ଏଇ ଭାରତରେ

ଅନେକ ସମୟରେ କିଛି ଘଟଣା ଜଣଙ୍କ ଜୀବନରେ ଏକ ବିରାଟ ପରିବର୍ତ୍ତନ ଆଣେ, ଯାହା ଘଟିଛି ଡ.ସୁନୀଲ କୁମାରଙ୍କ କ୍ଷେତ୍ରରେ। କ୍ୟାନ୍‌ସରରେ ତାଙ୍କ ମା’ଙ୍କ ମୃତ୍ୟୁ ହେବା ପରେ ସେ ଅସହାୟ କ୍ୟାନ୍‌ସର ରୋଗୀଙ୍କୁ ମାଗଣାରେ ଚିକିତ୍ସା କରୁଛନ୍ତି। ଏବେ ସୁଦ୍ଧା ସେ ୧୦୦୦ରୁ ଊର୍ଦ୍ଧ୍ୱ ରୋଗୀଙ୍କ ଚିକିତ୍ସା କରି ସାରିଲେଣି। ୨୦୧୩ରେ ବିହାରରେ ଚନ୍ଦ୍ରକାନ୍ତି ଦେବୀ କ୍ୟାନ୍‌ସର ଫାଉଣ୍ଡେଶନ ପ୍ରତିଷ୍ଠା କରି ସେଠାରେ ଅସହାୟ ରୋଗୀମାନଙ୍କୁ ଚିକିତ୍ସା ସହାୟତା ଯୋଗାଇ ଦେଉଛନ୍ତି। ଡ.ସୁନୀଲ ଦିଲ୍ଲୀ ଏମ୍ସରେ ଚାକିରି କରିଛନ୍ତି। ତାଙ୍କ ବୟସ ଏବେ ୪୪। କ୍ୟାନ୍‌ସର ଡାଇଗ୍ନୋସିସ୍‌ କରିବା ପାଇଁ ପ୍ରତି ମାସର ପ୍ରଥମ ଶନିବାର ସେ ଦିଲ୍ଲୀରୁ ବିହାରର ଡେହେରିକୁ ଆସୁଛନ୍ତି । ଏହି କାର୍ଯ୍ୟରେ ସଂସ୍ଥାର ସ୍ବେଚ୍ଛାସେବୀ ଓ ଡାକ୍ତରମାନେ ସହଯୋଗ କରୁଛନ୍ତି। ଚିକିତ୍ସା ଖର୍ଚ୍ଚ ତୁଲାଇବା କଷ୍ଟକର ହେଉଥିତ୍ଲେ ମଧ୍ୟ ସେ ବିଭିନ୍ନ ଉତ୍ସରୁ ମିଳୁଥିବା ଆର୍ଥିକ ଅନୁଦାନରେ ଏହାକୁ ଆଗକୁ ବଢ଼ାଉଛନ୍ତି। ତାଙ୍କ ସଂସ୍ଥା ମଧ୍ୟ ସ୍ବାସ୍ଥ୍ୟ ଶିବିର ଆୟୋଜନ କରି କ୍ୟାନ୍‌ସର ଉପରେ ଲୋକମାନଙ୍କୁ ସଚେତନ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଟିଳ ପ୍ରକ୍ରିୟା

ଆଇନଶୂନ୍ୟ ଦେଶଗୁଡ଼ିକର ମନମୁଖି ଶାସନ ପ୍ରତି ଲୋକମାନଙ୍କ ମନରେ ଗଭୀର ଆତଙ୍କ ରହିଥାଏ। ଏଥିରେ ନିଷ୍ଠୁରତାକୁ ଏକ ପ୍ରକ୍ରିୟା ଭାବରେ ଦର୍ଶାଯାଇ ଲୋକଙ୍କୁ ନିର୍ଯାତନା ଦିଆଯାଇଥାଏ। ଏବେ…

ନୀରବ ଆକ୍ରମଣ

କାଳସ୍ରୋତର ଅନବରତ ପ୍ରବାହରେ ଓଡ଼ିଶାର ସାମାଜିକ-ଆର୍ଥିକ-ସାଂସ୍କୃତିକ ସଂରଚନା ଆଜି ଏକ ଭୟାବହ, ଦୁରାରୋଗ୍ୟ ଦୁର୍ବିପାକର ସମ୍ମୁଖୀନ – ତାହା ହେଉଛି ଜବରଦଖଲ । ଏହା କେବଳ ଏକ…

କ୍ଷମତା ଓ ଅହଂ

ଭାରତରେ ପାଞ୍ଚ ବର୍ଷରେ ଥରେ ନିର୍ବାଚନ ଅନୁଷ୍ଠିତ ହୁଏ। କେହି କେହି ଜିତନ୍ତି ଓ କେହି କେହି ପରାଜିତ ହୁଅନ୍ତି। ବେଳେବେଳେ ବିଭିନ୍ନ କାରଣରୁ ଅନେକ ଯୋଗ୍ୟ…

ପ୍ରଶାସନିକ ଦକ୍ଷତାକୁ ଗୁରୁତ୍ୱ

ବିଶ୍ୱସ୍ତରୀୟ ଆର୍ଥିକ ପ୍ରତିଭା ସୃଷ୍ଟି କରି ଗର୍ବ ଅନୁଭବ କରୁଥିବା ଭାରତ ନିଜର ବ୍ୟାଙ୍କର୍‌ଙ୍କ ଉପରେ କମ୍‌ ଭରସା ରଖେ। ଆମେ ଦୀପକ ପାରେଖଙ୍କ ଭଳି ଅନୁଷ୍ଠାନ…

ଏଇ ଭାରତରେ

ତେଲଙ୍ଗାନାରେ ‘ମିନି ବ୍ରାଜିଲ’ ନାଁ ଶୁଣିଲେ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ସତ। ଏମିତି କା ମିନି ବ୍ରାଜିଲ ହେଉଛି ସିକନ୍ଦରାବାଦର ଭାଲ୍ଲୁର ନଗର। ଏଭଳି ନାମକରଣର କାରଣ…

ହାରିଯାଇଥିବା ଲୋକ

ବାରମ୍ବାର ବିଫଳ ହେଉଥିବା ପାଣ୍ଡବଙ୍କ ସହ କିନ୍ତୁ ଶ୍ରୀକୃଷ୍ଣ ସାଥ୍‌ ଦେଇଥିଲେ। ଯୁଦ୍ଧରେ ଭବିଷ୍ୟତର ପରାଜୟକୁ ଦେଖୁଥିବା କର୍ଣ୍ଣ ମୃତ୍ୟୁକୁ ସ୍ବାଗତ କଲେ। ହେଲେ ନିଜର ସାଥୀ…

ମମଦାନୀଙ୍କ ଦୃଷ୍ଟିକୋଣ

ଫ୍ରାନ୍ସିସ୍‌ ଫୁକୁୟାମାଙ୍କ ୧୯୯୦ ଦଶକର ‘ଇତିହାସର ସମାପ୍ତି’ ସିଦ୍ଧାନ୍ତ ଉଦାରବାଦୀ-ଗଣତାନ୍ତ୍ରିକ ପାଶ୍ଚାତ୍ୟ ଜଗତକୁ ଏକାଠି ବାନ୍ଧି ରଖିଥିଲା। ତାଙ୍କର ଯୁକ୍ତି ଥିଲା, ପାଶ୍ଚାତ୍ୟ ଉଦାରବାଦୀ-ଗଣତାନ୍ତ୍ରିକ କଲ୍ୟାଣକାରୀ ପୁଞ୍ଜିବାଦ…

ପାଠ୍ୟପୁସ୍ତକ ରାଜନୀତି

ଗୋଟିଏ ସ୍କୁଲ ବନ୍ଦ ହେଲେ ସେହି ଅଞ୍ଚଳର ପିଲାଙ୍କ ଭବିଷ୍ୟତ ନଷ୍ଟ ହୁଏ। କିନ୍ତୁ ଗୋଟିଏ ବର୍ଷର ପାଠ୍ୟପୁସ୍ତକ ନଷ୍ଟ ହେଲେ ସେହି ରାଜ୍ୟର ଲକ୍ଷାଧିକ ଛାତ୍ରୀଛାତ୍ରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri