍‌ମାର୍ଗ

ଆଧୁନିକ ଆମେରିକାର ଜନକ ବୋଲି କୁହାଯାଉଥିବା ବିଶିଷ୍ଟ ଲେଖକ, ଦାର୍ଶନିକ, ବୈଜ୍ଞାନିକ ତଥା ରାଷ୍ଟ୍ରନୀତିଜ୍ଞ ବେଞ୍ଜାମିନ ଫ୍ରାଙ୍କ୍‌ଲିନ କହୁଥିଲେ- ”ଦୁନିଆରେ କିଏ କେଉଁଠି କେବେ ଗୋଟେ ଭଲ…

ମହାତ୍ମା ଜ୍ୟୋତିରାଓ ଫୁଲେ: ଭାରତର ମାର୍ଗଦର୍ଶନ କରୁଥିବା ଏକ ଆଲୋକବର୍ତ୍ତିକା

ଆଜି ୧୧ ଏପ୍ରିଲ। ଆମ ସମସ୍ତଙ୍କ ପାଇଁ ଅତି ସ୍ବତନ୍ତ୍ର ଦିନ। ଆଜି ହେଉଛି ଭାରତର ମହାନ୍‌ ସମାଜ ସଂସ୍କାରକ ତଥା ଅନେକ ପିଢ଼ି ପାଇଁ ମାର୍ଗଦର୍ଶକ…

ଅଧିକାରୀ ଅଭାବ

ମଧ୍ୟପ୍ରଦେଶରେ ଅନୁମୋଦିତ ସଂଖ୍ୟା ତୁଳନାରେ ୧୫୦ରୁ ଅଧିକ ଆଇଏଏସ୍‌ ଅଧିକାରୀଙ୍କ ଅଭାବ ରହିଛି। ଏହା ଏକ ସାମାନ୍ୟ ବ୍ୟବଧାନ ନୁହେଁ ବରଂ ଏକ ବ୍ୟବସ୍ଥାଗତ ଅଭାବକୁ ଇଙ୍ଗିତ…

ଏଇ ଭାରତରେ

ପଶ୍ଚିମବଙ୍ଗ ସୁନ୍ଦରବନର ବହୁ ଅଞ୍ଚଳର ଜମିକୁ ଲୁଣାପାଣି ଚାଷ ଅନୁପଯୋଗୀ କରିଦେଇଥିଲା। ହେଲେ ଏବେ ସେଠାରେ ୧୫୦୦ କୃଷକ ସେହି ଜମିରେ ୧୯୨ କିସମର ଧାନ ଚାଷକରି…

ରାତ୍ରିଭୋଜନ ଓ ସଂଘର୍ଷ

ମ୍ପ୍ରତିକ ପରିସ୍ଥିତିରେ ଅନେକ ସମୟରେ ଦେଖାଯାଏ ରାତ୍ରିଭୋଜନ ଟେବୁଲଗୁଡ଼ିକ ପ୍ରାୟତଃ ଅଭିଭାବକଙ୍କ ଅପ୍ରତ୍ୟାଶିତ ଶ୍ରେଣୀଗୃହ ହୋଇଯାଏ। ପ୍ରାୟତଃ ପରିବାରରେ ଥିବା ପିଲାଟିର ଦିନସାରାର କାର୍ଯ୍ୟ ମୂଲ୍ୟାୟନ ମାତାପିତାମାନେ…

ଆଗ ଗଛ

ବର୍ତ୍ତମାନ ସମୟର ଇଏ ସବୁଠାରୁ ବଡ଼ ଆହ୍ବାନ। ଆମେ ସବୁ କାମକୁ ପଛରେ ପକାଇ ଆଗ ଗଛ ଲଗାଇବା ଉପରେ ପ୍ରାଧାନ୍ୟ ଦେବା। ଗଛ ଲଗାଇବା, ତା’ର…

ସଙ୍କଟରୁ ପରିବର୍ତ୍ତନର ଆଶା

ଆମେ ଏବେ ଏକ ନିରର୍ଥକ ଯନ୍ତ୍ରଣା ଏବଂ ଆସନ୍ନ ବିନାଶର ପୃଥିବୀରେ ବାସ କରୁଛୁ। ଏଠାରେ ନୈତିକ ବିକାଶ ଧାରଣା ମୂଲ୍ୟହୀନ ହୋଇଯାଇଥିବା ମନେହେଉଛି। ସମସାମୟିକ ସମାଜ…

ଆଦ୍ୟ ମନ୍ଦିର

ଭାରତୀୟ ପରମ୍ପରାରେ ଗଛର ଭୂମିକା ରହିଛି। ବିଭିନ୍ନ ଦେବଦେବୀଙ୍କୁ ନେଇ ପାଳନ କରାଯାଉଥିବା ପର୍ୱ ସହ ଗଛର ସମ୍ପର୍କ ଅଛି। ବିଶେଷକରି ନବରାତ୍ରି, ଗୌରୀପୂଜା ଓ ତେଜ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri